କୃଷ୍ଣଙ୍କ ବାଲ୍ୟଲୀଳା, କଂସ ବିଚଳିତ

ମଥୁରାନଗରୀ/ଗୋପପୁର,୬।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଚତୁର୍ଥ ଦିବସ। କୃଷ୍ଣଙ୍କ ବାଲ୍ୟଲୀଳା ଦୃଶ୍ୟାଭିନୟ ଦେଖିବା ପାଇଁ ମଥୁରା ନଗରୀ ଭଳି ଗୋପପୁରରେ ମଧ୍ୟ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ନନ୍ଦରାଣୀ, ନନ୍ଦରାଜା ମେଳାଣି ଦେବା ପରେ ବେନିଭାଇ ଶ୍ରୀକୃଷ୍ଣ, ବଲରାମ ଗୋପାଳ ବାଳକଙ୍କ ଗହଣରେ ଗୋପଦାଣ୍ଡ ପରିକ୍ରମା କରିଥିଲେ। ପରିକ୍ରମାବେଳେ ଗୋପବାସୀ ବେନିଭାଇଙ୍କୁ ପୂଜାର୍ଚ୍ଚନା କରିଥିଲେ। ଏହାପରେ ଶ୍ରୀକୃଷ୍ଣ, ବଳରାମ ଗୋପଦାଣ୍ଡକୁ ପହଞ୍ଚି ଥିଲେ। ଶ୍ରୀକୃଷ୍ଣଙ୍କୁ ମାରିବା ପାଇଁ ସେଠାକୁ କଂସ ପ୍ରେରିତ ବକା, ଶକଟା, ତୃଣା, ଧେନୁ, ଷଣ୍ଢାସୁର ଆଦି ରାକ୍ଷସୀ, ରାକ୍ଷସ ପହଞ୍ଚିଥିଲେ। କିନ୍ତୁ ଶ୍ରୀକୃଷ୍ଣଙ୍କ ସ୍ପର୍ଶରେ ଜଣେ ପରେ ଜଣେ ରାକ୍ଷସୀ, ରାକ୍ଷସ ନିହତ ହୋଇଥିଲେ। ଅନ୍ୟପଟେ ପୂର୍ବଦିନ ଭଳି ମଥୁରାଧିପତି ମହାରାଜ କଂସ ରାଜମହଲରୁ ମଥୁରା ଭ୍ରମଣରେ ବାହାରିଥିଲେ। ସ୍ଥାନୀୟ ସେଲ୍ସଟ୍ୟାକ୍ସ ଅଫିସ ପରିସରରେ ଥିବା ମୁକ୍ତେଶ୍ୱର ମନ୍ଦିରକୁ ପହଞ୍ଚତ୍ ରୁଦ୍ରାଭିଷେକ କରିଥିଲେ। ଶୂନ୍ୟବାଣୀ ଶୁଣିବା ପରଠାରୁ ବିଚଳତ କଂସ ରଙ୍ଗମହଲକୁ ଯାଇ ବିଭିନ୍ନ ସାଂସ୍କୃତିକ ଦଳର ନୃତ୍ୟରେ ନିଜ ଅଶାନ୍ତ ମନକୁ ଶାନ୍ତ କରିଥିଲେ। ପରେ ରାଜ ଦରବାରକୁ ଯାଇ ମଥୁରା ନଗରୀ ଖବର ବୁଝିଥିଲେ। ତେବେ ଗୋପପୁରକୁ ତାଙ୍କ ପ୍ରେରିତ ରାକ୍ଷସୀ, ରାକ୍ଷସ ନିଧନ ଖବର ପାଇ କଂସ ମହାରାଜ ଆହୁରି ବିଚଳିତ ହୋଇ ପଡ଼ିଥିଲେ ଏବଂ ପୁଣି ସାଂସ୍କୃତିକ ଦଳର ନାଚଗୀତରେ ନିଜ ମନକୁ ଶାନ୍ତ କରିବାକୁ ପ୍ରୟାସ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri