କୁଚିଣ୍ଡା ନାବାଳିକା ଗଣବଳାତ୍କାର ମାମଲା: ମନ୍ତ୍ରୀଙ୍କ ଇସ୍ତଫା ଦାବିକଲା ବିଜେଡି

କୁଚିଣ୍ଡା,୨୩ା୧୦(ବିରଞ୍ଚି ଦର୍କା):ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଞ୍ଚଳରେ ଜଣେ ଦଳିତ ନାବାଳିକାଙ୍କୁ ଅପହରଣ ପରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ରାଜନୈତିକ ଚାପରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ନ କରି ଘଣ୍ଟ ଘୋଡ଼ାଉଛି ବୋଲି ବିଜେଡି କହିଛି। ଏଥିସହିତ ଦଳ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକଙ୍କ ଇସ୍ତଫା ଦାବି କରିଛି।
ନ୍ୟାୟ ପ୍ରଦାନ ଦାବିରେ ମଙ୍ଗଳବାର ବିଜେଡି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଉପଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ଅଭିଯୁକ୍ତଙ୍କୁ ୪୮ଘଣ୍ଟା ମଧ୍ୟରେ ଗିରଫ କରା ନ ଗଲେ ବିଜେଡି ରାସ୍ତାକୁ ଓହ୍ଲାଇବାକୁ ଚେତାବନୀ ଦେଇଛି। ପୂର୍ବତନ ବିଧାୟକ କିଶୋର ଚନ୍ଦ୍ର ନାଏକଙ୍କ ନେତୃତ୍ୱରେ ବହୁସଂଖ୍ୟକ ନେତା ଓ କର୍ମୀ ଉକ୍ତ ଘଟଣା ନେଇ ଉପଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପୀଡ଼ିତା ୧୬ତାରିଖ କୁଚିଣ୍ଡା ଥାନାରେ ଅପହରଣ ଓ ଅସଦାଚରଣ ରିପୋର୍ଟ କରିଥିଲେ। ଗଣବଳାତ୍କାର ଅଭିଯୋଗ କରିଥିବାରୁ ତାଙ୍କ ଜୀବନ ପ୍ରତି ବିପଦ ରହିଛି। ତେଣୁ ତାଙ୍କୁ ଓ ତାଙ୍କ ପରିବାରକୁ ସୁରକ୍ଷା ଯୋଗାଇ ଦେବାକୁ ବିଜେଡି ଦାବିପତ୍ରରେ ଉଲ୍ଲେଖ କରିଛି। ଏଥିରେ ଉଲ୍ଲେଖ କରାଯାଇଛି ଯେ, ଏହି କାଣ୍ଡରେ ସମ୍ପୃକ୍ତ ଜଣେ ଅଭିଯୁକ୍ତ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ସହଯୋଗୀ। ତେଣୁ ତଦନ୍ତରେ ବାଧା ଉପୁଜିବା ଆଶଙ୍କା ନେଇ ମୁଖ୍ୟମନ୍ତ୍ରୀ ତୁରନ୍ତ ତାଙ୍କୁ ମନ୍ତ୍ରୀ ପଦରୁ ବହିଷ୍କାର କରନ୍ତୁ ବୋଲି ବିଜେଡି ଦାବି କରିଛି।
ସୂଚନା ଅନୁସାରେ ଗତ ୧୫ତାରିଖରେ କୁଚିଣ୍ଡା ପଞ୍ଚମୁଖୀ ଛକରେ ଅନୁଷ୍ଠିତ କରମା ପୂଜା ଦେଖିବାକୁ ଯାଇଥିବା ଜଣେ ଦଳିତ ନାବାଳିକାଙ୍କୁ ଘରେ ଛାଡ଼ି ଦେବାକୁ କହି ରାତି ପ୍ରାୟ ସାଢ଼େ ୧ଟାରେ କାହ୍ନା ଛତ୍ରିଆ ନାମକ ଜଣେ ଯୁବକ କାର୍‌ରେ ବସାଇ ନେଇଥିଲେ। ସେଥିରେ ପୂର୍ବରୁ ଅନ୍ୟ ଯୁବକ ଥିଲେ। କାର୍‌ରେ ତାଙ୍କୁ ଥଣ୍ଡା ପାନୀୟରେ ମାଦକଦ୍ରବ୍ୟ ମିଶାଇ ସେମାନେ ଜବରଦସ୍ତ ପିଆଇ ଅସଦାଚରଣ କରିଥିଲେ। ଭୋର ପ୍ରାୟ ୪ଟାରେ ନାବାଳିକାଙ୍କୁ ପଞ୍ଚମୁଖୀ ଛକ ହନୁମାନ ମନ୍ଦିର ନିକଟକୁ ଆଣି ଛାଡ଼ି ପଳାଇଥିଲେ।
ପୋଲିସ ଘଟଣାର ଠିକ୍‌ ତଦନ୍ତ ନ କରି ୩ଜଣଙ୍କୁ ଗିରଫ କରିଥିବା ବେଳେ ଅପହରଣରେ ବ୍ୟବହୃତ କାର୍‌ ଜବତ କରିଥିଲା। ହେଲେ ତାଙ୍କୁ ୫ଜଣ ଗଣବଳାତ୍କାର କରିଥିବା ସୋମବାର ପୀଡ଼ିତା ସମ୍ବଲପୁର ଆରକ୍ଷୀ ଅଧୀକ୍ଷକଙ୍କଠାରେ ଅଭିଯୋଗ କରିଥିଲେ। ଦାବିପତ୍ର ଗ୍ରହଣ କରି କୁଚିଣ୍ଡା ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ଅମିତାଭ ପଣ୍ଡା କହିଛନ୍ତି, ପୀଡ଼ିତାଙ୍କ ରିପୋର୍ଟ ଆଧାରରେ ଥାନାରେ ଅପହରଣ ଓ ଅସଦାଚରଣ ମାମଲା ରୁଜୁ ହୋଇଥିଲା। ସେ ବୟାନ ବଦଳାଇ ଗଣବଳାତ୍କାର ଅଭିଯୋଗ କରିବା ପରେ ଆରକ୍ଷୀ ଅଧୀକ୍ଷକ ଘଟଣାର ତଦନ୍ତ ପାଇଁ ଜଣେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକଙ୍କୁ ଦାୟିତ୍ୱ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri