ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ

ପୁରୀ ଅଫିସ,୧୮।୮: ଭାଦ୍ରବ କୃଷ୍ଣ ତ୍ରୟୋଦଶୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହୋଇଛି। ମଧ୍ୟାହ୍ନ ଧୂପ ନୀତି ପରେ ରତ୍ନସିଂହାସନରେ ଏହି ବେଶ ଥିଲା। ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀକୃଷ୍ଣ ରୂପରେ, ବଡଠାକୁର ବଳରାମ ଓ ଦେବୀ ସୁଭଦ୍ରା ଭଗିନୀ ରୂପରେ ଶୋଭା ପାଇଥାନ୍ତି। ଶ୍ରୀଜଗନ୍ନାଥ ଦକ୍ଷିଣ ଭୁଜରେ ବଂଶୀ ଓ ବାମ ଭୁଜରେ ସୋଲ ନିର୍ମିତ ପଦ୍ମ, ବଡଠାକୁର ଡାହାଣ ଭୁଜରେ ସିଙ୍ଗା ଏବଂ ବାମ ଭୁଜରେ ସୋଲ ପଦ୍ମ ଧାରଣ କରିଥାନ୍ତି। ଶ୍ରୀଜଗନ୍ନାଥ ଓ ବଳରାମ ପଦକୁ ଛନ୍ଦି ଦଣ୍ଡାୟମାନ ଭଙ୍ଗୀରେ ରହିଥାନ୍ତି। ଦେବୀ ସୁଭଦ୍ରା ଏକ ଛୋଟ ଖଟୁଳି ଉପରେ ପଦ୍ମାସନରେ ଉପବେଶନ କଲାଭଳି ରହିଥାନ୍ତି। ବର୍ଷକ ମଧ୍ୟରେ ଏହି ଗୋଟିଏ ଦିନ ଦେବୀ ସୁଭଦ୍ରା ଚାରି ଭୁଜ ଧାରଣ କରନ୍ତି। ତଳ ଦୁଇ ଭୁଜରେ ଅଭୟ ଓ ବରଦ ମୁଦ୍ରା ଏବଂ ଉପର ଦୁଇ ଭୁଜରେ ପାଶ ଓ ଅଙ୍କୁଶ ଧାରଣ କରିଥାନ୍ତି। ଏହି ବେଶରେ ଶ୍ରୀଜଗନ୍ନାଥ ଓ ବଡଠାକୁର ଚୁଳ ଧାରଣ କରନ୍ତି। ଏଥିରେ ସୋଲ ନିର୍ମିତ କଦମ୍ବଫୁଲ, ମଲ୍ଲି କଢି ପ୍ରଭୃତି ଖଞ୍ଜାଯାଇଥାଏ। ତିନିଠାକୁର ସୋଲ ନିର୍ମିତ କିରୀଟ ପରିଧାନ କରିଥାନ୍ତି। ଶ୍ରୀବିଗ୍ରହଙ୍କ ସମ୍ମୁଖ ଭାଗରେ କାଠ ନିର୍ମିତ ଚାରୋଟି ଗାଈ ବାଛୁରୀ ସମେତ ନନ୍ଦ, ଉପନନ୍ଦ, ବସୁଦେବ, ଚତୁର୍ମୁଖ ବ୍ରହ୍ମା, ସହସ୍ରଚକ୍ଷୁ ଇନ୍ଦ୍ର, ନାରଦ, ଦେବକୀ, ଯଶୋଦା, ରୋହିଣୀ, ଗୋପୀ, ଗୋପାଳ ପ୍ରଭୃତି ରଖାଯାଇଥାଏ। ଏହି ବେଶ ଦେଖିଲେ ଗୋପୀ ଗୋପାଳଙ୍କ ସହିତ କୃଷ୍ଣ ବଳରାମ ବୃନ୍ଦାବନରେ ଲୀଳା କରୁଥିଲା ଭଳି ପ୍ରତୀୟମାନ ହୁଏ। ଏହି ବେଶରେ ମହାପ୍ରଭୁଙ୍କୁ ଖିରି ଓ ଅମାଲୁ ଭୋଗ ଅର୍ପଣ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

ସାକ୍ଷୀଗୋପାଳରେ ଆଜିବି ବଞ୍ଚିଛି ଶହ ଶହ ବର୍ଷର ନଡ଼ିଆ ଲଢ଼େଇ ପରମ୍ପରା, ଗହ୍ମାପୂର୍ଣ୍ଣମୀରେ…

ସାକ୍ଷୀଗୋପାଳ, ୨୭।୮ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳରେ ନଡିଆ ଲଢେଇ ପ୍ରତିଯୋଗିତା ଏକ ନିଆରା ପରମ୍ପରା ଭାବରେ ଶହ ଶହ ବର୍ଷ…

ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri