ରୋଚକ ମୋଡ଼ ନେଉଛି କୁକୁଡ଼ାଖଣ୍ଡି ବ୍ଲକ ରାଜନୀତି

ବ୍ରହ୍ମପୁର,୨ା୪:ଗଞ୍ଜାମ ଜିଲା ଦିଗପହଣ୍ଡି ନିର୍ବାଚନମଣ୍ଡଳୀର କୁକୁଡ଼ାଖଣ୍ଡି ବ୍ଲକ ଅଧ୍ୟକ୍ଷ କାମାକ୍ଷା ପ୍ରସାଦ ପାତ୍ରଙ୍କ ୨୦୨୪ ଜୁନ ୬ରେ ମୃତ୍ୟୁ ହୋଇଥିଲା। ଏହାପରେ ବ୍ଲକ ଉପାଧ୍ୟକ୍ଷା ବିଷ୍ଣୁପ୍ରିୟା ପାତ୍ର ସରକାରୀ ନିୟମ ଅନୁଯାୟୀ ୧୮୦ ଦିନ ପର୍ଯ୍ୟନ୍ତ ଅଧ୍ୟକ୍ଷ ଦାୟିତ୍ୱ ତୁଲାଇଥିଲେ। ବର୍ତ୍ତମାନ ୯ ମାସ ବିତିଯାଇଥିବା ବେଳେ ଅଧ୍ୟକ୍ଷ ପଦ ଖାଲି ପଡ଼ିଛି। ଏହି ପଦବୀ ହାତେଇବା ଆଶାରେ ଗୋଟେ ପଟେ ଅଙ୍କୁଶପୁର ପଞ୍ଚାୟତ ସମିତି ସଭ୍ୟା ସୁନୀତା ସେଠୀ ନିଜ ସମର୍ଥକଙ୍କ ସହ ଦିଲ୍ଲୀ ଗସ୍ତ କରି କେନ୍ଦ୍ରୀୟ ନେତୃବୃନ୍ଦ ତଥା ଭାଜପାର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଦୁଷ୍ମନ୍ତ ଗୌତମ ଓ ବନ୍ଦର ଓ ଜାହାଜ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ନାୟକଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହୋଇଛନ୍ତି। ଅନ୍ୟପଟେ ବ୍ଲକ ଉପାଧ୍ୟକ୍ଷା ବିଷ୍ଣୁପ୍ରିୟା ନିଜ ସମର୍ଥକଙ୍କୁ ସାଙ୍ଗରେ ନେଇ ଭୁବନେଶ୍ବରରେ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ତଥା ଗୋପାଳପୁର ବିଧାୟକ ବିଭୂତି ଭୂଷଣ ଜେନା ଏବଂ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ଉପସ୍ଥିତିରେ ଭାଜପାରେ ଯୋଗ ଦେଇଛନ୍ତି। କିନ୍ତୁ ଏଠାରେ ଆଲୋଚନାର ବିଷୟ ହେଉଛି, ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ଟାଣୁଆ ବିଜେଡି ନେତା ସ୍ବର୍ଗତ ସୂର୍ଯ୍ୟ ପାତ୍ରଙ୍କ ନିକଟରେ ବିଷ୍ଣୁପ୍ରିୟା ଏବଂ ସୁନିତା ବ୍ଲକ ଅଧ୍ୟକ୍ଷ ପଦ ନିମନ୍ତେ ସେତେବେଳେ ଜୋରଦାର ପ୍ରୟାସ କରିଥିଲେ। ପର ମୁହୂର୍ତ୍ତରେ ଦ୍ୱିତୀୟ ଥର ପାଇଁ ଅଧ୍ୟକ୍ଷ ପଦ ହାତେଇବାରେ ସଫଳ ହୋଇଥିଲେ ସ୍ବର୍ଗତ କାମାକ୍ଷା ପ୍ରସାଦ ପାତ୍ର। ଅଧ୍ୟକ୍ଷ ହେବା ଆଶା ମଉଳିଯିବା ପରେ ବିଷ୍ଣୁପ୍ରିୟାଙ୍କୁ ଉପାଧ୍ୟକ୍ଷା ପଦରେ ସନ୍ତୁଷ୍ଟ ରହିବାକୁ ପଡ଼ିଥିଲା। ବର୍ତ୍ତମାନ ଭାଜପା ରାଜ୍ୟ ଏବଂ କେନ୍ଦ୍ରରେ କ୍ଷମତାରେ ରହିଛି। ତେଣୁ ବିଷ୍ଣୁପ୍ରିୟା ଓ ସୁନୀତା ଉଭୟ ବ୍ଲକ ଅଧ୍ୟକ୍ଷ ପଦ ହାତେଇବା ଲକ୍ଷ୍ୟରେ ନିଜ ସମର୍ଥକଙ୍କ ସହ ବିଜେଡି ଛାଡ଼ି ଭାଜପା ଶିବିରକୁ ଲମ୍ପ ଦେଇଥିବା ଆଲୋଚନା ହେଉଛି। ସୁନୀତା ପ୍ରଥମେ ଭାଜପାରେ ଯୋଗଦେବାର ଗୋଟିଏ ଦିନପରେ ବିଷ୍ଣୁପ୍ରିୟା ତରବରିଆ ଭାବରେ ଭାଜପାରେ ଯୋଗଦେବା ବ୍ଲକ ରାଜନୀତିକୁ ସରଗରମ କରିଛି। କ୍ଷମତା ଲୋଭରେ ଉଭୟଙ୍କ ମଧ୍ୟରେ ଜୋରଦାର ଲଢେଇ ଚାଲିବ ବୋଲି ଅଞ୍ଚଳବାସୀଙ୍କ ମଧ୍ୟରେ ଚର୍ଚ୍ଚା ହେଉଛି। ତେବେ ଅଧ୍ୟକ୍ଷ ପଦ ଦିଲ୍ଲୀ ଯାଇ ଭାଜପାରେ ଯୋଗ ଦେଇଥିବା ଗୋଷ୍ଠୀ ନା ଭୁବନେଶ୍ବର ଯାଇ ଭାଜପାରେ ସାମିଲ ହୋଇଥିବା ଗୋଷ୍ଠୀଙ୍କୁ ମିଳିବ ସେ ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri