ମିସ୍‌ ଫ୍ୟାଶନିଷ୍ଟ କ୍ରାଉନ ପିନ୍ଧିଲେ କ୍ରିଷ୍ଣା

ଚାନ୍ଦବାଲି,୨୯।୧୦(ଡି.ଏନ.ଏ.)-ମହାରାଷ୍ଟ୍ର ପୁଣେରେ ଅନୁଷ୍ଠିତ ମିସ୍‌ ଫ୍ୟାଶନିଷ୍ଟ-୨୦୨୧ରେ ବିଜୟୀ ହୋଇ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ପାଞ୍ଚପଡ଼ା ଗ୍ରାମର ଝିଅ କ୍ରିଷ୍ଣା ସାହୁ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି। ଏହି ପ୍ରତିଯୋଗିତାରେ ସମସ୍ତଙ୍କୁ ପଛରେ ପକାଇ ବିଜୟୀ କ୍ରାଉନ ପିନ୍ଧିଛନ୍ତି କ୍ରିଷ୍ଣା।
ନିକଟରେ ପୁଣେର ସିଲଫିନା ମିଡିଆ ଦ୍ୱାରା ଆୟୋଜିତ ଏହି ପ୍ରତିଯୋଗିତାରେ ଦେଶର ବିଭିନ୍ନ ରାଜ୍ୟରୁ ବଛା ବଛା ୫୦ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଏଥିରେ ଗ୍ରାଣ୍ଡ ଫିନାଲେରେ କ୍ରିଷ୍ଣା ମିସ୍‌ କାଟାଗୋରି ବିଜେତା ହୋଇଛନ୍ତି। ଅବସରପ୍ରାପ୍ତ ଆର୍ମି ସୁବେଦାର ମେଜର ଗଙ୍ଗାଧର ସାହୁ ଏବଂ ଅମିତା ସାହୁଙ୍କ ଝିଅ କ୍ରିଷ୍ଣା। ଚାନ୍ଦବାଲିର ପ୍ରତିଷ୍ଠିତ ବ୍ୟବସାୟୀ ତଥା ସାମାଜିକ କର୍ମୀ ହରିହର ସାହୁଙ୍କ ନାତୁଣୀ। ଛୋଟ ବେଳୁ ଚାନ୍ଦବାଲିରେ ନିଜ ଅଜା ଏବଂ ଆଈଙ୍କ ପାଖରେ ବଢ଼ିଥିବା ବେଳେ ସ୍କୁଲ ସମୟରୁ ସେ ପାଠପଢ଼ା ସହ ନାଚ ଗୀତ, ମଡେଲିଂ ଆଉ ଆଙ୍କରିଂ କରି ବହୁ ସ୍ଥାନରେ ପୁରସ୍କୃତ ହୋଇଥିଲେ। ସେ ଜଣେ ସଫ୍ଟଓ୍ବେର ଇଞ୍ଜିନିୟର। ୨୦୨୦ରେ କୋଭିଡ୍‌ ଲକ୍‌ଡାଉନ ସମୟରେ ଓଡ଼ିଶାରେ ସାର୍ଥକ ରଜ କୁଇନ ପ୍ରତିଯୋଗିତାରେ ବିଜୟୀ ହୋଇଥିଲେ। ଆଉ ଏବେ ପୁଣେରେ ମିସ୍‌ ଫ୍ୟାଶନିଷ୍ଟ ବିଜୟୀ ହେବା ପରେ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟୁଛି। ତାଙ୍କ ଆଈ ଅଜାଙ୍କ ଆଶୀର୍ବାଦ ଏବଂ ଭଉଣୀ କାଜଲ ରାଣୀ ସାହୁଙ୍କ ସହଯୋଗ ପାଇଁ ସେ ଏହି ସଫଳତା ପାଇପାରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆଦେଶ ସତ୍ତ୍ୱେ କୋର୍ଟରେ ହେଉ ନ ଥିଲେ ହାଜର, ୱାରେଣ୍ଟିଙ୍କୁ ଗିରଫ କଲା…

ଦିଗପହଣ୍ଡି, ୯|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟିଙ୍କୁ ଗୁରୁବାର ପାଟପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri