କଥକରେ କୃଷ୍ଣରାସ, ଓଡ଼ିଶୀରେ ଚକ୍ରବୂ୍ୟହ

କୋଣାର୍କ,୫।୧୨(ଡି.ଏନ୍‌.ଏ.): ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ କୋଣାର୍କ ଉତ୍ସବର ଶୁକ୍ରବାର ଚତୁର୍ଥ ସନ୍ଧ୍ୟାରେ କଥକ ଓ ଓଡ଼ିଶୀ ନୃତ୍ୟର ନିଖୁଣ ଉପସ୍ଥାପନା ସନ୍ଧ୍ୟା ସମୟକୁ ଚିତ୍ତାକର୍ଷକ କରିଥିଲା। ଏହାସହ ଚନ୍ଦ୍ରଭାଗାର ବେଳାଭୂମିରେ ହେଉଥିବା ବାଲୁକାକଳା ସଚେତନତାର ଭିନ୍ନ ବାର୍ତ୍ତା ଦେଇଥିଲା। ଉତ୍ସବର ପ୍ରଥମ ସନ୍ଧ୍ୟାରେ ଶାସ୍ତ୍ରୀୟ ନୃତ୍ୟ ପର୍ଯ୍ୟାୟରେ କଥକ ନୃତ୍ୟ ନେଇ ମଞ୍ଚ ପ୍ରବେଶ କରିଥିଲେ ରନନ୍‌ ଅନୁଷ୍ଠାନର ଶିଳ୍ପୀ। ପଦ୍ମଶ୍ରୀ ରାଣୀ କର୍ଣ୍ଣାଙ୍କ ସଂଯୋଜନାରେ ଶାସ୍ତ୍ରୀୟ କଥକ ନୃତ୍ୟର ମହାର୍ଘ ପରମ୍ପରା, ବିବିଧତା ଓ ପ୍ରାଚୁର୍ଯ୍ୟର ଗାଥାକୁ ତୋଳି ଧରିଥିଲା ଅଭିନୟ ବୈଚିତ୍ର୍ୟ। ପ୍ରଥମ ଅର୍ଘ ରାସରେ ରାଧା-କୃଷ୍ଣଙ୍କ ମିଳନର ଅବତାରଣା ହୋଇଥିବାବେଳେ ଦ୍ୱିତୀୟ ପ୍ରସ୍ତୁତିରେ ୧୧ମାତ୍ରା ଯୁକ୍ତ ରୁଦ୍ରତାଲ ୧୬ ମାତ୍ରା ଯୁକ୍ତ ତିନ୍‌ ତାଲ ଆଧାରରେ ଶ୍ରୀକୃଷ୍ଣଙ୍କ ଚକ୍ରଧାରଣ ସ୍ବରୂପକୁ ମଞ୍ଚସ୍ଥ କରିଥିଲେ ଶିଳ୍ପୀ। ବିକ୍ରମ ଆୟେଙ୍ଗର, ଦେବଶ୍ରୀ ଭଟ୍ଟାଚାର୍ଯ୍ୟଙ୍କ ସହ ରନନ୍‌ର ଶିଳ୍ପୀସମୂହଙ୍କ ଅନ୍ତିମ ପ୍ରସ୍ତୁତିରେ ସୂର୍ଯ୍ୟଙ୍କ ଆବାହନୀ ଦିବାକର ମଞ୍ଚସ୍ଥ ହୋଇଥିଲା। ଦ୍ୱିତୀୟ ଚରଣରେ ଓଡ଼ିଶୀକୁ ନେଇ ଆସିଥିଲେ ରୁଦ୍ରାକ୍ଷ ଫାଉଣ୍ଡେଶନର ଶିଳ୍ପୀଗଣ। ଗୁରୁ ବିଚିତ୍ରାନନ୍ଦ ସ୍ବାଇଁଙ୍କ ନୃତ୍ୟ ସଂଯୋଜନାରେ ପ୍ରସ୍ତୁତ ହୋଇଥିଲା କୃଷ୍ଣ ଓ କାଳୀଙ୍କ ଅଭେଦତ୍ବ ଆଧାରିତ କୃଷ୍ଣକାଳୀ। ଗୁରୁ ରାମହରି ଦାସଙ୍କ ସଙ୍ଗୀତ ସଂଯୋଜନା ଓ ଗୁରୁ ଧନେଶ୍ୱର ସ୍ବାଇଁଙ୍କ ତାଳବାଦ୍ୟ ରଚନାକୁ ନେଇ ଏହା ହୋଇଥିଲା ସଜ୍ଜିତ। ପରେ ରୁଦ୍ରାକ୍ଷ ଫାଉଣ୍ଡେଶନ ପ୍ରସ୍ତୁତିରେ ମହାଭାରତର ଚକ୍ରବୂ୍ୟହ ପ୍ରସଙ୍ଗର ଅବତାରଣା ବୀର ରସ ଓ କରୁଣ ରସର ମିଶ୍ରଭାବକୁ ତୋଳି ଧରିଥିଲା। ଗୁରୁ ସଦାଶିବ ପ୍ରଧାନଙ୍କ ଆଲେଖ୍ୟକୁ ନେଇ ଶିଳ୍ପୀମାନଙ୍କ ଅଭିନୟ ଏକ ଆବେଗମୟ ଅନୁଭବ ଦେଇଥିଲା। ସନ୍ଧ୍ୟାର ଅତିଥିଭାବେ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା, ପ୍ରମୁଖ ମୁଖ୍ୟ ବନ ସଂରକ୍ଷକ ସନ୍ଦୀପ କୁମାର ତ୍ରିପାଠୀ, ପର୍ଯ୍ୟଟନ ଉନ୍ନୟନ ନିଗମ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଓ ପର୍ଯ୍ୟଟନ ବିଭାଗର ଯୁଗ୍ମ ଶାସନ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର ଯୋଗ ଦେଇ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ। ଅଧ୍ୟାପକ ଡ. ମୃତ୍ୟୁଞ୍ଜୟ ରଥ ଓ ସଂହତି ପାଣି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। କୋଣାର୍କ ପର୍ଯ୍ୟଟନ ଅଧିକାରୀ ସରୋଜକାନ୍ତ ପ୍ରଧାନ, ପର୍ଯ୍ୟଟନ ଅଧିକାରୀ ରତିକାନ୍ତ ପଟ୍ଟନାୟକଙ୍କ ସହ ଡ. ସଙ୍ଗୀତା ଗୋସାଇଁ ଓ ସଙ୍ଗୀତ ନାଟକ ଏକାଡେମୀ ସଚିବ
ପ୍ରବୋଧ କୁମାର ରଥ ସହଯୋଗ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri