ସ୍ବତନ୍ତ୍ର ଜିଲା ଦାବି ତେଜିଲା

କୁଚିଣ୍ଡା,୧ା୯(ବିରଞ୍ଚତ୍ ଦର୍କା): କୁଚିଣ୍ଡାକୁ ସ୍ବତନ୍ତ୍ର ଜିଲା ମାନ୍ୟତା ଦାବି ତେଜିବାରେ ଲାଗିଛି। ସରକାର କୁଚିଣ୍ଡାକୁ ଜିଲା ଘୋଷଣା ନ କରିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବାକୁ ଗୁରୁବାର କ୍ରିୟାନୁଷ୍ଠାନ କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି। କୁଚିଣ୍ଡା ଓକିଲ ସଂଘ ସଭାଗୃହରେ କ୍ରିୟାନୁଷ୍ଠାନ କମିଟି ଆବାହକ ପ୍ରମୋଦ କୁମାର ଛୁରିଆଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।

ସମସ୍ତ ଯୋଗ୍ୟତା ଥିବା ସତ୍ତ୍ୱେ ସରକାର ଏ ଦିଗରେ ପଦକ୍ଷେପ ନେଉ ନ ଥିବାରୁ ବୈଠକରେ ଉଦ୍‌ବେଗ ପ୍ରକାଶ ପାଇଥିଲା। ବୈଠକର ନିଷ୍ପତ୍ତି କ୍ରମେ ସୋମବାରଠାରୁ କୁଚିଣ୍ଡା ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯିବାକୁ ଚୂଡାନ୍ତ ହୋଇଛି। ଏଥିରେ କୁଚିଣ୍ଡା ଉପଖଣ୍ଡର ସମସ୍ତ ରାଜନୈତିକ, ସାମାଜିକ, ସ୍ବେଚ୍ଛାସେବୀ ଅନୁଷ୍ଠାନ, ଜାତି ସଙ୍ଗଠନକୁ ସାମିଲ କରି ଲଢେଇ କରିବାକୁ ଋଣନୀତି ପ୍ରସ୍ତୁତ ହୋଇଛି। ଗୋଟିଏ ଦିନ ବନ୍ଦ ପାଳନ ପାଇଁ ମଧ୍ୟ ପ୍ରସ୍ତାବ ନିଆଯାଇଥିବା ଆବାହକ ଛୁରିଆ କହିଛନ୍ତି। ବୈଠକରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ଛତ୍ରିଆ, ଭାଜପା ସମ୍ବଲପୁର ଜିଲା ସାଧାରଣ ସମ୍ପାଦକ ଶୁଶିଳ କର, ଗଣେଶ ଅଗ୍ରୱାଲ, ବାପି ଶର୍ମା, ଉଦୟ ପ୍ରତାପ ସିଂ ପ୍ରମୁଖଙ୍କ ସମେତ ବିଭିନ୍ନ ସଂଗଠନର କର୍ମକର୍ତ୍ତା ଯୋଗଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?