ସୀତା ଗୁମ୍ଫାରେ କ୍ରିତି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କ୍ରିତି ସାନନ ନିକଟରେ ନାସିକର ପଞ୍ଚବଟୀର ସୀତା ଗୁମ୍ଫା ମନ୍ଦିରରେ ପହଞ୍ଚି ସୀତାଙ୍କ ଆଶୀର୍ବାଦ ନେଇଛନ୍ତି। ସେଠାରେ ସେ ସୀତା ମାତାଙ୍କୁ ଆଳତି କରିଥିଲେ। ସିଙ୍ଗର ସଚେତ୍‌-ପରମ୍ପରାଙ୍କ ରାମ ସିୟା ରାମ ଉଚ୍ଚାରଣ କରିବା ସମୟରେ କ୍ରିତିଙ୍କୁ ଭକ୍ତିରେ ମଗ୍ନଥିବା ଦେଖିବାକୁ ମିଳିଥିଲା। ପରେ ସେ କାଲାରାମ ମନ୍ଦିର ପରିଦର୍ଶନ କରି ସେଠାରେ ଭଜନ ଓ ଆଳତି କରିଥିଲେ। ନିକଟରେ ଫିଲ୍ମ ‘ଆଦିପୁରୁଷ’ର ଶୁଟିଂ ସରିଥିବାବେଳେ ସେ ସୀତା ଗୁମ୍ଫା ମନ୍ଦିରକୁ ଦର୍ଶନ ପାଇଁ ଆସିଥିଲେ। ତେବେ ଜୁନ୍‌ ୬ରେ ଏହି ଚଳଚ୍ଚିତ୍ର ରିଲିଜ୍‌ ହେବାକୁ ଯାଉଛି। ସେଥିରେ କ୍ରିତି ସୀତାଙ୍କ ଭୂମିକାରେ ନଜରକୁ ଆସିଛନ୍ତି। ଅଭିନେତା ପ୍ରଭାସ ରାମଙ୍କ ଚରିତ୍ରରେ ନଜର ଆସିଥିବାବେଳେ ଶୈଫ ଅଲ୍ଲି ଖାନ୍‌ଙ୍କୁ ରାବଣ ଭୂମିକାରେ ଦେଖିବାକୁ ମିଳିଛି। ପୂର୍ବରୁ ବିବାଦରେ ଛନ୍ଦି ହୋଇଥିବା ଏହି ଫିଲ୍ମର ଟ୍ରାକ୍‌ ମେ’ ୨୯ରେ ରିଲିଜ୍‌ ହୋଇଛି। ତେବେ କ୍ରିତିଙ୍କ ତାଙ୍କ ବଲିଉଡ୍‌ କ୍ୟାରିୟର ୨୦୧୪ରୁ ଆରମ୍ଭ କରିଥିବାବେଳେ ଶେଷ ଥର ପାଇଁ ତାଙ୍କୁ ମୁଭି ‘ଶେହଜାଦା’ରେ ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ସହ ଦେଖିବାକୁ ମିଳିଥିଲା। ଏଥିସହ ତାଙ୍କ ହାତରେ ଏବେ ଆଉ ୩ଟି ଫିଲ୍ମ ରହିଛି। ସେଥିପାଇଁ ଶୁଟିଂ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ପ୍ରଶଂସକଙ୍କୁ ଖୁସି ଖବର ଦେଲେ ପ୍ରିୟଙ୍କା

ବଲିଉଡ୍‌ ପରେ ଆଜିକାଲି ହଲିଉଡ୍‌ରେ ରାଜ୍‌ କରୁଛନ୍ତି ପିସି ଓରଫ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା। ହଲିଉଡ୍‌ରେ ସେ ଯେତେ ପ୍ରୋଜେକ୍ଟ କାମ କରନ୍ତୁ ନା...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri