ଜାଣନ୍ତୁ କାହା ସହ ଡେଟ୍‌ କରୁଛନ୍ତି କ୍ରିତି

ଲଣ୍ଡନ: ବଲିଉଡ୍‌ ଅଭିନେତ୍ରୀ କ୍ରିତି ସାନନ୍‌ ନିଜ ଦମ୍‌ଦାର ଅଭିନୟ ସହ ପ୍ରଶଂସକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି। ତେବେ ସର୍ବଦା ନିଜ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହୁଥିବା କ୍ରିତି ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଛନ୍ତି। କ୍ରିତିଙ୍କର କେତେକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ସେ ବ୍ରିଟେନ୍‌ର କୋଟିପତି ବ୍ୟବସାୟୀ କବୀର ବହିଆଙ୍କ ସହ ଛୁଟି ଉପଭୋଗ କରୁଥିବା ଦେଖିବାକୁ ମିଳିଛି। ମିଡିଆ ରିପୋର୍ଟ ଅନୁଯାୟୀ, ଗ୍ରୀସ୍‌ରେ କ୍ରିତି ଗତ ୨୭ ତାରିଖରେ କବୀରଙ୍କ ସହ ମିଶି ନିଜ ଜନ୍ମଦିନ ପାଳନ କରିଥିଲେ। ଅଭିନେତ୍ରୀ ଜଣକ ପ୍ରଥମେ ନିଜ ଜନ୍ମଦିନ ଫଟୋ ଶେୟାର କରିବାର କିଛି ସମୟ ପରେ କବୀର ମଧ୍ୟ ସମାନ ସ୍ଥାନରୁ ନିଜ ଫଟୋକୁ ଶେୟାର କରିଥିଲେ। ଏହାପରଠାରୁ ଉଭୟ କ୍ରିତି ଓ କବୀରଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ରହିଛି ଓ ଦୁହେଁ ପରସ୍ପରକୁ ଡେଟ୍‌ କରୁଥିବା ନେଇ ଅନୁମାନ କରାଯାଉଛି। କବୀର ହେଉଛନ୍ତି ବ୍ରିଟେନ୍‌ର ପ୍ରସିଦ୍ଧ ବ୍ୟବସାୟୀ ତଥା ‘ସାଉଥ୍‌ୱାଲ୍‌ ଟ୍ରାଭେଲ’ର ପ୍ରତିଷ୍ଠାତା କୁଲ୍‌ଜିନ୍ଦର ବହିଆଙ୍କ ପୁଅ। ଲଣ୍ଡନର ସବୁଠାରୁ ଧନୀ ପରିବାର ମଧ୍ୟରେ କବୀରଙ୍କ ପରିବାରକୁ ଗଣନା କରାଯାଇଥାଏ। କବୀରଙ୍କ ମୋଟ ମୋଟ୍‌ ସମ୍ପତ୍ତି ପ୍ରାୟ ସାଢ଼େ ୩ ହଜାର କୋଟି ଟଙ୍କା ରହିଛି। ପ୍ରକାଶ ଯେ କ୍ରିତିଙ୍କୁ ଶେଷ ଥର ପାଇଁ ଚଳିତ ବର୍ଷ ରିଲିଜ୍‌ ହୋଇଥିବା ‘ତେରି ବାତୋଁ ମେଁ ଐସା ଉଲ୍‌ଝା ଜିଆ’ ଫିଲ୍ମରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri