ମିସ୍‌ ଫ୍ୟାଶନିଷ୍ଟ କ୍ରାଉନ ପିନ୍ଧିଲେ କ୍ରିଷ୍ଣା

ଚାନ୍ଦବାଲି,୨୯।୧୦(ଡି.ଏନ.ଏ.)-ମହାରାଷ୍ଟ୍ର ପୁଣେରେ ଅନୁଷ୍ଠିତ ମିସ୍‌ ଫ୍ୟାଶନିଷ୍ଟ-୨୦୨୧ରେ ବିଜୟୀ ହୋଇ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ପାଞ୍ଚପଡ଼ା ଗ୍ରାମର ଝିଅ କ୍ରିଷ୍ଣା ସାହୁ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି। ଏହି ପ୍ରତିଯୋଗିତାରେ ସମସ୍ତଙ୍କୁ ପଛରେ ପକାଇ ବିଜୟୀ କ୍ରାଉନ ପିନ୍ଧିଛନ୍ତି କ୍ରିଷ୍ଣା।
ନିକଟରେ ପୁଣେର ସିଲଫିନା ମିଡିଆ ଦ୍ୱାରା ଆୟୋଜିତ ଏହି ପ୍ରତିଯୋଗିତାରେ ଦେଶର ବିଭିନ୍ନ ରାଜ୍ୟରୁ ବଛା ବଛା ୫୦ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଏଥିରେ ଗ୍ରାଣ୍ଡ ଫିନାଲେରେ କ୍ରିଷ୍ଣା ମିସ୍‌ କାଟାଗୋରି ବିଜେତା ହୋଇଛନ୍ତି। ଅବସରପ୍ରାପ୍ତ ଆର୍ମି ସୁବେଦାର ମେଜର ଗଙ୍ଗାଧର ସାହୁ ଏବଂ ଅମିତା ସାହୁଙ୍କ ଝିଅ କ୍ରିଷ୍ଣା। ଚାନ୍ଦବାଲିର ପ୍ରତିଷ୍ଠିତ ବ୍ୟବସାୟୀ ତଥା ସାମାଜିକ କର୍ମୀ ହରିହର ସାହୁଙ୍କ ନାତୁଣୀ। ଛୋଟ ବେଳୁ ଚାନ୍ଦବାଲିରେ ନିଜ ଅଜା ଏବଂ ଆଈଙ୍କ ପାଖରେ ବଢ଼ିଥିବା ବେଳେ ସ୍କୁଲ ସମୟରୁ ସେ ପାଠପଢ଼ା ସହ ନାଚ ଗୀତ, ମଡେଲିଂ ଆଉ ଆଙ୍କରିଂ କରି ବହୁ ସ୍ଥାନରେ ପୁରସ୍କୃତ ହୋଇଥିଲେ। ସେ ଜଣେ ସଫ୍ଟଓ୍ବେର ଇଞ୍ଜିନିୟର। ୨୦୨୦ରେ କୋଭିଡ୍‌ ଲକ୍‌ଡାଉନ ସମୟରେ ଓଡ଼ିଶାରେ ସାର୍ଥକ ରଜ କୁଇନ ପ୍ରତିଯୋଗିତାରେ ବିଜୟୀ ହୋଇଥିଲେ। ଆଉ ଏବେ ପୁଣେରେ ମିସ୍‌ ଫ୍ୟାଶନିଷ୍ଟ ବିଜୟୀ ହେବା ପରେ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟୁଛି। ତାଙ୍କ ଆଈ ଅଜାଙ୍କ ଆଶୀର୍ବାଦ ଏବଂ ଭଉଣୀ କାଜଲ ରାଣୀ ସାହୁଙ୍କ ସହଯୋଗ ପାଇଁ ସେ ଏହି ସଫଳତା ପାଇପାରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri