ତିନି ଘଣ୍ଟାରେ ୧୫ କିଲୋ ଓଜନ ବଢାଇଲେ କ୍ରିତି

ମୁମ୍ବାଇ:ବଲିଉଡ୍‌ର କେତେଜର ଷ୍ଟାର ଅଛନ୍ତି ଯେଉଁମାନେ ନିଜ ଦମଦାର ଅନ୍ଦାଜ ପାଇଁ ରୁହନ୍ତି ଚର୍ଚ୍ଚାରେ । ଏମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି କ୍ରିତି ଖରବନ୍ଦା । ସେ ନିଜକୁ ଫିଟ୍ ରଖିବା ପାଇଁ ବେଶ୍ ମେହନତ୍ କରନ୍ତି । କେବେ କେବେ ସେ ଜିମରେ ଝାଳ ବୁହାଉଥିବା ଦେଖାଯାଇଥାଏ । ଅବଶ୍ୟ ସବୁ ଷ୍ଟାରମାନେ ନିଜକୁ ଫିଟ୍ ଓ ସ୍ଲିମ ରଖିବାକୁ ମେହନତ କରୁଥିବା ବେଳେ କ୍ରିତି ବି ସେମିତି କରନ୍ତି । ତେବେ ନିକଟରେ ‘ହାଉସଫୁଲ୍‌-୪’ ଆକ୍ଟ୍ରେସ୍ କ୍ରିତି ଖରବନ୍ଦା ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି । ଉକ୍ତ ଭିଡିଓରେ କ୍ରିତି ୩ ଘଣ୍ଟାରେ ୧୫ କିଲୋ ଓଜନ ବଢାଇ ଦେଇଛନ୍ତି । ତାଙ୍କ ଇନଷ୍ଟାଗ୍ରାମରେ ଅପଲୋଡ ହୋଇଥିବା ଏହି ଭିଡିଓରେ ଦେଖିବାକୁ ମିଳିଛି ପ୍ରଥମେ ସେ ଏକ ହେଭି ଜ୍ୟାକେଟ ଓ ନର୍ମାଲ ଡ୍ରେସ୍ ପିନ୍ଧି ଓଜନ ମେଶିନ ଉପରେ ଠିଆ ହୋଇ ଓଜନ ମାପୁଛନ୍ତି । ସେତେବେଳେ ତାଙ୍କ ଓଜନ ୪୫ କେଜି ଦେଖାଉଛି । ଏହାପରେ ସେ ବ୍ରାଉଡାଲ ମେକ୍‌ଅପରେ ଆସି ପୁଣିଥରେ ଓଜନ ମେଶିନରେ ଠିଆ ହେବା ବେଳକୁ ତାଙ୍କ ଓଜନ ୫୫-୫୭ କିଲୋ ଦେଖାଉଛି । ଏହି ଭିଡିଓକୁ ଶେୟାର କରି କ୍ରିତି ଲେଖିଛନ୍ତି ୩ ଘଣ୍ଟାରେ ୧୫ କିଲୋ ଓଜନ ବଢାଇବାର ଅଛି ତ ଏହି ଭିଡିଓକୁ ଦେଖନ୍ତୁ । ଏହାସହ ସେ ୩ଟି ଲାଫଟର ଇମୋଜି ବି ଶେୟାର କରିଛନ୍ତି । ଏବେ କ୍ରିତିଙ୍କର ଏହି ଭିଡିଓଟି ଭାଇରାଲ ହୋଇଥିବା ବେଳେ ତାଙ୍କ ପ୍ରଶଂସକମାନେ ଭିନ୍ନ ଭିନ୍ନ କମେଟ୍ ଦେଉଥିବା ଦେଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri