ପଟିଆଠାରେ ଖୋଲିଲା କୃତିି କଫିର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର, ୨୯।୨ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ରିଟେଲ ଷ୍ଟାର୍ଟଅପ୍‌ ୟୁନିଟ୍‌ ତଥା ଲୋକପ୍ରିୟ କଫି ବ୍ରାଣ୍ଡ୍‌ ‘କୃତି କଫି’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ବୁଧବାର ଭୁବନେଶ୍ୱରର ପଟିଆଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା କୃତି କଫିର ସ୍ବତନ୍ତ୍ର କଫି ଅଭିଜ୍ଞତା କେନ୍ଦ୍ର ତଥା ନୂତନ କାଫେର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ କୋରାପୁଟ କିନ୍ଦିରିଗୁଡ଼ା ଗ୍ରାମର ଆଦିବାସୀ କଫି ଚାଷୀ ତଥା କୋଟପାଡ଼ର ଜାତୀୟ ପୁରସ୍କାରପ୍ରାପ୍ତ ବୁଣାକର ବିଦ୍ୟାଧର ମହନ୍ତ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟସ୍ତରୀୟ ପୁରସ୍କାରପ୍ରାପ୍ତ ଡୋକ୍ରା କାରିଗର ଏସ୍‌.ଏମ୍‌.ଗୋଲାପ ଗର୍ତିଆ ଏବଂ ତ୍ରିନାଥ ବେହେରା ପ୍ରମୁଖ ବିଶେଷ ଅତିଥି ଭାବେ ଯୋଗଦେଇଥିଲାବେଳେ କୃତି କଫିର ସହ ପ୍ରତିଷ୍ଠାତା ଡ. କାମାକ୍ଷା ଦାସ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବିଶେଷକରି ୪୦୦୦ ବର୍ଗଫୁଟ ପରିବ୍ୟାପ୍ତ ସ୍ଥାନରେ ଗଢ଼ି ଉଠିଥିବା ଏହି କେନ୍ଦ୍ର ଗ୍ରାହକଙ୍କୁ ଗୁଣାତ୍ମକ ସେବା ଓ ଉତ୍ପାଦ ଯୋଗାଇବାକୁ ପ୍ରୟାସ କରିବ ବୋଲି ଆଉଟ୍‌ଲେଟ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ କୃତି କଫିର ସହ ପ୍ରତିଷ୍ଠାତା ଡ. କାମାକ୍ଷା ଦାସ ୱାଲ୍ଡର ନମ୍ବର୧ ଓ କଫି ସ୍କଲ୍‌ ବଡ଼ି ସ୍ପେଶିଆଲିଟି କଫି ଆସୋସିଏସନରୁ ବୃତ୍ତିଗତ ସ୍ତରର ରୋଷ୍ଟିଂ ସମାପ୍ତ କରିଛନ୍ତି। ଏହି ଅବସରରେ କୃତି କଫିର ବିଜ୍‌ନେସ୍‌ ହେଡ୍‌ ତପନ ବାରିସାଲ କହିଥିଲେ, କୃତି କଫି ସମଗ୍ର ଭାରତରେ ୫ଟି ସ୍ପେଶିଆଲିଟି କଫି ଆଉଟ୍‌ଲେଟ୍‌ ସ୍ଥାପନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri