Posted inଖେଳ

ଏଟିକେ- ମୋହନ ବାଗାନ୍‌ ସହ କ୍ରିଷ୍ଣାଙ୍କ ଚୁକ୍ତି ବୃଦ୍ଧି

ନୂଆଦିଲ୍ଲୀ,୨୬।୬ (ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଦଳ ଏଟିକେ ସହ ଫିଜିର ତାରକା ଷ୍ଟ୍ରାଇକର ରଏ କ୍ରିଷ୍ଣା ତାଙ୍କର ଚୁକ୍ତି ଆଉ ଗୋଟିଏ ବର୍ଷକୁ ବୃଦ୍ଧି କରିଛନ୍ତି। ଫଳରେ ସେ ଆସନ୍ତାବର୍ଷ ପର୍ଯ୍ୟନ୍ତ ଏଟିକେ ତରଫରୁ ପ୍ରତିନିଧିତ୍ୱ କରିବେ। ଆଇ- ଲିଗ୍‌ ଚାମ୍ପିୟନ ମୋହନ ବାଗାନ ଓ ଆଇଏସ୍‌ଏଲ୍‌ ଚାମ୍ପିୟନ ଏଟିକେ ବିଳୟ ହୋଇଛି। ଫଳରେ ଏଟିକେ ଏଥର ଏଟିକେ- ମୋହନ ବାଗାନ ହିସାବରେ ଆଗାମୀ ସେସନ ଖେଳିବ।
୨୦୧୯-୨୦ ସେସେନ୍‌ରେ ୩୨ ବର୍ଷୀୟ କ୍ରିଷ୍ଣା ଜବରଦସ୍ତ ଫର୍ମରେ ଥିଲେ। ସେ ୧୫ଟି ଗୋଲ ସ୍କୋର କରିଥିବା ବେଳେ ୬ଟି ଆସିଷ୍ଟ କରିଥିଲେ। ତାଙ୍କ ପ୍ରଦର୍ଶନ ବଳରେ ଏଟିକେ ତୃତୀୟ ଟାଇଟଲ ହାସଲ କରିଥିଲା। ଏଟିକେ ସହ ଚୁକ୍ତି ବୃଦ୍ଧି କରି ବେଶ୍‌ ଆନନ୍ଦିତ ଓ ଏହି ଚାମ୍ପିୟନ ଦଳ ସହ ଆଗକୁ ଜଡିତ ରହିବାକୁ ଚାହେଁ ବୋଲି କ୍ରିଷ୍ଣା କହିଛନ୍ତି। ମୋହନ ବାଗାନ ସହ ଏଟିକେର ବିଲୟ ହେବା ଏକ ନିର୍ଣ୍ଣାୟକ ପଦକ୍ଷେପ ଓ ନୂଆ ଦଳ ତରଫରୁ ଖେଳିବା ପାଇଁ ବେଶ୍‌ ଉତ୍ସାହିତ ରହିଛି। ଭାରତ ଯାଇ କୋଚ୍‌ ଆଣ୍ଟୋନିଓ ହାବାସଙ୍କ ତତ୍ତ୍ୱବଧାନରେ ଟ୍ରେନିଂ ଆରମ୍ଭ କରିବାକୁ ବ୍ୟଗ୍ର ଅଛି ବୋଲି ସେ କହିଛନ୍ତି। ଉଲ୍ଲେଖଥାଉ କି, ଫିଜି ପାଇଁ କ୍ରିଷ୍ଣା ୪୦ଟି ମ୍ୟାଚ୍‌ ଖେଳିଛନ୍ତି। ୨୦୦୭ରେ ସେ ପଦାର୍ପଣ କରିଥିଲେ। ଗତ ସଂସ୍କରଣରେ ଲିଗ୍‌ ପର୍ଯ୍ୟାୟରେ ୩୩ ଗୋଲ ସ୍କୋର କରି ଏଟିକେ ଦ୍ୱିତୀୟ ସ୍ଥାନରେ ରହିଥିଲା। ତେବେ ଫାଇନାଲରେ ଚେନ୍ନାଇନ୍‌ ଏଫ୍‌ସିକୁ ୩-୧ ଗୋଲରେ ପରାସ୍ତ କରି ଚାମ୍ପିୟନ ହୋଇଥିଲା। ଏଏଫ୍‌ସି କପ୍‌ରେ କ୍ରିଷ୍ଣା ଏଟିକେ- ମୋହନ ବାଗାନ ପାଇଁ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବେ। ସେକେଣ୍ଡ ଟାୟର କଣ୍ଟିନେଣ୍ଟାଲ କ୍ଲବ୍‌ ପ୍ରତିଯୋଗିତାରେ ଏଟିକେ- ମୋହନ ବାଗାନ ସିଧାସଳଖ ଗ୍ରୁପ୍‌ ପର୍ଯ୍ୟାୟରେ ସ୍ଥାନିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri