‘ମିମି’ର ଫାଷ୍ଟ ଲୁକ୍ ଶେୟାର କଲେ କ୍ରିତି

ମୁମ୍ବାଇ: କରୋନା ସଂକ୍ରମଣ ପାଇଁ ଏବେ ବଲିଉଡ୍ ଇଣ୍ଡଷ୍ଟ୍ରି ସବୁଠାରୁ କ୍ଷତିରେ ଚାଲିଛି ବୋଲି କୁହାଯାଉଛି । ଏହି ସମୟର ଅଧିକାଂଶ ଫିଲ୍ମ ଓଟିଟି ପ୍ଲାଟଫର୍ମରେ ରିଲିଜ୍ ହେଉଛି । ନିକଟରେ କ୍ରିତି ସାନନଙ୍କ ଅଭିନୀତ ଫିଲ୍ମ ‘ମିମି’ ବି ଓଟିଟି ପ୍ଲାଟଫର୍ମରେ ରିଲିଜ ହେବ ବୋଲି ଅନୁମାନ କରାଯାଉଛି । ଏହା ପୂର୍ବରୁ ମୁଭିର ଫାଷ୍ଟ ଲୁକ୍ ଶେୟାର କରିଛନ୍ତି ଅଭିନେତ୍ରୀ । ସୋସିଆଲ ମିଡିଆରେ ଶେୟାର କରିଥିବା ଏହି ଫାଷ୍ଟ ଲୁକରେ କ୍ରିତି ବେବି ବମ୍ପରେ ଦେଖାଯାଇଛନ୍ତି । ଏକ ଭିଡିଓ ଶେୟାର କରି ଜୁଲାଇକୁ ସାଧାରଣରୁ ଅସାଧାରଣ ଆଶା କରିଛନ୍ତି କ୍ରିତି । ତାଙ୍କର ପ୍ରଶଂସକମାନେ ବି ଏହାକୁ ନେଇ କମେଣ୍ଟ କରିଛନ୍ତି । କ୍ରିତିଙ୍କ ଭଉଣୀ ନୁପୁର ଲେଖିଛନ୍ତି ୟେ ବେଷ୍ଟ ହୋନେ ବାଲା ହୈ । ଆଉ କେତେଜଣ ପ୍ରଶଂସକ ଲେଖିଛନ୍ତି ମିମି ପାଇଁ ଆଉ ଅପେକ୍ଷା କରି ହେଉନି । ଏପର୍ଯ୍ୟନ୍ତ ନାୟିକାଙ୍କ ଏହି ଭିଡିଓକୁ ୫ ଲକ୍ଷରୁ ଅଧିକ ଲୋକ ପସନ୍ଦ କରି ସାରଲେଣି । ଏଥିରେ କ୍ରିତି ଏକ ସରୋଗେଟ ମଦର ଭୂମିକାରେ ନଜର ଆସିବେ । ଅଭିନେତ୍ରୀ ହେବାର ଆଶା ନେଇ ଗାଁରୁ ସହର ଆସିଥିବା କ୍ରିତି ଜଣେ ଦମ୍ପତିଙ୍କ ସହ ସାକ୍ଷାତ୍ କରିବା ପରେ ସେରୋଗେସିକୁ ଆପଣାଇଛନ୍ତି । ହେଲେ ଏହାପରେ କ’ଣ ହେଉଛି ସେଥିପାଇଁ ଅପେକ୍ଷା କରିବାକୁ ପଡିବ । କ୍ରିତିଙ୍କ ସହ ଏଥିରେ ମୁଖ୍ୟ ଭୂମିକାରେ ଅଛନ୍ତି ପଙ୍କଜ ତ୍ରିପାଠି । ଉଭୟ ପୂର୍ବରୁ ଲୁକାଛୁପି ଓ ବରେଲି କି ବର୍ଫିରେ ନଜର ଆସିସାରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri