କେଏସୟୁବି, ସାବିତ୍ରୀ ମହାବିଦ୍ୟାଳୟରେ ୧୦ ଅଧ୍ୟାପକ ନିଯୁକ୍ତ

ଭଞ୍ଜନଗର,୧୯।୫(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ୬୩୮ଜଣ ନୂତନ ଅଧ୍ୟାପକଙ୍କୁ ନିଯୁକ୍ତି ଦିଆଯାଇଛି। ସେଥିମଧ୍ୟରେ ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ୪ ଜଣ ଏବଂ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ(କେଏସ୍‌ୟୁବି) ମହାବିଦ୍ୟାଳୟରେ ୬ ଜଣ ଅଧ୍ୟାପକ ନିଯୁକ୍ତି ପାଇଛନ୍ତି। ସାବିତ୍ରୀ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗରେ ଜଣେ, ଅର୍ଥନୀତିରେ ଜଣେ, ଗଣିତରେ ଜଣେ ଏବଂ ପଦାର୍ଥ ବିଜ୍ଞାନ ବିଭାଗରେ ଜଣେ ଅଧ୍ୟାପକ ନିଯୁକ୍ତି ପାଇଛନ୍ତି। ସେହିପରି କେଏସ୍‌ୟୁବି କଲେଜ ଉଦ୍ଭିଦ ବିଜ୍ଞାନ ବିଭାଗରେ ଜଣେ, ରସାୟନ ବିଜ୍ଞାନରେ ଜଣେ, ପଦାର୍ଥ ବିଜ୍ଞାନରେ ୨ ଜଣ, ବାଣିଜ୍ୟରେ ଜଣେ ଏବଂ ଗଣିତରେ ଜଣେ ଅଧ୍ୟାପକ ନିଯୁକ୍ତି ପାଇଛନ୍ତି । କଲେଜଗୁଡିକୁ ବୁଧବାର ଏ ସମ୍ପର୍କିତ ଚିଠି ଆସିଛି। ଏଥିସହ ଆସନ୍ତା ୩୦ ତାରିଖ ସୁଦ୍ଧା ରାଜନୀତି ବିଜ୍ଞାନ ଏବଂ ଇଂଲିଶ ବିଭାଗରେ ଖାଲିଥିବା ପଦବୀଗୁଡିକ ପୂରଣ ପାଇଁ ପ୍ରକ୍ରିୟା ଚାଲିଛି। ଅପରପକ୍ଷରେ ସ୍ଥାନୀୟ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଏନସିଟିଇର ଅନୁମୋଦନ ନ ଥିବା ଯୋଗୁ ଗତ ଦୁଇବର୍ଷ ହେବ ନାମଲେଖା ବନ୍ଦ ଥିଲା। ଚଳିତବର୍ଷ ଏନ୍‌ସିଟିଇର କିଭଳି ଅନୁମୋଦନ ମିଳିବ ସେଥିପାଇଁ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଚାଲିଛି। କମ ଦିନ ମଧ୍ୟରେ ରାଜ୍ୟରେ ବିଭିନ୍ନ ବିଏଡ କଲେଜରେ ଖାଲିଥିବା ୩୮୫ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ପୂରଣ ହେବ। ଏଥିପାଇଁ ନିଯୁକ୍ତି ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଗଣିତ ଓ ଭୂଗୋଳ ପାଇଁ ଚୟନ ପ୍ରକ୍ରିୟା ସରିଛି। ଭଞ୍ଜନଗର ବିଏଡ କଲେଜରେ ଖାଲିଥିବା ୧୩ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ମଧ୍ୟ କମ ଦିନରେ ପୂରଣ ହେବା ଆଶା କରାଯାଉଛି। ବିଏଡ୍‌ କଲେଜର ବାଳିକା ଏବଂ ବାଳକ ଛାତ୍ରାବାସ, ପାଚେରୀ, ନୂତନ କ୍ୱାର୍ଟର୍ସ ସମେତ ଅନ୍ୟାନ୍ୟ କାମ ପାଇଁ ୩ କୋଟି ଟଙ୍କା ମଞ୍ଜୁର ହୋଇଛି। ଏହାର କାମ ଆରମ୍ଭ ପାଇଁ ପ୍ରକ୍ରିୟା ଚାଲିଛି। ବିଏଡ୍‌ କଲେଜ ଅଧ୍ୟକ୍ଷା ଡ. ସରୋଜିନୀ ବରାଇଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି, ଚଳିତ ଶିକ୍ଷା ବର୍ଷରେ ନୂତନ ଛାତ୍ରୀଛାତ୍ର କିଭଳି ନାମ ଲେଖାଇବେ ସେ ନେଇ ସରକାର ଆବଶ୍ୟକ ପଦକ୍ଷେପ ନେଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

୧୧ ପଦକ ଜିତିଲେ ଗଞ୍ଜାମର ୩ ଖେଳାଳି, ଛୁଟୁଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ରାଜସ୍ଥାନର ଜୟପୁରଠାରେ ଅନୁଷ୍ଠିତ ଦ୍ୱିତୀୟ ଜାତୀୟ ପାରା ଅସିଚାଳନା ପ୍ରତିଯୋଗିତାରେ ଦଶରୁ ଅଧିକ ପଦକ ଜିତିଛନ୍ତି ଗଞ୍ଜାମର ୩ ଖେଳାଳି। ଛତ୍ରପୁର ଗିଲିଟିପେଟା…

ହୋମଗାର୍ଡ ପରୀକ୍ଷାରେ ଆସିଲା ଦୁର୍ନୀତି ଅଭିଯୋଗ: ଏସ୍‌ପିଙ୍କୁ ତଦନ୍ତ ପାଇଁ ଦାବିପତ୍ର ପ୍ରଦାନ କଲେ ପ୍ରାର୍ଥୀ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ହୋମଗାର୍ଡ ପରୀକ୍ଷାରେ ମହାଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଛି। ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଧୀନରେ ଫର୍ମପୂଣର କରି ପରୀକ୍ଷା…

ଭଞ୍ଜନଗର କେଭି ପାଇଁ ୭ ପିଜିଟି ଶିକ୍ଷକ ଅନୁମୋଦନ, + ୨ ଖୋଲିବା ନେଇ ଅଧ୍ୟକ୍ଷ…

ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଆଜକୁ ୧୬ ବର୍ଷ ହେବ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅବ୍ୟବହୃତ ହଷ୍ଟେଲ କୋଠାରେ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri