ମୋ ବସ୍‌ ସେବା ପାଇଁ କ୍ରୁଟ୍‌କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ସଫଳତାର ଆଉଏକ ପାହାଚ ଚଢିଛି କ୍ରୁଟ୍‌ (କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ)। କେନ୍ଦ୍ର ସରକାରଙ୍କ ଗୃହ ଓ ନଗର ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଅର୍ବାନ ମୋବିଲିଟି ଇନିସିଏଟିଭ୍‌ ସମ୍ମିଳନୀରେ ‘ମୋ ବସ୍‌’ ସେବା ପାଇଁ କ୍ରୁଟ୍‌କୁ ପୁରସ୍କୃତ କରାଯାଇଛି। ଗତ ଏକବର୍ଷରେ ସହରାଞ୍ଚଳ ପରିବହନ ପ୍ରକଳ୍ପ କାର୍ଯ୍ୟକାରୀ କରି କ୍ରୁଟ୍‌ ଉତ୍କର୍ଷତା ହାସଲ କରି ପାରିଥିବାରୁ ଏହି ଜାତୀୟ ପୁରସ୍କାର ହାସଲ କରିଛି। କରୋନା ମହାମାରୀ ସମୟରେ ମଧ୍ୟ ଜନସାଧାରଣଙ୍କୁ ଯଥାରୀତି ମୋ ବସ୍‌ ସେବା ଯୋଗାଇ ଦିଆଯାଇଥିଲା। ପୁରସ୍କାର ଗ୍ରହଣ କରି କ୍ରୁଟ୍‌ର ଜେନେରାଲ ମ୍ୟାନେଜର ଦୀପ୍ତି ମହାପାତ୍ର କହିଲେ, କରୋନା ସମୟରେ ମଧ୍ୟ ମୋ ବସ୍‌ ଦୈନିକ ୧ଲକ୍ଷରୁ ଅଧିକ ଯାତ୍ରୀଙ୍କ ବିଶ୍ୱାସଭାଜନ ହୋଇ ପାରିଛି। ରାଜ୍ୟର ସହରାଞ୍ଚଳ ପରିବହନ କ୍ଷେତ୍ରରେ କ୍ରୁଟ୍‌ ଅନନ୍ୟ ଭୂମିକା ଗ୍ରହଣ କରିଛି। ସମୟାନୁଯାୟୀ ଯାତ୍ରୀଙ୍କ ଆବଶ୍ୟକତା ଏବଂ ସୁରକ୍ଷାକୁ ଦୃଷ୍ଟିରେ ରଖି ସେବାକୁ ଆହୁରି ତ୍ୱରାନ୍ବିତ କରାଯାଉଛି। ସେହିପରି କ୍ରୁଟ୍‌ ଓଡ଼ିଶାରେ ଇଲେକ୍ଟ୍ରିକ୍‌ ଯାନ ନୀତିକୁ ଆପଣାଇବା ସହ ଆଗାମୀ କିଛିଦିନ ମଧ୍ୟରେ ଇ-ବସ୍‌, ଇ-ରିକ୍ସା ଚଳାଚଳ କରିବାକୁ ଯୋଜନା କରିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri