Posted inଖେଳ

୩୬୧ ମିନିଟ୍‌,୨୨୧ ବଲ୍‌…କିଛି ଏଭଳି ଖେଳି ପାକିସ୍ତାନ ବୋଲର୍‌ଙ୍କ ଝାଳ ବୁହାଇଦେଲେ ଏହି ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୧୪।୮: କ୍ରିକେଟ ଦୁନିଆରେ ଏପରି ଅନେକ ଖେଳାଳି ଅଛନ୍ତି, ଯେଉଁମାନେ ଯୋଗ୍ୟତା ଥାଇ ମଧ୍ୟ ଚର୍ଚ୍ଚାର ପରିସରକୁ ଆସିନାହାନ୍ତି। ବର୍ତ୍ତମାନର ଓ୍ବେଷ୍ଟଇଣ୍ଡିଜ୍‌ ଟେଷ୍ଟ ଅଧିନାୟକ କ୍ରେଗ ବ୍ରାଥଓ୍ବାଇଟ୍‌ ସେମାନଙ୍କ ମଧ୍ୟରୁ ଜଣେ। କିଙ୍ଗଷ୍ଟୋନର ସାବିନା ପାର୍କରେ ପାକିସ୍ତାନ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଦ୍ୱିତୀୟ ଦିନରେ ଏହି ଖେଳାଳି ପୁଣି ଥରେ ନିଜର କମାଲ ଦେଖାଇଛନ୍ତି। ଦୁର୍ଭାଗ୍ୟବଶତଃ ସେ ତାଙ୍କର ୧୦ମ ଟେଷ୍ଟ ଶତକ ମାରିବାରେ ବିଫଳ ହୋଇଥିେଲେ ହେଁ ତାଙ୍କ ଇନିଂସ ପାଇଁ ଦଳକୁ ମଜଭୂତ ସ୍ଥିତିରେ ପହଞ୍ଚାଇଥିଲା।

ପ୍ରଥମ ଦିନ ପ୍ରଥମ ଇନିଂସରେ ପାକିସ୍ତାନ ଟିମ୍‌ ୨୧୭ରେ ଅଲ୍‌ଆଉଟ୍‌ ହୋଇଥିଲା। ପରେ ପ୍ରଥମ ଦିନ ଖେଳ ଶେଷ ହେବା ବେଳକୁ ସେମାନେ ଓ୍ବେଷ୍ଟଇଣ୍ଡିଜ୍‌କୁ ୨ ରନ୍‌ ଦେଇ ୨ ଉଇକେଟ ନେଇଥିଲେ। ପ୍ରଥମେ ପିଚ ସେମାନଙ୍କ ବୋଲରଙ୍କ ପାଇଁ ଉପଯୁକ୍ତ ଏବଂ ଦ୍ୱିତୀୟ ଦିନରେ ସେମାନେ ସହଜରେ ଓ୍ବେଷ୍ଟଇଣ୍ଡିଜକୁ ଅଡ଼ୁଆରେ ପକାଇବେ ବୋଲି ପାକିସ୍ତାନ ଭାବିଥିଲା। ହେଲେ ତାହା ହୋଇ ନ ଥିଲା। କାରଣ ଦ୍ୱିତୀୟ ଦିନ ଶେଷରେ ଓ୍ବେଷ୍ଟଇଣ୍ଡିଜ ୨୫୧/୮ ସ୍କୋର କରିନେଇଥିଲା। ଫଳରେ ଦଳ ଦୁଇ ଉଇକେଟ ବାକି ଥାଇ ୩୪ ରନ୍‌ରେ ଅଗ୍ରଣୀ ମଧ୍ୟ ହୋଇଥିଲା।

ହାରୁଥିବା ବାଜି ଜିତିବା ପଛରେ ରହିଥିଲେ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ। ସେ ଅତ୍ୟନ୍ତ ସଂଘର୍ଷପୂର୍ଣ୍ଣ ଇନିଂସ ଖେଳି ନିଜ ଦଳକୁ ଅସୁବିଧାରୁ ବାହାର କରିଥିଲେ। କ୍ରେଗ୍‌ ୩୬୧ ମିନିଟ୍‌ ଯାଏ ବ୍ୟାଟିଂ କରିଥିଲେ। ଏହି ସମୟରେ ସେ ୨୨୧ ବଲ୍‌ରେ ୯୭ ରନ୍‌ ସଂଗ୍ରହ କରିଥିଲେ। ସେଥିରେ ୧୨ଟି ଚୌକା ଥିଲା। ଏଭଳି ଉଲ୍ଲେଖନୀୟ ବ୍ୟାଟିଂ ସତ୍ତ୍ୱେ ସେ ଶତକ କରିବାରୁ ବଞ୍ଚିତ ହୋଇଥିଲେ। ହେଲେ ତାଙ୍କ ଇନିଂସ ଦୀର୍ଘଦିନ ପର୍ଯ୍ୟନ୍ତ ସ୍ମରଣୀୟ ହୋଇ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri