କେଏସୟୁବି କଲେଜ, କୋର୍ସେରା ମଧ୍ୟରେ ଚୁକ୍ତି ଅନ୍‌ଲାଇନ ତାଲିମ ନେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ): ଅନ୍‌ଲାଇନରେ ପାଠ ପଢିବା ଏବଂ ଅନ୍‌ଲାଇନରେ ସାର୍ଟିଫିକେଟ ପାଇବା ପାଠ୍ୟକ୍ରମ ପ୍ରତି ଦିନକୁ ଦିନ ଆଗ୍ରହ ବଢୁଛି। ତେଣୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଉକ୍ତ ପାଠ୍ୟକ୍ରମ ପ୍ରତି ପ୍ରୋତ୍ସାହନ ମଧ୍ୟ ଯୋଗାଇ ଦେଉଛନ୍ତି। ଚଳିତ ବର୍ଷ ସରକାର ରାଜ୍ୟର ୫୯ଟି କଲେଜରେ ଅନ୍‌ଲାଇନ ମାଧ୍ୟମରେ ଆତ୍ମନିର୍ଭରଶୀଳ ହେବାଭଳି କେତେକ ବିଷୟରେ ପାଠ ପଢିବାକୁ କୋର୍ସେରା ସହ ଚୁକ୍ତି କରିଛନ୍ତି। ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (କେଏସ୍‌ୟୁବି) କଲେଜ ମଧ୍ୟ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ କୋର୍ସେରା କମ୍ପାନୀ ମଧ୍ୟରେ ଚୁକ୍ତି କରିଥିଲା। ଉକ୍ତ ଚୁକ୍ତି ପ୍ରକାରେ ଶନିବାର ୟୁନିଟେକ କମ୍ପାନୀର ଡାଇରେକ୍ଟର ହର୍ସ ଆର୍ଯ୍ୟ ଏବଂ ତାଙ୍କ ଟିମ୍‌ ଭଞ୍ଜନଗର କେଏସ୍‌ୟୁବି କଲେଜରେ ପହଞ୍ଚତ୍ ଛାତ୍ରୀଛାତ୍ରଙ୍କ ନାମ ପଞ୍ଜୀକରଣ କରିବା ସହ ସେମାନଙ୍କୁ ଅନ୍‌ଲାଇନ ପାଠ ଉପରେ ବୁଝାଇଥିଲେ। ପରେ ଶତାଧିକ ଛାତ୍ରୀଛାତ୍ର ବିଭିନ୍ନ ପାଠ୍ୟକ୍ରମ ଉପରେ ତାଲିମ ନେଇଥିଲେ। ସେଥିରୁ ଶନିବାର କେତେ ଜଣ ଛାତ୍ରୀଛାତ୍ର ପ୍ରମାଣପତ୍ର ହାସଲ କରିଥିବା ଜଣାପଡିଛି। ଏହାକୁ ନେଇ ଛାତ୍ରୀଛାତ୍ରମାନେ ଉତ୍ସାହିତ ଅଛନ୍ତି। କାର୍ଯ୍ୟକ୍ରମକୁ ଅଧକ୍ଷ ରାଜେନ୍ଦ୍ର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ରଶାସନିକ ଅଧିକାରୀ ବିଭାସ ଦାସ, ଅଧ୍ୟାପକ ଦୁର୍ଗା ପ୍ରସାଦ ସାହୁ, ଆର୍‌ ହରିଶ କୁମାର, ବିଦେଶୀ ରାଉତ, ସୁନିଲ ଦାସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଂଶଧାରା ବସନ୍ତ ମହୋତ୍ସବକୁ ନେଇ ସାର୍ବଜନିକ ଅଭିଯୋଗ, ଅନୁମତି ବିନା…

ଗୁଣୁପୁର,୨୨।୧(ସଂକେତ ପାତ୍ର ): ଗୁଣୁପୁର ନବ ନିର୍ମାଣ ସମିତି ପକ୍ଷରୁ ପ୍ରତିବର୍ଷ ଆୟୋଜିତ “ବଂଶଧାରା ବସନ୍ତ ମହୋତ୍ସବ” କାର୍ଯ୍ୟକ୍ରମକୁ ନେଇ ଅଭିଯୋଗ ସାମ୍ନାକୁ ଆସିଛି ।...

BJD ରାଜ୍ୟସଭା ଏମପି ଶୁଭାଶିଷଙ୍କୁ ହତ୍ୟା ଧମକ, ୧୦ ଲକ୍ଷ ଟଙ୍କା ଦିଅ…

ପୁରୀ,୨୨।୧(ଅଜିତ୍‌ କୁମାର ମହାନ୍ତି)- ପୁରୀ ଜଗନ୍ନାଥ ମନ୍ଦିରରେ ଖୁବଶୀଘ୍ର ବୋମା ପଡ଼ିବ,ଖୁବଶୀଘ୍ର ପୁରୀ ଗ୍ରାଣ୍ଡ ସେଣ୍ଟରରେ ଗୁଳି ଫୁଟେଇବୁ ଏବଂ ରାଜ୍ୟ ସଭା ଏମପି ଶୁଭାଶିଷ...

ଜୁଆର ମାଡକୁ ସହି ପାରୁନାହିଁ ଜିଓ ସିନ୍ଥେଟିକ ଟ୍ୟୁବୱାଲ, ଖସୁଛି ପଥର ପ୍ୟାକିଂ, ବର୍ଷା ପୂର୍ବରୁ କାମ ନ ହେଲେ…

କେନ୍ଦ୍ରାପଡ଼ା, ୨୨ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଗୋବିନ୍ଦପୁର, ଡିମିରିପାଳ, ପେତପଡା, ସଂସିଧା, ଏରଡଙ୍ଗ, ଦେସାହି, ପାଳମୀ, କେତୁଆପାଳ ପଞ୍ଚାୟତକୁ କାଣୀ, ଖରସ୍ରୋତା,...

ଭୟଙ୍କର ଦୁର୍ଘଟଣା: ଓଭରବ୍ରିଜ୍‌ ନିକଟରେ କଣ୍ଟେନର-ଟ୍ରକ୍‌ ମୁହାଁମୁହିଁ ହେବାରୁ…

ଗଞ୍ଜାମ,୨୨ା୧(ଅନାଥ ତରାଇ): ଗଞ୍ଜାମସ୍ଥିତ ହୁମ୍ମା ଫାଣ୍ଡି ଅନ୍ତର୍ଗତ ଲକ୍ଷ୍ମୀପୁର ଓଭରବ୍ରିଜ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ବୁଧବାର ବିଲମ୍ବିତ ରାତିରେ ଏକ ଭୟଙ୍କର ସଡ଼କ...

ପ୍ଲାଷ୍ଟିକ ନେଉଛି ଜୀବନ, ବିପଦରେ ପ୍ରାଣୀସମ୍ପଦ

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ କୁଢ଼ କୁଢ଼ ପ୍ଲାଷ୍ଟିକ, ଥର୍ମାକୋଲ ଥାଳି, ପଲିଥିନ ଏବେ ପ୍ରାଣୀସମ୍ପଦ ପାଇଁ ବିପଦ ସାଜିଛନ୍ତି। ଉକ୍ତ...

ସର୍ଭେ କରିବାକୁ ଯାଇ କାଜୁ ଜଙ୍ଗଲରେ ଫସିଗଲା ଟିମ୍‌, ଅନ୍ଧାରରେ ବାଟ ନ ପାଇ ଘଣ୍ଟାଏ ପରେ…

ମହାକାଳପଡ଼ା,୨୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଆର୍ସେଲର ମିତ୍ତଲ ଶିଳ୍ପ ପ୍ରତିଷ୍ଠା ପାଇଁ ଏକ ଟିମ୍‌ ପକ୍ଷରୁ ଜଙ୍ଗଲ ପାଶର୍‌ବ ସୀମା...

ଶ୍ରୀମନ୍ଦିରକୁ ବୋମା ଧମକ: ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ପରେ…

ପୁରୀ,୨୨।୧: ଶ୍ରୀମନ୍ଦିରକୁ ବୋମା ଧମକ। ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ମାମଲାରେ ଜଣକୁ ପୋଲିସ ଅଟକ ରଖିଛି । ଜୁଲି ରାଣୀ ପଣ୍ଡା ନାମକ ଏକ...

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri