ପୁରୁଷୋତ୍ତମପୁର ଏନ୍‌ଏସି ଉପାଧ୍ୟକ୍ଷ ହେଲେ କୃଷ୍ଣଚନ୍ଦ୍ର

ପୁରୁଷୋତ୍ତମପୁର,୭।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ଗୁରୁବାର ଉପାଧ୍ୟକ୍ଷ ନିର୍ବାଚନ ଶେଷ ହୋଇଛି। ଏଥିରେ ମଧ୍ୟ ବିଜେଡି ବାଜିମାତ୍‌ ମାରିନେଇଛି। ୱାର୍ଡ ନଂ ୧୪ର ବିଜେଡି କାଉନସିଲର କୃଷ୍ଣଚନ୍ଦ୍ର ପଣ୍ଡା ଉପାଧ୍ୟକ୍ଷ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ୱାର୍ଡ ନଂ ୧୪ର କାଉନସିଲର କୃଷ୍ଣ ଚନ୍ଦ୍ର ପଣ୍ଡା ବିଜେଡିରୁ ଜଣେ ମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ତେଣୁ ନିର୍ବାଚନ ଅଧିକାରୀ ଶ୍ରୀ ତ୍ରିପାଠୀ ଉପାଧ୍ୟକ୍ଷ ଭାବେ କୃଷ୍ଣଚନ୍ଦ୍ର ପଣ୍ଡାଙ୍କୁ ବିଜୟୀ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ଗୁରୁବାର ନିର୍ବାଚନ ଅଧିକାରୀ ତଥା ତହସିଲଦାର ନୀତିଶ କୁମାର ତ୍ରିପାଠୀଙ୍କ ତତ୍ତ୍ୱାବଧାନରେ ଓ ଅଧ୍ୟକ୍ଷା ପ୍ରିୟଙ୍କା ଗୌଡଙ୍କ ଉପସ୍ଥିତିରେ ୧୪ଟି ୱାର୍ଡ ବିଶିଷ୍ଟ ପୁରୁଷୋତ୍ତମପୁର ଏନ୍‌ଏସିର ଉପାଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଜେଡି ଦଳ ପକ୍ଷରୁ ଏଜେଣ୍ଟ ଭାବେ ପ୍ରଭାତ କୁମାର ପଟ୍ଟନାୟକଙ୍କୁ ନିଯୁକ୍ତି ଦିଆଯାଇଥିଲା। ସମସ୍ତ ୧୩ଟି ୱାର୍ଡର ନବ ନିର୍ବାଚିତ କାଉନସିଲରମାନେ ଯୋଗଦେଇଥିବା ବେଳେ ୱାର୍ଡ ନଂ ୧୪ର କାଉନସିଲର କୃଷ୍ଣ ଚନ୍ଦ୍ର ପଣ୍ଡା ବିଜେଡିରୁ ଜଣେ ମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ଏହାକୁ ନେଇ ନିର୍ବାଚନ ଅଧିକାରୀ ଶ୍ରୀ ତ୍ରିପାଠୀ ଉପାଧ୍ୟକ୍ଷ ଭାବେ କୃଷ୍ଣ ଚନ୍ଦ୍ର ପଣ୍ଡାଙ୍କୁ ବିଜୟୀ ଘୋଷଣା କରିଛନ୍ତି। ସୂଚନା ମୁତାବକ, ପୌର ନିର୍ବାଚନରେ ଅଧ୍ୟକ୍ଷା ପଦବୀରେ ଏଠାରେ ବିଜେଡିର ପରାଜୟ ହୋଇଥିବା ବେଳେ ସ୍ବାଧୀନ ପ୍ରାର୍ଥୀ ବିଜୟୀ ହୋଇଥିଲେ। ୧୪ଟି ୱାର୍ଡ ମଧ୍ୟରୁ ୱାର୍ଡ ନଂ ୮ରେ କେହି ଜଣେ ବି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରି ନ ଥିବା ଯୋଗୁ ନିର୍ବାଚନ ହୋଇ ନ ଥିଲା। ଅନ୍ୟ ୧୩ଟି ୱାର୍ଡ ମଧ୍ୟରୁ ୩ଟି ୱାର୍ଡରେ ସ୍ବାଧୀନ ପ୍ରାର୍ଥୀ ବିଜୟୀ ହୋଇଥିବା ବେଳେ ୧୦ଟି ୱାର୍ଡରେ ବିଜେଡିର ପ୍ରାର୍ଥୀମାନେ ବିଜୟୀ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri