କୋରାପୁଟ/ ପଟାଙ୍ଗି , ୫/୫(ଅମିତାଭ ବେହେରା/ ଶରତ ଧଳ ) ମଙ୍ଗଳବାର ପୂର୍ବାହ୍ନରେ କୋରାପୁଟ ଜିଲାର ସୀମାନ୍ତ କୋଟିଆ ଜଗନ୍ନାଥ ମନ୍ଦିରରେ ଦେବୀ ସୁଭଦ୍ରାଙ୍କ ରଥର ଚକ ସ୍ଥାପନ କରାଯାଇଛି।ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ,ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ, ପୁରୀ ଜଗନ୍ନାଥ ମନ୍ଦିରର ମୁଖ୍ୟ ପ୍ରଶାସକ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅରବିନ୍ଦ ପାଢୀଙ୍କ ଉପସ୍ଥିତିରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇ ସ୍ଥାପନ କରାଯାଇଛି।ଅନ୍ୟ ମାନଙ୍କ ମଧ୍ୟରେ କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ, ପଟ୍ଟାଙ୍ଗୀ ବିଧାୟକ ରାମଚନ୍ଦ୍ର କାଡାମ,ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି, କୋରାପୁଟ ବିଧାୟକ ରଘୁରାମ ମାଛ, ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା,କୋରାପୁଟ ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ଅନ୍ୟ ବ୍ୟକ୍ତି ବିଶେଷ ଉପସ୍ଥିତ ଥିଲେ

