Posted inଖେଳ

କୃଷ୍ଣଙ୍କ କୀର୍ତ୍ତିମାନ, ଓଡ଼ିଶାକୁ ୪ ପଦକ

ଭୁବନେଶ୍ୱର, ୧୯।୭(ତପନ ସ୍ବାଇଁ): ଆନ୍ଧ୍ରପ୍ରଦେଶର ରାଜମଠାରେ ଅନୁଷ୍ଠିତ ଜାତୀୟ ମାଷ୍ଟର୍ସ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ଓଡ଼ିଶା ୪ଟି ପଦକ ହାସଲ କରିଛି। ୧୩ ଜଣିଆ ଦଳର ଅନ୍ୟତମ ସଦସ୍ୟ କୃଷ୍ଣଚନ୍ଦ୍ର ସାହୁ ମୋଟ ୫୩୫ କେଜି ଉତ୍ତୋଳନ କରି ରୌପ୍ୟ ପଦକ ପାଇଛନ୍ତି। ସେ ସ୍କ୍ବାଟ୍‌ରେ ୨୨୫ କେଜି ଉତ୍ତୋଳନ କରି ମାଷ୍ଟର-୨ର ୮୩କେଜି ବର୍ଗରେ ଜାତୀୟ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଏହାଛଡ଼ା ମାଷ୍ଟର ବର୍ଗରେ ସେ ତୃତୀୟ ଶ୍ରେଷ୍ଠ ଶକ୍ତି ଉତ୍ତୋଳକ ବିବେଚିତ ହୋଇଛନ୍ତି। ମହିଳା ମାଷ୍ଟର-୨ର ୮୪ କେଜି ବର୍ଗରେ ଗୀତାଞ୍ଜଳି ନାୟକ ରୌପ୍ୟ ପଦକ ପାଇଛନ୍ତି। ସେ ୨୩୦ କେଜି ଉତ୍ତୋଳନ କରିଛନ୍ତି। ମାଷ୍ଟର-୨ର ୫୯କେଜିରେ ସୁଜିତ କୁମାର ଗିରି ମୋଟ ୩୩୨.୫ କେଜି ଉତ୍ତୋଳନ କରି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ସେହିପରି ମାଷ୍ଟର-୩ର ୬୬କେଜି ବିଭାଗରେ ନାରାୟଣ ସେଠୀ ୨୫୫ କେଜି ଉତ୍ତୋଳନ କରି ବ୍ରୋଞ୍ଜ ପଦକ ପାଇଛନ୍ତି। ମାଷ୍ଟର-୧ ବର୍ଗର ୭୬ କେଜିରେ ୩୧୫ କେଜି ଉତ୍ତୋଳନ କରି ସର୍ମିଷ୍ଠା ସେନାପତି ୪ର୍ଥ ସ୍ଥାନରେ ରହି ଅଳ୍ପକେ ପଦକ ହାସଲରୁ ବଞ୍ଚତ୍ତ ହୋଇଛନ୍ତି। ଦଳ ସହ କୋଚ୍‌ ରାକେଶ ଶତପଥୀ ଓ ମ୍ୟାନେଜର ସତ୍ୟଜିତ ପଟ୍ଟନାୟକ ଆନ୍ଧ୍ର ଯାତ୍ରା କରିଥିଲେ। କୃତୀ ପ୍ରତିଯୋଗୀଙ୍କୁ ଓଡ଼ିଶା ରାଜ୍ୟ ଶକ୍ତି ଉତ୍ତୋଳନ ସଂଘ ସମ୍ପାଦକ ହରିପ୍ରସାଦ ପଟ୍ଟନାୟକ ଓ ଅନ୍ୟ କର୍ମକର୍ତ୍ତାମାନେ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri