ବଜାରରେ କେଟିଏମ୍‌ର ଆର୍‌ସି ଆଣ୍ଡ ଆଡ୍‌ଭେଞ୍ଜର ରେଞ୍ଜ

ଭୁବନେଶ୍ୱର,୧୪।୩: ଦେଶର ପ୍ରମୁଖ ପ୍ରିମିୟମ ମୋଟରସାଇକେଲ ବ୍ରାଣ୍ଡ୍‌ ‘କେଟିଏମ୍‌’ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ୨୦୨୪କେଟିଏମ୍‌ ଆର୍‌ସି ଆଣ୍ଡ ଆଡ୍‌ଭେଞ୍ଜର ରେଞ୍ଜର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ନିକଟରେ ହୋଇଯାଇଛି।

ଉଲ୍ଲେଖଯୋଗ୍ୟ, ଅଲ୍‌ ନ୍ୟୁ କେଟିଏମ୍‌ ଆର୍‌ସି ଏବଂ ଆଡଭେଞ୍ଜର ମଡେଲରେ ଅନେକ ବୈଶିଷ୍ଟ୍ୟ ସାଙ୍ଗକୁ ଆକର୍ଷଣୀୟ କଲର ଓ ଫିଜର ଡିଜାଇନ ହୋଇଛି। ଏପରିକି ଦି ୨୦୨୪ କେଟିଏମ୍‌ ୩୯୦ ଆଡଭେଞ୍ଜର ମଡେଲ ୨ଟି ଆକର୍ଷଣୀୟ କଲର ଯଥା ଧଳା ଓ କଳା ରଙ୍ଗରେ ହୋଇଥିବାବେଳେ ଦି ୨୦୨୪ କେଟିଏମ୍‌ ୨୫୦ ଆଡଭେଞ୍ଜର ମଡେଲ ମଧ୍ୟ ୨ଟି ଆକର୍ଷଣୀୟ କଲର ଗ୍ରେ ଏବଂ ବ୍ଲ୍ୟୁ ରଙ୍ଗରେ ଉପଲବ୍ଧ। ସେହିଭଳି ଦି୨୦୨୪ କେଟିଏମ୍‌ ଆର୍‌ସି ୧୨୫ ଏବଂ ଆର୍‌ସି ୨୦୦ ମଡେଲ ୨ଟି ଆକର୍ଷଣୀୟ କଲର ଯଥା ବ୍ଲ୍ୟୁ ଆଣ୍ଡ ବ୍ଲାକ୍‌ ରଙ୍ଗରେ ହୋଇଥିବାବେଳେ ଆର୍‌ସି ୩୯୦ ମଡେଲ ମଧ୍ୟ ୨ଟି ଆକର୍ଷଣୀୟ କଲର ଯଥା ବ୍ଲ୍ୟୁ ଆଣ୍ଡ ଓରେଞ୍ଜ ଭାରିଆଣ୍ଟରେ ଉପଲବ୍ଧ।

ଏ ସମ୍ପର୍କରେ ବଜାଜ୍‌ ଅଟୋ ଲିମିଟେଡ୍‌ର ସଭାପତି (ପ୍ରୋବାଇକିଂ) ସୁମିତ ନାରଙ୍ଗ କହିଛନ୍ତି, ଆମେ କେଟିଏମ୍‌ ଆର୍‌ସି ଏବଂ ଆଡଭେଞ୍ଜର ମଡେଲକୁ ଉନ୍ମୋଚନ ସହ ବଜାର ପ୍ରବେଶ କରାଇ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହାର ଅତୁଳନୀୟ କ୍ଷମତା ସହ ଆକର୍ଷଣୀୟ କଲର ରେଞ୍ଜ ଏବଂ ଗାଡ଼ି ଚାଳନାର ଭିନ୍ନ ଏକ ଅନୁଭୂତି ପ୍ରଦାନ କରିବ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri