କୃଷ୍ଣ ବଳରାମ ବେଶରେ ଦୁଇଠାକୁର

ପୁରୀ ଅଫିସ ୨୬ା୮:ଶ୍ରୀମନ୍ଦିରରେ ଗୁରୁବାର ଭାଦ୍ରବ ମାସ କୃଷ୍ଣ ପକ୍ଷ ତ୍ରୟୋଦଶୀ ତିଥିରେ କୃଷ୍ଣ ବଳରାମ ବେଶ ସମ୍ପନ୍ନ ହୋଇଛି। ମଧ୍ୟାହ୍ନ ଧୂପ ପରେ ରତ୍ନସିଂହାସନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଶ୍ରୀକୃଷ୍ଣ ଏବଂ ବଡ଼ଠାକୁର ପ୍ରଭୁ ବଳଭଦ୍ରଙ୍କୁ ବଳରାମ ବେଶରେ ସଜ୍ଜିତ କରାଯାଇଥିଲା। ଶ୍ରୀଜଗନ୍ନାଥ ଦକ୍ଷିଣ ଭୁଜରେ ବଂଶୀ ଓ ବାମ ହସ୍ତରେ ସୋଲର ପଦ୍ମ ଧାରଣ କରିଥିଲେ। ସେହିପରି ବଳଭଦ୍ର ଡାହାଣ ଭୁଜରେ ଶିଙ୍ଗା ଓ ବାମ ଭୁଜରେ ସୋଲ ନିର୍ମିତ ପଦ୍ମ ଧାରଣ କରିଥିଲେ। ଦୁଇଠାକୁର ପଦକୁ ପଦ ଛନ୍ଦି ଦଣ୍ଡାୟମାନ ଭଙ୍ଗୀରେ ରହିଥିଲେ। ଦେବୀ ସୁଭଦ୍ରା ଏକ ଖଟୁଲିରେ ପଦ୍ମାସନରେ ଚତୁଃଭୁଜ ହୋଇ ଉପବେଶନ କରିଥିଲେ। ବର୍ଷକ ମଧ୍ୟରେ ଏହି ଗୋଟିଏ ଦିନ ସୁଭଦ୍ରା ଚାରିଭୁଜ ଧାରଣ କରନ୍ତି। ତାଙ୍କର ତଳ ଦୁଇ ଭୁଜ ଅଭୟ ଓ ବରଦାନ ମୁଦ୍ରାରେ ଥିବାବେଳେ ଉପର ଦୁଇଭୁଜରେ ପାଶ ଓ ଅଙ୍କୁଶ ଧାରଣ କରିଥିଲେ। ଶ୍ରୀଜଗନ୍ନାଥ ଓ ବଡ଼ଠାକୁରଙ୍କ ଚୂଳରେ ସୋଲ ନିର୍ମିତ କଦମ୍ବଫୁଲ, ମଲ୍ଲିକଢ଼ି ପ୍ରଭୃତି ଖଞ୍ଜାଯାଇଥିଲା। ତିନିଠାକୁର ସୋଲ ନିର୍ମିତ କିରୀଟ ପରିଧାନ କରିଥିଲେ। ଶ୍ରୀବିଗ୍ରହଙ୍କ ସମ୍ମୁଖ ଭାଗରେ କାଠ ନିର୍ମିତ ଚାରୋଟି ଗାଈବାଛୁରୀ ସମେତ ନନ୍ଦ, ଉପନନ୍ଦ, ବସୁଦେବ, ଚତୁର୍ମୁଖ ବ୍ରହ୍ମା, ସହସ୍ରଚକ୍ଷୁ ଇନ୍ଦ୍ର, ନାରଦ, ଦେବକୀ, ଯଶୋଦା, ରୋହିଣୀ, ଗୋପୀ ଗୋପାଳ ପ୍ରଭୃତି ରହିଥିଲେ। ମହାପ୍ରଭୁଙ୍କୁ ଖିରି ଓ ଅମାଲୁ ଭୋଗ ଅର୍ପଣ କରାଯାଇଥିଲା। ଏହି ବେଶ ବିଂଶ ଶତାବ୍ଦୀର ମଧ୍ୟଭାଗରେ ଖଣ୍ଡସାହିର ଜମିଦାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଶ୍ରୀମନ୍ଦିର ସତ୍ତ୍ୱଲିପିରୁ ଜଣାଯାଏ। ପୂର୍ବରୁ ଉପରୋକ୍ତ ତିଥିରେ ଶ୍ରୀଜଗନ୍ନାଥଙ୍କ ଗିରିଗୋବର୍ଦ୍ଧନ ବେଶ ହେଉଥିଲା। ତେବେ ୧୯୪୭ ମସିହା ପରଠାରୁ ଏହି ବେଶ ପରିବର୍ତ୍ତେ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହୋଇଆସୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri