କୃଷ୍ଣଚନ୍ଦ୍ରଙ୍କୁ ମିଳିଲା ମନ୍ତ୍ରୀପଦ, କର୍ମୀ ମହଲରେ ଉତ୍ସାହ

ମୋରଡ଼ା,୧୨ା୬(ସ୍ମାରକ ମାଜୀ): ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ସଂଖ୍ୟା ଗରିଷ୍ଠତା ହାସଲ କରି ଏକାକୀ ସରକାର ଗଠନ କରିଛି। ଏହି ପରିପ୍ରେକ୍ଷୀରେ ବୁଧବାର ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝିଙ୍କ ସମେତ ୧୫ ଜଣ ବିଧାୟକ ମନ୍ତ୍ରିମଣ୍ଡଳରେ ସାମିଲ ହୋଇ ଶପଥ ପାଠ କରିଛନ୍ତି। ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀର ବିଧାୟକ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ କ୍ୟାବିନେଟ୍‌ ପାହ୍ୟାରେ ସ୍ଥାନ ମିଳିଥିବାରୁ ଅଞ୍ଚଳରେ ଆନନ୍ଦ ଉଲ୍ଲାସ ଖେଳିଯାଇଥିବା ବେଳେ ଭାଜପା କର୍ମୀଙ୍କ ମହଲରେ ଉତ୍ସାହ ଦେଖିବାକୁ ମିଳିଛି।
୨୦୦୯ରୁ ଗଠିତ ଉକ୍ତ ନିର୍ବାଚନମଣ୍ଡଳୀରେ ପ୍ରଥମେ ମୟୂରଭଞ୍ଜ ମହାରାଜା ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ ଉକ୍ତ ନିର୍ବାଚନମଣ୍ଡଳୀରୁ ବିଧାୟକ ହୋଇ ବିଜେଡି ସରକାରଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଥିଲେ। ଏହାପରେ କିନ୍ତୁ ୨୦୧୯ରେ ବିଜେଡିରୁ ରାଜକିଶୋର ଦାସ ବିଧାୟକ ହୋଇଥିଲେ ମଧ୍ୟ ବିଜେଡି ସରକାରଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇ ନ ଥିଲେ।
ତେବେ ଚଳିତ ଥର ଭାଜପା ସରକାର ସମୟରେ କୃଷ୍ଣଚନ୍ଦ୍ରଙ୍କୁ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ମିଳିଥିବାରୁ ନିର୍ବାଚନମଣ୍ଡଳୀର ଚିତ୍ରଡ଼ା, ମୋରଡ଼ା, ରାସଗୋବିନ୍ଦପୁର,ଶୁଳିଆପଦା ପ୍ରଭୃତି ସ୍ଥାନରେ ଭାଜପା କର୍ମୀମାନେ ମିଠା ବାଣ୍ଟି ଆଜିର ଦିନକୁ ସ୍ମରଣୀୟ କରିଛନ୍ତି। ତେବେ କୃଷ୍ଣଚନ୍ଦ୍ରଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିବା ପରେ ତାଙ୍କ ନିକଟରୁ ଅଞ୍ଚଳବାସୀ ଢେର ଆଶା ବାନ୍ଧି ରଖିଛନ୍ତି। ଅଞ୍ଚଳ ତଥା ଅଞ୍ଚଳବାସୀଙ୍କ ପ୍ରମୁଖ ସମସ୍ୟା ସମାଧାନ କରାଇବାରେ ସେ ସକ୍ଷମ ହେବେ ବୋଲି ମୋରଡ଼ା ବାସୀ ଆଶାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri