Posted inଖେଳ

କ୍ରେଜିକୋଭାଙ୍କୁ ଡବଲ ଟାଇଟଲ

ପ୍ୟାରିସ, ୧୪।୬-ଚେକ୍‌ ରିପବ୍ଲିକ୍‌ର ବାର୍ବୋରା କ୍ରେଜିକୋଭା ରବିବାର ଶେଷ ହୋଇଥିବା ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସରେ ଡବଲ ଟାଇଟଲ ବିଜୟୀ ହୋଇଛନ୍ତି। ପୂର୍ବରୁ ମହିଳା ସିଙ୍ଗଲ୍ସ ଚାମ୍ପିୟନ ହୋଇଥିବା ଏହି ଚେକ୍‌ ଖେଳାଳି ମହିଳା ଡବଲ୍ସରେ ମଧ୍ୟ ଟାଇଟଲ ହାସଲ କରିଛନ୍ତି। ଅନ୍ୟତମ ଚେକ୍‌ ଖେଳାଳି କାଟରିନା ସିନିକୋଭାଙ୍କୁ ସାଥିକରି ସେ ମହିଳା ଡବଲ୍ସ ଫାଇନାଲରେ ପୋଲାଣ୍ଡର ଇଗା ସ୍ବିଟେକ ଓ ଆମେରିକାର ବେଥାନି ମାଟେକ-ସାଣ୍ଡ୍ସ ଯୋଡ଼ିଙ୍କୁ ୬-୪, ୬-୨ ସେଟ୍‌ରେ ପରାସ୍ତ କରିଛନ୍ତି। ପୂର୍ବରୁ ଅନୁଷ୍ଠିତ ମହିଳା ସିଙ୍ଗଲ୍ସ ଫାଇନାଲରେ କ୍ରାଜିସେକ୍‌ ରୁଷିଆର ଆନାସ୍ତାସିଆ ପାଭ୍‌ଲ୍ୟୁଚେଙ୍କୋଭାଙ୍କୁ ୬-୧, ୨-୬, ୬-୪ ସେଟ୍‌ରେ ହରାଇ ଚାମ୍ପିୟନ ହୋଇଥିଲେ। ପୂର୍ବରୁ କ୍ରେଜିକୋଭା ମହିଳା ଡବଲ୍ସରେ ୨୦୧୮ରେ ଫ୍ରେଞ୍ଚ୍‌ ଓପନ ଏବଂ ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଥିଲେ। ମିକ୍ସଡ ଡବଲ୍ସରେ ମଧ୍ୟ ସେ ୨୦୧୯, ୨୦୨୦ ଏବଂ ୨୦୨୧ରେ ଅଷ୍ଟ୍ରେଲିଆନ ଓପନ ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଥିଲେ। ତେବେ ଏଥର ସେ ପ୍ରଥମଥର ପାଇଁ ସିଙ୍ଗଲ୍ସ ଟାଇଟଲ ହାସଲ କରିବାର ସ୍ବାଦ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri