କ୍ରିତି ସାନନ କରୋନା ପଜିଟିଭ

ମୁମ୍ବାଇ: ନିକଟରେ ଶୁଣିବାକୁ ମିଳିଥିଲା କି ‘ଯୁଗ ଯୁଗ ଜିୟୋ’ ଫେମ ବରୁନ ଧୱନ ଓ ନିତୁ କପୁର କରୋନରେ ପୀଡ଼ିତ ହୋଇଛନ୍ତି । ଏବେ ପୁଣି ଖବର ଆସିଛି ଅଭିନେତ୍ରୀ କ୍ରିତି ସାନନ ବି କରୋନାରେ ପୀଡ଼ିତ ହୋଇଛନ୍ତି । ଚଣ୍ଡିଗଡ଼ରୁ ସେ ମୁମ୍ବାଇ ଫେରିବା ପରେ ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି । ଚଣ୍ଡିଗଡ଼ରେ ‘ଯୁଗ ଯୁଗ ଜିୟୋ’ ଫିଲ୍ମ ଶୁଟିଂ ଚାଲିଥିବା ବେଳେ ସେଠାରେ କେତେଜଣ କରୋନାରେ ପୀଡ଼ିତ ହୋଇଥିଲେ । ଏବେ ଫିଲ୍ମର ଶୁଟିଂକୁ ବନ୍ଦ କରି ଦିଆଯାଇଛି । ତେବେ କିଛିଦିନ ପୂର୍ବରୁ ଅର୍ଥାତ୍ ଫିଲ୍ମଟି ଶୁଟିଂ ହେବା ପୂର୍ବରୁ କ୍ରିତି ସୋସିଆଲ ମିଡିଆରେ ଏ ସମ୍ପର୍କରେ ଶେୟାର କରିବା ସହ ମୁମ୍ବାଇରେ ଫଟୋ ଗ୍ରାଫରଙ୍କ ସହ କଥା ହେବା ବେଳେ କହିଥିଲେ ସେ ଏକ ସେକେଣ୍ଡ ପାଇଁ ବି ମାସ୍କ ଖୋଲିବେ ନାର୍ହି । ଆଉ ଏବେ ସେ ନିଜେ କରୋନାରେ ପୀଡ଼ିତ ହୋଇଯିବା ଦୁଃଖ ଦାୟକ । ତେବେ ‘ଯୁଗ ଯୁଗ ଜିୟୋ’ ଶୁଟିଂ ବନ୍ଦ ହେବା ପରେ ଏମିତିବି ଖବର ଆସିଥିଲା କି ଅନିଲ କପୁର ଓ କିୟାରା ଆଡଭାନୀ ବି କରୋନାରେ ପୀଡ଼ିତ ହୋଇଛନ୍ତି । ହେଲେ ତାହା ଥିବା ସମ୍ପୂର୍ଣ୍ଣ ମିଥ୍ୟା ।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri