କୁଲାଡ ବାହୁଡା଼ ଯାତ୍ରା:ଡାହୁକଙ୍କ ଅଶ୍ଳୀଳ ଡାକକୁ ନ଼େଇ ଅସନ୍ତୋଷ 

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ପ୍ରସିଦ୍ଧ କୁଲାଡ ବାହୁଡା଼ ଯାତ୍ରା ଶନିବାର ସାରେ ଶାନ୍ତିଶୃଙ୍ଖଳାର ସହ ସରିଛି। କିନ୍ତୁ ବାହୁଡା଼ ଯାତ୍ରା ଚାଲିଥିବା ସମୟରେ କିଛି ସମୟ ପାଇଁ ରଥ ଚକ ଆଉ ବଡ ଦାଣ୍ଡରେ  ଗଡ଼ି ନ ଥିଲା। ଫଳରେ ଅନ୍ୟ ଜଣେ ଅସ୍ଥାୟୀ ଡାହୁକ ରଥ ଉପରୁ ନିମନ୍ତ୍ରଣ ପାଇ ରଥକୁ ଚଢ଼ି ଅଶ୍ଳୀଳ ଡାକ ପକାଇଥିଲେ। ଏହାକୁ ନେଇ ସେଠାରେ ଉପସ୍ଥିତ ଥିବା ବିଶ୍ବହିନ୍ଦୁ ପରିଷଦ ନେତା ମୁରଲୀ ପଣ୍ଡା ସମେତ ଆଉ କିଛି ଲୋକ ତୁରନ୍ତ ଆପତ୍ତି ଉଠାଇଥିଲେ। ପରେ  ପୋଲିସ ଓ ପ୍ରଶାସନିକ ଅଧିକାରୀ ମାନେ ମଧ୍ୟଏଭଳି ଡାକ ନ ଡ଼ାକିବା ପାଇଁ କହିଥିଲେ। ଦୁଇ ଥର ଅଶ୍ଳୀଳ ଡାକ ପରେ ତାହା ବନ୍ଦ ହୋଇଯାଇଥିଲା । ପରେ ରଥ ଟଣା ସ୍ବଭାବିକ ହୋଇଥିଲା। ଜଗନ୍ନାଥ ମନ୍ଦିର ସମ୍ମୁଖରେ ରଥ ଲାଗିବା ପରେ ସେଠାରେ ପ୍ରଶାସନ ପକ୍ଷରୁ ରଥଯାତ୍ରା ପାଳନରେ ସହଯୋଗ କରୁଥିବା ଅଧିକାରୀ, ସେବକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।
ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଭିନ୍ନ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏଥିସହ ଭାରପ୍ରାପ୍ତ ତହସିଲଦାର ଅବିନାଶ ମହାର ମଧ୍ୟ ଆଉ କିଛି ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ ପରିଚାଳନା କରିବାରେ ଡିଏଫଓ ହିମାଂଶୁ ଶେଖର ମହାନ୍ତି, ଏଏସପି ରଞ୍ଜନ କୁମାର ଦେ, ଏସଡିପିଓ ଡ ଦୀପକ ମିଶ୍ର, ଥାନା ଅଧିକାରୀ ଜିବନାନନ୍ଦ ଜେନା, ବିଡ଼ିଓ ଭାରତୀ ଦେବୀ, ଏ ବି ଡି ଓ ପୂର୍ଣ୍ଣ ଚନ୍ଦ୍ର ପାଢ଼ୀ, ଗ୍ରାମବାସୀ, ଦମକଳ ବାହିନୀ ସମେତ ପ୍ରମୁଖ ସହଯୋଗ କରିଥିଲେ। ଏଥିସହ ଭଞ୍ଜନଗର, ଭେଜିପୁଟ, ବଦକୋଦଣ୍ଡା  ପ୍ରମୁଖ ସ୍ଥାନରେ ୍ଯଯଯ ଆଜି ବାହୁଡ଼ା ଯାତ୍ରା ପାଳିତ ହୋଇଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri