Posted inଜାତୀୟ

କ୍ରିଷ୍ଣ ମୋହନଙ୍କୁ ମିଳିଲା ଗୁରୁଦାୟିତ୍ୱ: ଜାଣନ୍ତୁ ସେ କିଏ

ନୂଆଦିଲ୍ଲୀ,୬।୭: ଅଯୋଧ୍ୟା ରାମମନ୍ଦିର ଦାନ ଅର୍ଥ ଆତ୍ମସାତ ଅଭିଯୋଗ ପରେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଓ ସଦସ୍ୟ ଅନିଲ ମିଶ୍ରା ଇସ୍ତଫା ଦେଇଥିବାବେଳେ ସୋମବାର ଟ୍ରଷ୍ଟ ଏହାକୁ ଗ୍ରହଣ କରିଛି। କ୍ରିଷ୍ଣ ମୋହନଙ୍କୁ ମନ୍ଦିର ଟ୍ରଷ୍ଟର ଅନ୍ତରୀଣ ସାଧାରଣ ସମ୍ପାଦକ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ସୋମବାର ଅପରାହ୍ନରେ ୩ ଘଣ୍ଟା ଧରି ଟ୍ରଷ୍ଟ ବୈଠକ ବସିବା ପରେ କୋଷାଧ୍ୟକ୍ଷ ଗୋବିନ୍ଦ ଗିରି ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ରାମ ଜନ୍ମଭୂମି କମ୍ପ୍ଲେକ୍ସ ପରିସରରେ ଥିବା ଗେଷ୍ଟ ହାଉସ୍‌ରେ ଅନୁଷ୍ଠିତ ବୈଠକରେ ଟ୍ରଷ୍ଟ ଅଧ୍ୟକ୍ଷ ନୃତ୍ୟଗୋପାଳ ଦାସଙ୍କ ସମେତ ୯ ଜଣ ସ୍ଥାୟୀ ସଦସ୍ୟଙ୍କ ମଧ୍ୟରୁ ୭ ଜଣ ଉପସ୍ଥିତ ଥିଲେ। ଚମ୍ପତ ଓ ଅନିଲ ବୈଠକରେ ଯୋଗ ଦେଇ ନ ଥିଲେ।
ବିଶ୍ୱ ହିନ୍ଦୁ ପରିଷଦର ଅନ୍ତର୍ଜାତୀୟ ସାଧାରଣ ସମ୍ପାଦକ ବଜରଙ୍ଗ ବଗ୍ରା ଟ୍ରଷ୍ଟର ପରବର୍ତ୍ତୀ ସାଧାରଣ ସମ୍ପାଦକ ହୋଇପାରନ୍ତି ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ବଗ୍ରା ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଏବଂ ନାଲ୍‌କୋର ପୂର୍ବତନ ମୁଖ୍ୟ। ତାଙ୍କର ପ୍ରଶାସନ ଏବ ଆର୍ଥତ୍କ ବ୍ୟାପାରରେ ଗଭୀର ଅଭିଜ୍ଞତା ରହିଛି। ନୂଆ ସଧାରଣ ସମ୍ପାଦକ ନିଯୁକ୍ତି ନେଇ ଚୂଡ଼ାନ୍ତ ନିଷ୍ପତ୍ତି ଘୋଷଣା ହୋଇନାହିଁ। ଆଗାମୀ ୧୯-୨୦ରେ ଦିଲ୍ଲୀରେ ବିଶ୍ୱହିନ୍ଦୁ ପରିଷଦର ଦ୍ୱିବାର୍ଷିକ ଜାତୀୟ କାର୍ଯ୍ୟକାରିଣୀ ବୈଠକ ବସିବାକୁ ଥିବାବେଳେ ସେଠାରେ ଗୁରୁତ୍ୱପୂର୍ଣ୍ଣ ସାଂଗଠନିକ ନିଷ୍ପତ୍ତି ନିଆଯିବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri