Posted inଖେଳ

ଆଉଟ୍‌ ଡୋର୍‌ ଟ୍ରେନିଂ ଆରମ୍ଭ କଲେ କ୍ରୁନାଲ ପାଣ୍ଡ୍ୟା

ଭଦୋଦରା, ୧ା୭ (ପି.ଟି.):କୋଭିଡ୍‌-୧୯ ମହାମାରୀ ଯୋଗୁ ୩ ମାସରୁ ଅଧିକ ଦିନ ଧରି ଘରର ଚାରି କାନ୍ଥ ଭିତରେ ରହିବା ପରେ ଭାରତ ଅଲ୍‌ରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା ମଙ୍ଗଳବାରଠାରୁ ଆଉଟ୍‌ଡୋର୍‌ ଟ୍ରେନିଂ ଆରମ୍ଭ କରିଛନ୍ତି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ବରୋଦାର ଏହି କ୍ରିକେଟର ଏପର୍ଯ୍ୟନ୍ତ ଭାରତର ତରଫରୁ ୮୧ ଅନ୍ତର୍ଜାତୀୟ ଟି୨୦ ଖେଳିସାରିଛନ୍ତି। ପଡ଼ିଆରେ ଦୌଡ଼ ଲଗାଇବା ସହ ସେ ତାଙ୍କ ଟ୍ରେନିଂ ଆରମ୍ଭ କରିଥିଲେ। ଅଭ୍ୟାସ ସମୟର ଏକ ଫଟୋ ସେ ତାଙ୍କ ଟୁଇଟର ପେଜ୍‌ରେ ପୋଷ୍ଟ କରିଛନ୍ତି। କୋଭିଡ୍‌-୧୯ ମହାମାରୀ ପରେ ସରକାର ଦେଶବ୍ୟାପୀ ଲକ୍‌ଡାଉନ୍‌ କାର୍ଯ୍ୟକାରୀ କରିବାରୁ ଅନ୍ୟ ସମସ୍ତ କ୍ରିକେଟରଙ୍କ ଭଳି କ୍ରୁନାଲ ମାର୍ଚ୍ଚ ୨୫ଠାରୁ ନିଜ ବାସଭବନରେ ଆବଦ୍ଧ ରହିଆସିଥିଲେ। ଭାରତୀୟ ପେସ୍‌ ବୋଲର ଶାର୍ଦ୍ଦୁଳ ଠାକୁର ବିସିସିଆଇ ସ୍ବୀକୃତିପ୍ରାପ୍ତ ପ୍ରଥମ ଖେଳାଳି ଭାବେ ଗତ ମାସରେ ଟ୍ରେନିଂ ଆରମ୍ଭ କରିଥିଲେ। ମହାରାଷ୍ଟ୍ରର ପାଲ୍‌ଘର ଜିଲା ଅନ୍ତର୍ଗତ ବୋଇସାରଠାରେ ସେ ନେଟ୍ସରେ ବୋଲିଂ ଅଭ୍ୟାସ କରିଥିଲେ। ନିକଟରେ ଭାରତର ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା ତାଙ୍କ ଜନ୍ମସ୍ଥାନ ରାଜକୋଟ୍‌ରେ ନେଟ୍ସରେ ବ୍ୟାଟିଂ ଅଭ୍ୟାସ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?