କୋଭିଡ-୧୯ ପରିଚାଳନା ହେବ ବିରୋଧୀଙ୍କ ମୁଖ୍ୟ ଅସ୍ତ୍ର

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେଉଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ଅଧିବେଶନର ଅବଧିକୁ ୮ ଦିନରେ ସୀମିତ କରାଯାଇଛି। ତେବେ ସ୍ବଳ୍ପ ସମୟ ପାଇଁ ବସୁଥିବା ଏହି ଅଧିବେଶନ ବେଶ୍‌ ସରଗରମ ହେବ । କରୋନା ପରିଚାଳନାରେ ତ୍ରୁଟି ଏବଂ ଦୁର୍ନୀତି ପ୍ରସଙ୍ଗକୁ ନେଇ ବିରୋଧୀ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛନ୍ତି। କୋଭିଡ-୧୯ ସଂକ୍ରମଣ ରୋକିବା ଦିଗରେ ସରକାରଙ୍କ ବିଫଳତାକୁ ବିରୋଧୀ ମୁଖ୍ୟ ଅସ୍ତ୍ର କରିବେ। ଏଥିସହିତ ବେକାରି ସମସ୍ୟା, ଚାଷୀ ସମସ୍ୟା, ବିଜୁଳି ଦର ବୃଦ୍ଧି, ବଗଲା ଧର୍ମଶାଳା ଆଦି ପ୍ରସଙ୍ଗକୁ ନେଇ ବିରୋଧୀ ସରକାରଙ୍କୁ ହଲାପଟା କରିବେ। ଶାସକ ଦଳ ମଧ୍ୟ ବିରୋଧୀଙ୍କୁ ମୁକାବିଲା କରିବାକୁ ରଣନୀତି ପ୍ରସ୍ତୁତ କରିଛି। ଜାତୀୟ ଶିକ୍ଷା ନୀତି, କୃଷି ବିଲ୍‌ ପ୍ରସଙ୍ଗକୁ ବିଜେଡି ଗୃହରେ ଆଲୋଚନା କରିବା ସମ୍ଭାବନା ରହିଛି। ସୋମବାର ସନ୍ଧ୍ୟା ୫ଟାରେ କଂଗ୍ରେସର ବିଧାୟକ ଦଳ ବୈଠକ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ବାସଭବନରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଧିବେଶନରେ କୋଭିଡ ପରିଚାଳନାରେ ହୋଇଥିବା ଦୁର୍ନୀତି, ନାରୀ ନିର୍ଯାତନା ଓ ଅବ୍ୟବସ୍ଥା ବିଷୟକୁ କଂଗ୍ରେସ ମୁଖ୍ୟ ପ୍ରସଙ୍ଗ କରିବାକୁ ନିଷ୍ପତ୍ତି ନେଇଛି । ଏଥିସହିତ କେନ୍ଦ୍ରର କୃଷି ବିଲ୍‌କୁ ବିରୋଧ, ଆଇନ ଶୃଙ୍ଖଳା, ବିଜୁଳି ଦର ବୃଦ୍ଧି, ବେକାରି ସମସ୍ୟାକୁ ମଧ୍ୟ ଅଧିବେଶନରେ ଜୋରଦାର ଉଠାଯିବ ବୋଲି ନରସିଂହ କହିଛନ୍ତି। ସମୟ କମ୍‌ ଥିବାରୁ ସବୁ ପ୍ରସଙ୍ଗ ଆଲୋଚନା କରିବା ସମ୍ଭବ ହେବ ନାହିଁ। ତେବେ ଲୋକମାନଙ୍କର ମୁଖ୍ୟ ପ୍ରସଙ୍ଗକୁ ନେଇ କଂଗ୍ରେସ ସରକାରଙ୍କଠାରୁ ଜବାବ ତଲବ କରିବ ବୋଲି ସେ କହିଛନ୍ତି। ବିରୋଧୀ ଦଳ ମୁଖ୍ୟ ସଚେତକ ତାରାପ୍ରସାଦ ବାହିନୀପତି କହିଛନ୍ତି ଯେ, ସରକାରଙ୍କ ବିଫଳତାକୁ ବିଧାନସଭାରେ ଉଠାଇବୁ। ତେବେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିବୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri