କୁଜଙ୍ଗ ଥାନା IIC ତପନ କୁମାର ନାହାକ ଗିରଫ: ପ୍ରତାରଣା ଅଭିଯୋଗ ଆଣିଛନ୍ତି ମହିଳା ହୋମଗାର୍ଡ

ଜଗତସିଂହପୁର,୨୬ା୨: ବୁଧବାର କୁଜଙ୍ଗ ଥାନାର ପୂର୍ବତନ ଇନସପେକ୍ଟର-ଇନଚାର୍ଜ (ଆଇଆଇସି) ତପନ ନାହାକଙ୍କୁ ଅସଦାଚରଣ ଏବଂ ସରକାରୀ ପଦବୀର ଅପବ୍ୟବହାର ଅଭିଯୋଗ ପରେ ନିଲମ୍ବନ କରାଯାଇଛି।ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଜଣେ ମହିଳା ହୋମଗାର୍ଡଙ୍କ ସହ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗରେ ତପନ ନାହାକ ଏବେ ଚର୍ଚ୍ଚାର ବିଷୟ ପାଲଟିଛନ୍ତି।

ସରକାରୀ ନିର୍ଦ୍ଦେଶ ଅନୁଯାୟୀ, ଜନସେବାର ସ୍ୱାର୍ଥ ଏବଂ ତଦନ୍ତରେ ନିରପେକ୍ଷତା ସୁନିଶ୍ଚିତ କରିବା ପାଇଁ କୁଜଙ୍ଗ ପୋଲିସ ଷ୍ଟେସନର ପୂର୍ବତନ ଆଇଆଇସିଙ୍କୁ ତୁରନ୍ତ ନିଲମ୍ବନ କରାଯାଇଛି। ନିଲମ୍ବନ ତପନଙ୍କୁ ଗିରଫ କରାଯାଇଥିବା କୁହାଯାଉଛି।

ସୂଚନାଯୋଗ୍ୟ ତପନ ନାହାକ ଜଣେ ମହିଳା ଗୃହରକ୍ଷୀ(ହୋମଗାର୍ଡ)ଙ୍କୁ ପ୍ରେମ ପରେ ପ୍ରତାରଣା କରିଥିଲେ। ଏନେଇ ଜଗତ୍‌ସିଂହପୁର ଥାନାର ପୂର୍ବତନ ଅତିରିକ୍ତ ଆଇଆଇସି ତଥା ବର୍ତ୍ତମାନର କୁଜଙ୍ଗ ଆଇଆଇସି ତପନ ନାହାକଙ୍କ ନାମରେ ଲିଖିତ ଅଭିଯୋଗ ହୋଇଛି। ସମ୍ପୃକ୍ତା ହୋମଗାର୍ଡ ଜଗତ୍‌ସିଂହପୁର ଥାନାରେ କରିଥିତ୍ବା ଅଭିଯୋଗ ଅନୁଯାୟୀ, ଆଇଆଇସି ତପନଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଥିଲା।

ତପନ ତାଙ୍କୁ ବିବାହ କରିବାକୁ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିଲେ। ପରବର୍ତ୍ତୀ ସମୟରେ ପ୍ରତାରିତ କରିଥିଲେ। ଅଭିଯୋଗକୁ ଗ୍ରହଣ କରି ଜଗତ୍‌ସିଂହପୁର ପୋଲିସ ଥାନାରେ ମାମଲା (ନଂ. ୧୧୭/୨୫) ରୁଜୁକରି ତଦନ୍ତ ଜାରି ରଖିଛି।

ମଙ୍ଗଳବାର ଏ ସମ୍ପର୍କରେ ଏସ୍‌ପି ଭବାନୀ ଶଙ୍କର ଉଦ୍‌ଗାତାଙ୍କୁ ପଚାରିବାରୁ ସେ କହିଥିଲେ, ପ୍ରସଙ୍ଗର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଆଇଆଇସି ତପନଙ୍କୁ ତତ୍କାଳ ଜିଲା ପୋଲିସ ମୁଖ୍ୟାଳୟକୁ ସ୍ଥାନାନ୍ତର କରାଯାଇଛି। ଜଗତ୍‌ସିଂହପୁର ଆଇଆଇସି ପ୍ରଭାସ ଚନ୍ଦ୍ର ସାହୁ ଏହି ମାମଲାର ତଦନ୍ତ କରୁଛନ୍ତି। ଅପରପକ୍ଷେ ଅଭିଯୋଗକାରିଣୀ ମହିଳା ଗୃହରକ୍ଷୀଙ୍କ ଡାକ୍ତର ମାଇନା ପାଇଁ ଚେଷ୍ଟା କରାଯାଇଥିଲେ ସୁଦ୍ଧା ସେ ମନା କରିଦେଇଛନ୍ତି। ତଦନ୍ତ ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri