କେଏସ୍‌ଏଏର ‘ରୂପାନ୍ତରୀତ ଯୋଜନା’ଉନ୍ମୋଚିତ

ଭୁବନେଶ୍ୱର,୨୪।୧୨: କଳିଙ୍ଗ ଷ୍ଟିମ୍‌ଶିପ୍‌ ଏଜେଣ୍ଟ୍‌ସ ଆସୋସିଏସନ (କେଏସ୍‌ଏଏ) ପକ୍ଷରୁ ହୋଟେଲ ଏମ୍ପାୟାର୍ସଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସମାବେଶ ଆୟୋଜିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ମେସର୍ସ ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍‌ (ଓଏସ୍‌ଏଲ୍‌)ର ନିର୍ଦ୍ଦେଶକ ଚର୍ଚ୍ଚିତ ମିଶ୍ରଙ୍କ ନେତୃତ୍ୱରେ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ ସମାବେଶରେ କେଏସ୍‌ଏଏ ପକ୍ଷରୁ ଏକ ନୂଆ ଅଧ୍ୟାୟ ‘ରୂପାନ୍ତରିତ ଯୋଜନା’ ନିକଟରେ ଉନ୍ମୋଚିତ (ଆରମ୍ଭ) ହୋଇଯାଇଛି। ଅପରପକ୍ଷରେ ମିଶ୍ର ସଂଘର ପ୍ରଥମ ସଭାପତି ଭାବେ ଅବସ୍ଥାପିତ ହୋଇଛନ୍ତି।
ଏ ସମ୍ପର୍କରେ କେଏସ୍‌ଏଏ ସଭାପତି ଚର୍ଚ୍ଚିତ ମିଶ୍ର କହିଛନ୍ତି, ଏହି ପରିବର୍ତ୍ତନକାରୀ ଯୋଜନା ସଂଘର ପ୍ରତ୍ୟେକ ସଦସ୍ୟଙ୍କୁ ଖୋଲା ନିମନ୍ତ୍ରଣ କରୁଛି। ବିଶେଷକରି ଆମେ ସକ୍ରିୟ ଅଂଶଗ୍ରହଣକୁ ଅଧିକ ପ୍ରୋତ୍ସାହିତ କରୁଛୁ। କାରଣ ଏହା ଏକ ରୋମାଞ୍ଚକ ଯାତ୍ରାର ଆରମ୍ଭ ହୋଇଥିବାବେଳେ କଳିଙ୍ଗ ଷ୍ଟିମ୍‌ଶିପ୍‌ ଏଜେଣ୍ଟସ ଆସୋସିଏସନ ଭବିଷ୍ୟତକୁ ରୂପ ଦେବ।
ସେହିଭଳି କେଏସ୍‌ଏଏର ସମ୍ପାଦକ ତଥା ମେସର୍ସ ଇନ୍‌ଫିନିଟି ସିପିଂ ପ୍ରାଇଭେଟ୍‌ ଲିମିଟେଡ୍‌ର ସ୍ବଦେଶ ରଞ୍ଜନ ସ୍ବାଇଁ କହିଛନ୍ତି, ଚର୍ଚ୍ଚିତ୍‌ ମିଶ୍ର ସଂଘର ନେତୃତ୍ୱ ନେଉଥିବାରୁ ଏବଂ ଆମର ପରିବର୍ତ୍ତନକାରୀ ଯୋଜନା କାର୍ଯ୍ୟକାରୀ ହେଉଥିବାରୁ ଆମେ ପ୍ରତ୍ୟେକ ସଦସ୍ୟଙ୍କୁ ଏହି ଯାତ୍ରାର ଏକ ଅବିଚ୍ଛେଦ୍ୟ ଅଂଶ ହେବାକୁ ନିମନ୍ତ୍ରଣ କରୁଛୁ। ଏପରିକି ଆମେ ମିଳିମିଶି ଆମର ସମ୍ପର୍କକୁ ନୂତନ ଉଚ୍ଚତାରେ ପହଞ୍ଚାଇପାରିବା ଏବଂ ଏହା ସମସ୍ତଙ୍କ ପାଇଁ ଏକ ମୂଲ୍ୟବାନ୍‌ ଏବଂ ସହାୟକ ସଂସ୍ଥା ହୋଇ ରହିବ ବୋଲି ସୁନିଶ୍ଚିତ କରିପାରିବା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri