କ୍ଷୀରସିନ୍ଧୁ ସଗରିଆ ସି. ସୁବ୍ରମନ୍ୟମ୍‌ ସମ୍ମାନରେ ସମ୍ମାନିତ

ଖଡ଼ିଆଳ,୨୮ା୨ (ସୁଜିତ କୁମାର ପ୍ରଧାନ): ସୂଚନା କର୍ମୀ ରୂପେ ପରିଚିତ ନୂଆପଡ଼ା ଜିଲା ଖଡିଆଳ ବ୍ଲକ କୁସମାଲ ଗ୍ରାମର କ୍ଷୀରସିନ୍ଧୁ ସଗରିଆ ସି. ସୁବ୍ରମନ୍ୟମ୍‌ ସମ୍ମାନରେ ସମ୍ମାନିତ ହୋଇଛନ୍ତି। ନୂଆଦିଲ୍ଲୀଠାରେ ନ୍ୟାଶନାଲ ଫାଉଣ୍ଡେଶନ ଅଫ ଇଣ୍ଡିଆ ପକ୍ଷରୁ ତାଙ୍କୁ ପ୍ରୋତ୍ସାହନ ସ୍ବରୂପ ନଗଦ ଏକଲକ୍ଷ ଟଙ୍କା ଆର୍ଥିକ ରାଶି ସହ ମାନପତ୍ର ପ୍ରଦାନ କରାଯାଇଛି। ସୂଚନା ଅଧିକାର ଆଇନ କ୍ଷୀରସିନ୍ଧୁଙ୍କ ପାଇଁ ଆୟୁଧ ପାଲଟିଥିଲା। ଶ୍ରମିକଙ୍କ ଅଧିକାର ପାଇଁ ସେ ସର୍ବଦା ଚେଷ୍ଟିତ ଥିଲେ। ଦୀର୍ଘ ୧୫ ବର୍ଷ ହେବ ସେ ବିଭିନ୍ନ ସମାଜସେବା କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ବାଲ୍ୟ ବିବାହ ରୋକିବା, ଶିଶୁଙ୍କୁ ଉଦ୍ଧାର କରି ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶିଶୁ ସୁରକ୍ଷା ୟୁନିଟ୍‌ରେ ଭର୍ତ୍ତି କରିବା, ଜଙ୍ଗଲ ଅଧିକାର ଆଇନରେ ଆଦିବାସୀଙ୍କୁ ମାଲିକାନା ପ୍ରଦାନ ଭଳି କାର୍ଯ୍ୟକରି ସେ ଲୋକଙ୍କ ନିକଟତର ହୋଇଥିଲେ। ଏହସବୁ କାର୍ଯ୍ୟ ପାଇଁ ତାଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସମ୍ମାନିତ କରାଯାଇଛି। ଏହି ସମ୍ମାନ ଆଗକୁ କାର୍ଯ୍ୟ କରିବା ପାଇଁ ପ୍ରେରଣା ଦେବ ବୋଲି ସେ ପ୍ରକାଶ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀଙ୍କୁ ମିଳିବ ୫୦୦୦ ଟଙ୍କା: ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୮।୨: ପ୍ରତ୍ୟେକ ମାତାପିତା ନିଜ ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଚିନ୍ତିତ। ମାତାପିତାମାନେ ସେମାନଙ୍କ ପିଲାମାନଙ୍କ ଶିକ୍ଷାଠାରୁ ଆରମ୍ଭ କରି ସେମାନଙ୍କ ସ୍ବାସ୍ଥ୍ୟ ପର୍ଯ୍ୟନ୍ତ ସବୁକିଛି ବିଷୟରେ…

ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା: ନବୀନଙ୍କୁ କୃତଜ୍ଞତା ଜଣାଇ ସବୁ ଦଳ ଠାରୁ ସମର୍ଥନ ଆଶା…

ଭୁବନେଶ୍ୱର, ୨୮।୨: ରାଜ୍ୟ ସଭା ପ୍ରାର୍ଥୀ ଭାବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟପାୟକ ଡା. ଦତ୍ତେଶ୍ବର ହୋତାଙ୍କ ନାମ ଘୋଷଣା କରିଛନ୍ତି। ଏ ନେଇ ନବୀନଙ୍କୁ କୃତଜ୍ଞତା…

ଆମେରିକା କଲା ଏମିତି କାମ, ଆହୁରି ଭୟାବହ ହେବ ଇସ୍ରାଏଲ-ଆମେରିକା ଯୁଦ୍ଧ!

ଓ୍ବାଶିଂଟନ,୨୮।୨: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କରିଛନ୍ତି। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡିଛି ଯେ ଇରାନରେ ଏକକାଳୀନ ୩୦ଟି ଲକ୍ଷ୍ୟସ୍ଥଳ ଉପରେ ଆକ୍ରମଣ କରାଯାଇଛି।…

Iran Israel War: ଇରାନ-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଭାରତୀୟଙ୍କୁ ଆଲର୍ଟ, ଦୂତାବାସ ଜାରି କଲା ଆଡଭାଇଜରୀ

ନୂଆଦିଲ୍ଲୀ,୨୮।୨: ଆମେରିକା ଏବଂ ଇସ୍ରାଏଲ ମିଳିତ ଭାବରେ ଇରାନ ବିରୁଦ୍ଧରେ ଏକ ବଡ଼ ସାମରିକ ଅଭିଯାନ ଆରମ୍ଭ କରିଛନ୍ତି। ଇରାନର ରାଜଧାନୀ ତେହେରାନ ସମେତ ଅନେକ ସ୍ଥାନକୁ…

ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ ଏମିତି କହିଲେ ସଂତୃପ୍ତ

ଭୁବନେଶ୍ୱର,୨୮।୨: ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ କୃତଜ୍ଞତା ଜଣାଇଲେ ସଂତୃପ୍ତ ମିଶ୍ର। ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟଖଙ୍କୁ କୃତଜ୍ଞତା ଜଣାଇବା ସହ ମୋତେ ମିଳିଥିବା…

ଇସ୍ରାଏଲ ପ୍ରତିବର୍ଷ ୧୦ ହଜାର ଭାରତୀୟଙ୍କୁ ଦେବ ଚାକିରି? ମୋଦି-ନେତାନ୍ୟାହୁଙ୍କ ବୈଠକରେ ନିଷ୍ପତ୍ତି

ନୂଆଦିଲ୍ଲୀ/ଜେରୁଜେଲମ,୨୮।୨: ଭାରତ ଏବଂ ଇସ୍ରାଏଲ ଗୁରୁବାର (୨୬ ଫେବୃଆରୀ) ରାଜି ହୋଇଛନ୍ତି ଯେ ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ୫୦,୦୦୦ ପର୍ଯ୍ୟନ୍ତ ଅଧିକ ଭାରତୀୟ ଶ୍ରମିକ ଇସ୍ରାଏଲକୁ…

ଲାଞ୍ଚ ମାମଲା: ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କୁ ୩ବର୍ଷ ଜେଲ

ଭବାନୀପାଟଣା,୨୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ନର୍ଲା ଜଳଛାୟା ପ୍ରକଳ୍ପ -୧ର ପୂର୍ବତନ ପ୍ରକଳ୍ପ କାର୍ଯ୍ୟକାରୀ କର୍ତ୍ତୃପକ୍ଷ ତଥା କନିଷ୍ଠ ମୃତ୍ତିକା ସଂରକ୍ଷଣ ଅଧିକାରୀ ଅମର କୁମାର…

ରାଜ୍ୟ ସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲେ ନବୀନ, ଜାଣନ୍ତୁ କିଏ…

ଭୁବନେଶ୍ୱର,୨୮ା୨: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି।  ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ୨ ପ୍ରାର୍ଥୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri