Posted inଖେଳ

୧୨ ଘଣ୍ଟା ଧରି କଲେ ବ୍ୟାଟିଂ, ଖେଳିଲେ ୪୮୯ ବଲ୍‌

ନୂଆଦିଲ୍ଲୀ,୨୦।୩: ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଇତିହାସ ରଚିଛନ୍ତି ଓ୍ବେଷ୍ଟଇଣ୍ଡିଜ ଅଧିନାୟକ କ୍ରେଗ୍‌ ବ୍ରେଥ୍‌ଓ୍ବାଇଟ୍‌। ୭୧୦ ମିନିଟ୍‌ ଅର୍ଥାତ ୧୨ ଘଣ୍ଟା ଯାଏ ସେ ମଇଦାନରେ ରହି ୪୮୯ ବଲ୍‌ରେ ୧୬୦ ରନ୍‌ର ଇନିଂସ ଖେଳିଛନ୍ତି। ପାଖାପାଖି ୮୨ ଓଭର ଖେଳ ସେ ନିଜେ ବ୍ୟାଟିଂ କରିଛନ୍ତି। ତେବେ ମିନିଟ ଏବଂ ବଲ୍‌ ହିସାବରେ ଏହା ସବୁଠାରୁ ଲମ୍ବା ଇନିଂସର ଏକ ରେକର୍ଡ। ପୂର୍ବରୁ କ୍ରିଜ୍‌ରେ ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ପୂର୍ବ ଅଧିନାୟକ ବ୍ରାଏନ ଲାରା ସବୁଠାରୁ ଅଧିକ ସମୟ ବିତାଇଥିଲେ।

ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ସବୁଠାରୁ ଲମ୍ବା ଇନିଂସର ରେକର୍ଡ:
-ବ୍ରାଏନ ଲାରା- ୭୭୮ ମିନିଟ୍‌, ଅପରାଜିତ ୪୦୦ ରନ୍‌, ୨୦୦୪ରେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌
-ବ୍ରାଏନ ଲାରା- ୭୬୬ ମିନିଟ, ୩୭୫ ରନ୍‌, ୧୯୯୪ରେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌
-କ୍ରେଗ୍‌ ବ୍ରେଥ୍‌ଓ୍ବାଇଟ୍‌- ୭୧୦ ମିନିଟ୍‌, ୧୬୦ରନ୍‌-୨୦୨୨ରେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌
-ରାମନରେଶ -୬୯୮ ମିନିଟ୍‌-୨୯୧ ରନ୍‌, ୨୦୦୯ରେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌

ଯଦି ସବୁଠାରୁ ଲମ୍ବା ଟେଷ୍ଟ ଇନିଂସ ବିଷୟରେ କଥା ହେବା ତେବେ ପାକିସ୍ତାନର ହନିଫ ମହମ୍ମଦଙ୍କ ନାମରେ ଏହି ରେକର୍ଡ ରହିଛି। ୧୯୫୮ରେ ସେ ୩୩୭ ରନ୍‌ର ଇନିଂସ ଖେଳିଥିଲେ। ନିକଟରେ ପାକିସ୍ତାନ ଅଧିନାୟକ ବାବର ଆଜମ ସେଭଳି କିଛି କରିଦେଖାଇଥିଲେ। ସେ ୪୨୫ ବଲରେ ୧୯୬ ରନ୍‌ର ଇନିଂସ ଖେଳିଥିଲେ। ସେ ୬୦୩ ମିନିଟ୍‌ ମଇଦାନରେ ବିତାଇଥିଲେ। ବାବରଙ୍କ ଏହି ଇନିଂସ ବଳରେ ଦଳ କରାଚି ଟେଷ୍ଟକୁ ଡ୍ର କରାଇବାରେ ସଫଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri