ଗଞ୍ଜାମର ୧୧ଶହ ସ୍ବାସ୍ଥ୍ୟକର୍ମୀ ନେବେ କୋଭିଶିଲ୍ଡ

ବ୍ରହ୍ମପୁର ଅଫିସ,୧୫ା୧: ବିଗତ ଦିନରେ କରୋନାର ହଟସ୍ପଟ ପାଲଟିଥିବା ଗଞ୍ଜାମ ଜିଲାରେ ଶନିବାରଠାରୁ ଟିକାକରଣ ଅଭିଯାନ ଆରମ୍ଭ ହେବ। ବ୍ରହ୍ମପୁର ସହର ସମେତ ଜିଲାର ୧୧ଟି ଡାକ୍ତରଖାନାରେ ପ୍ରଥମ ପର୍ଯ୍ୟାୟରେ ଜିଲାର ୧୧ ଶହ ଡାକ୍ତର, ନର୍ସ, ଏଏନ୍‌ଏମ, ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ନେବେ ବୋଲି ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ (ସିଡ଼ିଏମଓ) ଉମା ମିଶ୍ର ସୂଚନା ଦେଇଛନ୍ତି। ବ୍ରହ୍ମପୁରରେ ଏମ୍‌କେସିଜି ମେଡିକାଲ, ସିଟି ହସ୍ପିଟାଲ, ଖ୍ରୀଷ୍ଟିଆନ ହସ୍ପିଟାଲ, ଆସ୍କାରୋଡ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଟିକା ପ୍ରଦାନ କରାଯିବ। ଏହାସହିତ ଜିଲାର ଛତ୍ରପୁର, ଭଞ୍ଜନଗର, ଆସିକା ଉପଖଣ୍ଡ ଚିକିତ୍ସାଳୟ ଏବଂ ଚିକିଟି, ଧରାକୋଟ, ସୁମଣ୍ଡଳ ଓ ବେଲଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଟିକା ପ୍ରଦାନ କରାଯିବ ବୋଲି ସେ କହିଛନ୍ତି। ପୂର୍ବାହ୍ନ ୯ଟାରୁ ଅପରାହ୍ନ ୫ଟା ଯାଏ ଟିକାକରଣ ଜାରି ରହିବ। ପ୍ରଥମ ପର୍ଯ୍ୟାୟ ଟିକାଦାନ ସପ୍ତାହକ ମଧ୍ୟରେ ଶେଷ କରିବା ନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ନିର୍ଦ୍ଦେଶ ଜାରି କରିଛନ୍ତି। ଜିଲାସ୍ତରରେ ଟିକାଦାନ ପ୍ରକ୍ରିୟାକୁ ଶୃଙ୍ଖଳିତ ଓ ତ୍ୱରାନ୍ବିତ କରିବା ଲାଗି ନିର୍ଦ୍ଦେଶ ରହିଥିବା ନେଇ ସିଡ଼ିଏମଓ ମିଶ୍ର ସୂଚନା ଦେଇଛନ୍ତି। ଗଞ୍ଜାମ ଜିଲା ପାଇଁ ୧୬ ହଜାର ୮୦୦ କୋଭିସିଲ୍ଡ ଆସିଛି। ସେରମ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ଦ୍ୱାରା ପ୍ରସ୍ତୁତ ଏହି ଟିକାର ବୈଧତା ଆସନ୍ତା ଏପ୍ରିଲ ୨୯ ତାରିଖ ପର୍ଯ୍ୟନ୍ତ ରହିଛି ବୋଲି ସିଡିଏମ୍‌ଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri