ଆଜି କୋଟିଆ ଶୁଣାଣି

ନୂଆଦିଲ୍ଲୀ, ୧୨।୨:କୋରାପୁଟ୍‌ ଜିଲାର କୋଟିଆ ପଞ୍ଚାୟତ ଅନ୍ତର୍ଗତ ୩ଟି ଗାଁରେ ଆନ୍ଧ୍ରପ୍ରଦେଶ ସରକାର ନିର୍ବାଚନ କରାଉଥିବାରୁ ଏହା ବିରୋଧରେ ଓଡ଼ିଶା ସରକାର ସୁପ୍ରିମକୋର୍ଟରେ ଅଦାଲତ ଅବମାନନା ନେଇ ପିଟିଶନ ଦାଏର କରିଥିଲେ। ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ୩ ଜଣିଆ ଖଣ୍ଡପୀଠ ଶୁକ୍ରବାର ଏହାର ଶୁଣାଣି କରିବେ। ଓଡ଼ିଶା ସରକାରଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ବିକାଶ ସିଂ ପିଟିଶନର ଶୀଘ୍ର ଶୁଣାଣି ପାଇଁ ତାଲିକାଭୁକ୍ତ କରାଇଛନ୍ତି। ନିର୍ବାଚନ ପାଇଁ ଆନ୍ଧ୍ରପ୍ରଦେଶ ଜାରି କରିଥିବା ବିଜ୍ଞପ୍ତି ଉପରେ ସ୍ଥଗିତାଦେଶ ଲଗାଯିବା ସହ ଅଦାଲତ ଅବମାନନା ମାମଲା ଚଳାଇବାକୁ ଓଡ଼ିଶା ଦାବି କରିଛି।
ଓଡ଼ିଶା ସୀମା ଭିତରେ ଆନ୍ଧ୍ରପ୍ରଦେଶର ଅନୁପ୍ରବେଶ ବିରୋଧରେ ସୁପ୍ରିମକୋର୍ଟ ୧୯୬୮ ଡିସେମ୍ବର ୨ ଏବଂ ୨୦୦୬ ମାର୍ଚ୍ଚ ୩୦ରେ ରାୟ ଦେଇଥିଲେ। ଆନ୍ଧ୍ର ସରକାର ଜାଣିଶୁଣି ଏହାର ଉଲ୍ଲଂଘନ କରିଥିବା ପିଟିଶନରେ ଦର୍ଶାଯାଇଛି। ସେଥିପାଇଁ ସରକାରଙ୍କ ପକ୍ଷରୁ ଆଇନଜୀବୀ ଶିବଶଙ୍କର ମିଶ୍ର ଅଦାଲତ ଅବମାନନା ପିଟିଶନ ଦାଏର କରିଛନ୍ତି। ସୂଚନାଯୋଗ୍ୟ ୧୯୬୮ ଏବଂ ୨୦୦୬ରେ ସର୍ବୋଚ୍ଚ ଅଦାଲତ ଉଭୟ ରାଜ୍ୟକୁ ସୀମା ବିବାଦ ଉପରେ ସ୍ଥିତାବସ୍ଥା ବଜାୟ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାର ଉଲ୍ଲଂଘନ କରିଥିବା ଆନ୍ଧ୍ର ସରକାରଙ୍କୁ ନୋଟିସ ଜାରି କରିବା ଲାଗି ଓଡ଼ିଶା ସରକାର ଅଦାଲତଙ୍କୁ ଅନୁରୋଧ କରିଛନ୍ତି।
ପିଟିଶନ ଅନୁଯାୟୀ ଆନ୍ଧ୍ର ସରକାର ଗତବର୍ଷ ମାର୍ଚ୍ଚ ୫ରେ ବିଜିଆନଗରମ୍‌ ଜିଲାରେ ପଞ୍ଚାୟତ ନିର୍ବାଚନ କରିବା ଲାଗି ବିଜ୍ଞପ୍ତି ଜାରି କରିଥିଲେ। ନୋଟିସ୍‌ରେ ଆନ୍ଧ୍ର ସରକାର ଜାଣିଶୁଣି କୋରାପୁଟର କୋଟିଆ ଜନଜାତି ରହୁଥିବା ୩ଟି ଗ୍ରାମକୁ ବିଜିଆନଗରମ୍‌ ଜିଲାର ସାଲୁର ମଣ୍ଡଳରେ ସାମିଲ କରିଛନ୍ତି। ଉକ୍ତ ୩ ଗ୍ରାମର ନାଁକୁ ମଧ୍ୟ ଆନ୍ଧ୍ର ବଦଳାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?