କୋଟିଆ ପଞ୍ଚାୟତ ନିର୍ବାଚନରେ ବିଶୃଙ୍ଖଳା କଲେ କଡ଼ା କାର୍ଯ୍ୟାନୁଷ୍ଠାନ

କୋରାପୁଟ,୧୬।୧(ସ୍ବ.ପ୍ର.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତ ନିର୍ବାଚନରେ ବିଶୃଙ୍ଖଳା ସୃଷ୍ଟି କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ଅବଦାଲ ଏମ. ଅଖତାର କହିଛନ୍ତି।

ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ କୋଟିଆ ପଞ୍ଚାୟତର ୧୩ଟିଯାକ ୱାର୍ଡ ସହ ଜିଲାର ୨୯୭୩ଟି ୱାର୍ଡରେ ନିର୍ବାଚନ ହେବ ବୋଲି ଜିଲାପାଳ କହିଛନ୍ତି। ବିଗତ ଦିନରେ ମାଓବାଦୀଙ୍କ ଉପଦ୍ରବ ଯୋଗୁ ପ୍ରଭାବିତ ଅଞ୍ଚଳ କୁହାଯାଉଥିବା ଗ୍ରାମଗୁଡିକରେ ଏବେ ଶାନ୍ତି ପ୍ରତିଷ୍ଠା ହୋଇଥିବାରୁ ସେହି ଅଞ୍ଚଳରେ  ନିର୍ବାଚନ କରିବାକୁ ଜିଲା ପ୍ରଶାସନ ସମସ୍ତ ପଦକ୍ଷେପ ନେଉଛି ବୋଲି ଜିଲାପାଳ କହିଛନ୍ତି।

ଜିଲାରେ ପଞ୍ଚାୟତ ନିର୍ବାଚନକୁ ଶାନ୍ତିଶୃଙ୍ଖଳାରେ ଶେଷ କରିବାକୁ ବିଭିନ୍ନ ସ୍ଥାନରେ ବ୍ୟାପକ ପୋଲିସ ମୁତୟନ କରାଯିବ। ଯେଉଁମାନେ ବିଶୃଙ୍ଖଳା ସୃଷ୍ଟି କରିବେ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏଥିପାଇଁ ଜିଲା ଏସ୍‌ପିଙ୍କ ସମେତ ସମସ୍ତ ଥାନାକୁ ନିର୍ଦ୍ଦେଶ ଦିଆଯାଇଛି।  ସରକାରଙ୍କ କୋଭିଡ ଗାଇଡଲାଇନ କଡାକଡି ଭାବେ ପାଳନ ହେବ। ନାମାଙ୍କନପତ୍ର ଦାଖଲଠାରୁ ନିର୍ବାଚନୀ ଶୋଭାଯାତ୍ରା ପର୍ଯ୍ୟନ୍ତ ସବୁଠି କୋଭିଡ କଟକଣା ପାଳନ ହେବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri