Posted inଖେଳ

ଡେବ୍ୟୁରେ କୃନାଲଙ୍କ ଦ୍ରୁତତମ ଅର୍ଦ୍ଧଶତକ

ପୁଣେ,୨୪।୩: ପଦାର୍ପଣରେ ୩୦ ବର୍ଷୀୟ ଭାରତୀୟ ଅଲରାଉଣ୍ଡର କୃନାଲ ପାଣ୍ଡ୍ୟା ଦ୍ରୁତତମ ଅର୍ଦ୍ଧଶତକ ହାସଲ କରି ରେକର୍ଡ କରିଛନ୍ତି। ୭ ନମ୍ବରରେ ବ୍ୟାଟିଂ କରିବାକୁ ଆସି କୃନାଲ ୨୬ଟି ବଲ୍‌ ଖେଳି ଅର୍ଦ୍ଧଶତକ ଅର୍ଜନ କରିଥିଲେ। ଏହି କ୍ରମରେ ସେ ନ୍ୟୁଜିଲାଣ୍ଡର ଜନ ମୋରିସଙ୍କ ରେକର୍ଡ ଭାଙ୍ଗିଛନ୍ତି। ମୋରିସ ୩୫ ବଲରୁ ଅର୍ଦ୍ଧଶତକ ହାସଲ କରିଥିଲେ। କୃନାଲ ମୋଟ ଉପରେ ୩୧ଟି ବଲ୍‌ ଖେଳି ୭ ଚୌକା ଓ ୨ ଛକା ସହ ୫୮ ରନକରି ଅପରାଜିତ ରହିଥିଲେ। ଅର୍ଦ୍ଧଶତକ ହାସଲ ପରେ କୃନାଲ କାନ୍ଦି ପକାଇଥିଲେ। ସାନଭାଇ ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କୁ ଇଣ୍ଡିଆ କ୍ୟାପ୍‌ ପ୍ରଦାନ କରିଥିଲେ। ଏହି ଅବସରରେ ଦୁଇ ଭାଇ ବେଶ୍‌ ଭାବପ୍ରବଣ ହୋଇଥିଲେ। ଏହି ସଫଳତାକୁ ସେ ସ୍ବର୍ଗତ ପିତା ହିମାଂଶୁଙ୍କୁ ଉତ୍ସର୍ଗ କରିଛନ୍ତି। କମେଣ୍ଟେଟର ମୁରଲୀ କାର୍ତ୍ତିକ ତାଙ୍କର ସାକ୍ଷତ୍‌କାର ନେଉଥିବା ବେଳେ କୃନାଲ ପିତାଙ୍କ କଥା ମନେପକାଇ ବେଶ୍‌ ଭାବବିହ୍ବଳ ହୋଇଥିଲେ। ଗତ ଜାନୁୟାରୀରେ ଦୁଇ ଭାଇ ପିତାଙ୍କୁ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼…

ଟିମ ଇଣ୍ଡିଆରେ ଏଣ୍ଟ୍ରି ପରେ ବିଜ୍ଞାପନ ବଜାରରେ ଛାଇଗଲେ ସୂର୍ଯ୍ୟବଂଶୀ; କିନ୍ତୁ ବିରାଟ-ରୋହିତଙ୍କ ଭଳି କରିପାରିବେନି ସବୁ ବ୍ରାଣ୍ଡର ପ୍ରଚାର, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ,୭।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସହିତ ଏସିଆନ ଗେମ୍ସ ପାଇଁ ମଧ୍ୟ ନିଜର ଟି-୨୦ ଦଳ ଘୋଷଣା କରିସାରିଛି।…

‘ସ୍ବପ୍ନ ପୂରଣ ହେଲା..’, ବିରାଟ କୋହଲିଙ୍କୁ ନେଇ ଏମିତି କଥା କହିଲେ ବୈଭବ ସୂର୍ଯ୍ୟବଂଶୀ, ଏବେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୭।୬: ଯଦିଓ RCB GTକୁ ପରାସ୍ତ କରି IPL 2026 ଟାଇଟଲ ଜିତିଥିଲା, କିନ୍ତୁ 19ତମ ସିଜିନ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଦର୍ଶନ ପାଇଁ ମନେ ରହିବ। ବୈଭବ…

ଅଧିନାୟକ ପଦ ଯିବା ପରେ ସନ୍ୟାସ ନେଲେ ସୂର୍ଯ୍ୟକୁମାର? ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ

ନୂଆଦିଲ୍ଲୀ,୭।୬: ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଟିମ ଇଣ୍ଡିଆର ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ଗସ୍ତ ପାଇଁ ଚୟନ କରାଯାଇ ନଥିଲା। ତାଙ୍କ ସ୍ଥାନରେ ଶ୍ରେୟସ…

ଶ୍ରେୟସ ଆୟର ଟିମ ଇଣ୍ଡିଆର ଅଧିନାୟକ ହେବା ପରେ ମୁହଁ ଖୋଲିଲେ ସୂର୍ଯ୍ୟକୁମାର, କହିଦେଲେ ଏମିତି କଥା…

ନୂଆଦିଲ୍‌ଲୀ,୭।୬: ଆଇପିଏଲ ପରେ ଭାରତୀୟ ଟି-୨୦ ଦଳରେ କିଛି ଚମକାଇ ଦେବା ଭଳି ପରିବର୍ତ୍ତନ ଦେଖିବାକୁ ମିଳିଛି। ସୂର୍ଯ୍ୟକୁମାର ଯାଦବ ଏବେ ଆଉ ଟିମ ଇଣ୍ଡିଆର ଅଧିନାୟକ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri