କେଏସ୍‌ୟୁବି କଲେଜର ହେବ ବିକାଶ, ନୂଆ ଅଧ୍ୟକ୍ଷ ଲୋଡ଼ିଲେ ବିଧାୟକ-ଉପଜିଲାପାଳଙ୍କ ସହଯୋଗ

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ମହାବିଦ୍ୟାଳୟ। ୧୯୬୦ରେ ନିର୍ମିତ ଏହି ମହାବିଦ୍ୟାଳୟ ବ୍ରହ୍ମପୁର ବିଶବିଦ୍ୟାଳୟ ଅଧୀନରେ ଆସୁଥିବା ବେଳେ ଏହି ମହାବିଦ୍ୟାଳୟ ଶିକ୍ଷା, ଭିତ୍ତିଭୂମି ସମେତ ଅନ୍ୟାନ୍ୟ କ୍ଷେତ୍ରରେ ସୁନାମ ଅଛି। ତଥାପି ଆହୁରି କିଛି ବିକାଶ କଲେଜର କରିବା ଆବଶ୍ୟକତା ରହିଛି। ତେଣୁ ଗତ ଶୁକ୍ରବାର କାର୍ଯ୍ୟରେ ଯୋଗ ଦେଇଥିବା ନୂତନ ଅଧ୍ୟକ୍ଷ ଡ ଗଗନ ବିହାରୀ ପୁରୋହିତ କଲେଜର ଆଉ କିଛି ବିକାଶ କରିବା ଲକ୍ଷ୍ୟ ରଖିଛନ୍ତି। ତେଣୁ ସୋମବାର ସେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ଭେଟି ଫୁଲତୋଡ଼ା ଦେଇ ସ୍ବାଗତ କରିବା ସହ କଲେଜର ଉନ୍ନତି ପାଇଁ ସହଯୋଗ କାମନା କରିଥିଲେ। ଏହି ସମୟରେ ବିଧାୟକ ନାୟକ କହିଥିଲେ କଲେଜର ଅନେକ କିଛି ବିକାଶ କରିବା ପାଇଁ ପଦକ୍ଷେପ ନିଆଯାଇଛି। ପର୍ଯ୍ୟାୟ କ୍ରମେ ଅର୍ଥ ଆସୁଛି ବିକାଶ ପାଇଁ। କଲେଜର ପୁରାତନ ଛାତ୍ର ନେତା ଭାବେ ମୋ’ କଲେଜର ବିକାଶ କରିବା ମୋର ପ୍ରମୁଖ କର୍ତ୍ତବ୍ୟ। ଆଗାମୀ ଦିନରେ କଲେଜର ବିକାଶ ପାଇଁ ଯାହା ସାହାଯ୍ୟ ସହଯୋଗ ଲୋଡ଼ା ଯୋଗାଇ ଦେବି ବୋଲି ବିଧାୟକ ନାୟକ କହିଥିଲେ। ଏହି ସମୟରେ ରସାୟନ ବିଜ୍ଞାନ ବିଭାଗ ମୁଖ୍ୟ ପ୍ରାଧ୍ୟାପକ କୁମୁନ୍ଦ ଚନ୍ଦ୍ର ମହାପାତ୍ର, ଯୁକ୍ତ ୨ ଧନ୍ଦାମୂଳକ ଶିକ୍ଷାନୁଷ୍ଠାନର ଅଧ୍ୟାପକ ଆର ହରିଶ କୁମାର ପ୍ରମୁଖ ଉପସ୍ଥିତ ଥିଲେ। ଏହାପରେ ଅଧ୍ୟକ୍ଷ ପୁରୋହିତ ଭଞ୍ଜନଗର ଉପଜିଲାପାଳ ତଥା କଲେଜ ପରିଚାଲନା କମିଟି ସଭାପତି ଉମାଶଙ୍କର ବେହେରାଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟି ସ୍ବାଗତ କରିବା ସହ କଲେଜର ଉନ୍ନତି ପାଇଁ ସହଯୋଗ କାମନା କରିଥିଲେ। ଉପଜିଲାପାଳ ବେହେରା ଯାହା ଆଇନ ଅନୁଯାୟୀ ହୋଇପାରିବ ତାହା ସମସ୍ତେ ମିଳିମିଶି କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଏହି ସମୟରେ ପ୍ରାଧ୍ୟାପକ କୁମୁନ୍ଦ ଚନ୍ଦ୍ର ମହାପାତ୍ର, ଆର ହରିଶ ମଧ୍ୟ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri