ଛତ୍ରପୁର ବିଧାୟକ ଭାବେ ନିର୍ବାଚିତ ହେଲେ ଭାଜପାର କୃଷ୍ଣଚନ୍ଦ୍ର ନାୟକ

ଛତ୍ରପୁର,୪।୬(ଦିଲୀପ ସାମଲ): ଛତ୍ରପୁର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ଭାଜପାର କୃଷ୍ଣଚନ୍ଦ୍ର ନାୟକ। କୃଷ୍ଣ ନିକଟତମ ପ୍ରତିଦ୍ବନ୍ଦୀ ବିଜେଡିର ସୁବାସ ଚନ୍ଦ୍ର ବେହେରାଙ୍କ ଠାରୁ ୧୧,୨୬୫ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି l ଛତ୍ରପୁର ବିଧାନସଭା ପାଇଁ ଭାଜପାର କୃଷ୍ଣ ଚନ୍ଦ୍ର ନାୟକ ୭୪୬୨୭ ଭୋଟ ପାଇଥିବା ବେଳେ ବିଜୁ ଜନତା ଦଳର ସୁବାସ ଚନ୍ଦ୍ର ବେହେରା ୬୩୩୬୨ ଖଣ୍ଡ ଭୋଟ, କଂଗ୍ରେସର ଭାଗିରଥି ବେହେରା ୭୧୨୧ ଖଣ୍ଡ ଭୋଟ, ସିପିଆଇ ର ଗୁରୁନାଥ ପ୍ରଧାନ ୩୯୫୫ ଖଣ୍ଡ ଭୋଟ ପାଇଛନ୍ତି l ତେବେ ଭାଜପାର କୃଷ୍ଣ ୧୧୨୬୫ ଭୋଟ ବ୍ୟବଧାନରେ ବିଜୟୀ ହାସଲ କରିଛନ୍ତି। ରାଜ୍ୟରେ ପରିବର୍ତ୍ତନ ସ୍ବର ଯୋଗୁ ଭାଜପା ଆଜି ଏହି ସଫଳତା ହାସଲ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଲୋକେ ବିଶ୍ୱାସ କରି ଆଜି ଭାଜପାକୁ ବିଜୟୀ କରିଛନ୍ତି l ତେଣୁ ଲୋକଙ୍କ ସହିତ ମିଶି ସେମାନଙ୍କ ଦୁଃଖସୁଖରେ ନିଜକୁ ସାମିଲ କରିବେ ବୋଲି କୃଷ୍ଣ ନାୟକ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri