ଗଞ୍ଜାମ ପାଇଁ ଗୌରବ ଆଣିଲେ କ୍ଷୀରାବ୍ଧୀ

ଗଞ୍ଜାମ,୭।୯(ବିଦ୍ୟାଧର ସାହୁ): ଓଡିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ଚେୟାରମ୍ୟାନ କପ୍‌୨୦୨୪/୨୫ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ରହ୍ମପୁର ନାଳନ୍ଦା ଶ୍ରୀ ବିଜ୍ଞାନ ମହାବିଦ୍ୟାଳୟ ଛାତ୍ରୀ କ୍ଷୀରାବ୍ଧୀ ମିଶ୍ର ସମଗ୍ର ଓଡ଼ିଶାରେ ପ୍ରଥମ ସ୍ଥାନ ଅଧିକାର କରି ଜିଲା ଓ କଲେଜ ପାଇଁ ଗୌରବ ଆଣିଛନ୍ତି। ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଭୁବନେଶ୍ୱର ଠାରେ ୪୩ ତମ ପ୍ରତିଷ୍ଠା ପାଳନ ଅବସରରେ ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚେୟାରମ୍ୟାନ କପ୍‌ ପ୍ରଦାନ ସହ ଅର୍ଥରାଶି ପୁରସ୍କୃତ କରିଥିଲେ। ଓଡିଶା ଦକ୍ଷିଣାଞ୍ଚଳ ଜୋନର କ୍ଷୀରାବ୍ଧୀ ଓଡ଼ଶାରେ ପ୍ରଥମସ୍ଥାନ ଅଧିକାର କରିଥିବାରୁ ଶୁଭେଚ୍ଛା ଜଣାଇଥିଲେ ଗଣଶିକ୍ଷାମନ୍ତ୍ରୀ। ପିତାମାତାଙ୍କ ଆଶୀର୍ବାଦ ଓ ଅଧ୍ୟାପିକା/ଅଧ୍ୟାପକଙ୍କ ପ୍ରେରଣା ଯୋଗୁ ଏହି ସଫଳତା ପାଇଥିବା କ୍ଷୀରାବ୍ଧୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ମହାବିଦ୍ୟାଳୟ ଅଧ୍ୟକ୍ଷ ମନୋଜ କୁମାର ସାହୁ, ପ୍ରତିଷ୍ଠାତା କାଳିଚରଣ ସାହୁ ଏବଂ ଉପଦେଷ୍ଟା ଉମାକାନ୍ତ ପାତ୍ରଙ୍କ ସମେତ ସମସ୍ତ ଅଧ୍ୟାପିକା, ଅଧ୍ୟାପକ କ୍ଷୀରାବ୍ଧୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଉଜ୍ବଳ ଭବିଷ୍ୟତ କାମନା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri