ଭୋଟ ଦେଇ ଫେରୁଥିଲେ କୋଟିଆ ଭୋଟର: ବାଟରେ ଘଟିଲା ଦୁର୍ଘଟଣା

ପଟ୍ଟାଙ୍ଗି,୧୩।୫(ଶରତ ଧଳ): ରାଜ୍ୟରେ ଲୋକସଭା ଏବଂ ବିଧାନସଭାର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ମତଦାନ କରି ଘରକୁ ଫେରୁଥିବା ବେଳେ ଏକ ମିନିବସ୍‌ ଦୁର୍ଘଟଣାର ଶିକାର ହୋଇଛି। ଦୁର୍ଘଟଣାରେ କୋଟିଆର କେତେକ ଭୋଟର୍‌ ଆହତ ହୋଇଥିବା ଜଣାପଡିଛି। ଏହି ଦୁର୍ଘଟଣା ଘଟଣା ଘଟିଛି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ନେରିଡିବାଲସା ଗ୍ରାମ ନିକଟରେ।

ମିଳିଥିବା ସୂଚନା ମୁତାବକ ପଟ୍ଟାଙ୍ଗି ବ୍ଲକ ପ୍ରଶାସନ ପକ୍ଷରୁ ସୀମାନ୍ତ ଭୋଟର୍‌ଙ୍କ ପାଇଁ ଗାଡ଼ିର ବ୍ୟବସ୍ଥା କରାଯାଇଥିଲେ। ଏନେଇ ଏକ ମିନିବସ୍‌ ଯୋଗେ ୧୫ଜଣ ଭୋଟର୍‌ ରଣାସିଂ ମତଦାନ କେନ୍ଦ୍ରକୁ ଯାଇଥିଲେ। ସେଠାରେ ନିଜ ମତଦାନ ସାବ୍ୟସ୍ତ କରି ଘରକୁ ଫେରୁଥିଲେ। ହେଲେ ବାଟରେ ମିନି ବସ୍‌ର ବ୍ରେକ୍‌ ଫେଲ୍‌ ହୋଇଯାଇଥିଲା। ଫଳରେ ବସ୍‌ଟି ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଫଳରେ କେତେଜଣ ଭୋଟର ଆହତ ହୋଇଥିଲେ। ଅନ୍ୟପକ୍ଷେ ବସ୍‌ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଏକ ଭୟଙ୍କର ଦୁର୍ଘଟଣାରୁ ବର୍ତ୍ତି ଯାଇଥିବା ଭୋଟରମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ଗୋଲକିପରଙ୍କ ଦମ୍‌ଦାର ପ୍ରଦର୍ଶନ, ଇରାନର ନକ୍‌ଆଉଟ୍‌ ଆଶା ଉଜ୍ଜୀବିତ

ଇଙ୍ଗଲଉଡ୍‌,୨୨ା୬: ଚଳିତ ଫିଫା ବିଶ୍ୱକପ୍‌ରେ ସୋମବାର ଶକ୍ତିଶାଳୀ ବେଲଜିୟମ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌କୁ ୦-୦ ଗୋଲରେ ଇରାନ ଡ୍ର’ ରଖିଛି। ଏଥିସହିତ ଦଳ ନକ୍‌ଆଉଟ୍‌ ରାଉଣ୍ଡ ଅଭିମୁଖେ…

ମନ୍ଦିର ପ୍ରବେଶକୁ ବିରୋଧ: ଏଏସପିଙ୍କୁ ଭେଟିଲେ ଆମ୍ବେଦକର ସେବକ ସଂଘ

ଭଞ୍ଜନଗର,୨୨।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଜାଡ଼ଧାର ଗ୍ରାମରେ ନିର୍ଦ୍ଦିଷ୍ଟ ଏକ ଗୋଷ୍ଠୀକୁ ମନ୍ଦିର ପ୍ରବେଶ ବାରଣ ବିବାଦରେ ପୋଲିସ ଏକ ମାମଲା ରୁଜୁ କରିଛି।…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

ଜର୍ମାନୀକୁ ବଡ଼ ଝଟ୍‌କା: ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲେ ଏହି ଡିଫେଣ୍ଡର

ଇଙ୍ଗଲଉଡ୍‌,୨୨ା୬- ଜର୍ମାନୀର ଡିଫେଣ୍ଡର ନିକୋ ସ୍କଲଟରବେକ ଚଳିତ ବିଶ୍ୱକପ୍‌ ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଗତ ରବିବାର ଆଇଭରୀ କୋଷ୍ଟ ବିପକ୍ଷ ମ୍ୟାଚ୍‌ରେ ତାଙ୍କ ବାମ ଆଙ୍କଲରେ ଆଘାତ…

ଆଦିବାସୀଙ୍କ ପାରମ୍ପରିକ ସଡ୍ରା ପର୍ବ

ମୋହନା, ୨୩/୬/୨୬ (ମନ୍ମଥ ମିଶ୍ର): କୁଇ କନ୍ଧ ଆଦିବାସୀ ସମ୍ପ୍ରଦାୟର ନିଆରା ତଥା ପାରମ୍ପରିକ ସଡ୍ରା ପର୍ବ ଗଜପତି ଜିଲାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳ ଭାଲିଆଗୁଡ଼ା…

ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ

ରିଷିଡା, ୨୨/୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri