Posted inଜାତୀୟ

କୁଚ୍‌ବିହାର କାଣ୍ଡ ପ୍ରାୟୋଜିତ ଗଣହତ୍ୟା: ମମତା

ସିଲିଗୁଡ଼ି/କୋଲକାତା, ୧୨।୪: କୁଚ୍‌ବିହାର ଗୁଳିକାଣ୍ଡ ଉଦ୍ଦେଶ୍ୟମୂଳକ ହତ୍ୟାକାଣ୍ଡ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରବିବାର କହିଛନ୍ତି। ନିର୍ବାଚନ କମିଶନ ସତ୍ୟକୁ ଚାପି ଦେଇଥିବା ଅଭିଯୋଗ କରି ସେ ଏହାର କଡ଼ା ସମାଲୋଚନା କରିଛନ୍ତି। ମତଦାନ ବେଳେ ଧାଡ଼ିରେ ଛିଡ଼ା ହୋଇଥିବା ନିରୀହ ଭୋଟରଙ୍କ ଉପରେ କେନ୍ଦ୍ରୀୟ ସୁରକ୍ଷା ବଳର ଗୁଳି ଚାଳନା ଘଟଣା ପାଇଁ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ନେତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କୁ ସମାଲୋଚନା କରିବା ସହ ସେମାନେ ଅଯୋଗ୍ୟ ବୋଲି କହିଛନ୍ତି।
ଶନିବାର କୁଚ୍‌ବିହାର ଜିଲାର ଏକ ବୁଥ୍‌ରେ ମତଦାନ ଚାଲିଥିବାବେଳେ ଭୁଲ୍‌ ବୁଝାମଣାକୁ ନେଇ ସ୍ଥାନୀୟ ଲୋକେ ସିଆଇଏସ୍‌ଏଫ୍‌ ଯବାନଙ୍କୁ ଆକ୍ରମଣ କରିବା ସହ ସେମାନଙ୍କଠାରୁ ରାଇଫଲ ଛଡ଼ାଇନେବାକୁ ଉଦ୍ୟମ କରିବାରୁ ସେମାନେ ଗୁଳି ଚଳାଇଥିଲେ। ଯବାନଙ୍କ ଗୁଳିରେ ୪ ଜଣଙ୍କର ମୃତ୍ୟୁ ଘଟିଥିଲା। ରବିବାରକୁ କଳା ଦିବସ ଭାବେ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଥିବା ମମତା କହିଥିଲେ। ସିଆଇଏସ୍‌ଏଫ୍‌ କାର୍ଯ୍ୟକୁ ନିର୍ବାଚନ କମିଶନ (ଇସି) ସମର୍ଥନ କରିଥିଲେ। ଆତ୍ମରକ୍ଷା ପାଇଁ ସେମାନେ ଗୁଳି ଚଳାଇଥିବା ଇସି ଶନିବାର କହିଥିଲେ। କେନ୍ଦ୍ରୀୟ ସୁରକ୍ଷା ବଳ ପଶ୍ଚିମବଙ୍ଗରେ ଭୋଟରମାନଙ୍କୁ ହଇରାଣ କରୁଥିବା ମମତା ଅଭିଯୋଗ କରିଆସୁଛନ୍ତି।
ଅନ୍ୟପକ୍ଷରେ ଅମିତ୍‌ ଶାହା କହିଛନ୍ତି, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହିଂସାକାଣ୍ଡ ସୃଷ୍ଟି ପାଇଁ ଲୋକଙ୍କୁ ଉସୁକାଇଥିଲେ। ସୁରକ୍ଷା ବଳକୁ ଟାର୍ଗେଟ କରିବା ଲାଗି ସେ ଜନସାଧାରଣଙ୍କୁ ଆହ୍ବାନ ଦେଇଥିଲେ, ଯେଉଁଥିପାଇଁ କୁଚ୍‌ବିହାରର ସିତଲକୁଚି ମତଦାନ କେନ୍ଦ୍ରରେ ହିଂସାକାଣ୍ଡ ଘଟିଲା। ଏବେ ହତ୍ୟାକାଣ୍ଡକୁ ରାଜନୀତିକରଣ କରାଯାଉଛି ବୋଲି ଶାହା ଶାନ୍ତିପୁରଠାରେ ଏକ ରାଲିକୁ ସମ୍ବୋଧନ କରି କହିଛନ୍ତି। ଆଗାମୀ ପର୍ଯ୍ୟାୟରେ ଶାନ୍ତିପୂର୍ଣ୍ଣ ଭାବେ ଭୋଟ ଦେବା ପାଇଁ ସେ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri