କୁଲାଡ ରଥଯାତ୍ରା: ତିନି ଠାକୁରଙ୍କ ସୁନାବେଶ: ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ

ଭଞ୍ଜନଗର, ୨୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ଼ସ୍ଥିତ ଭଞ୍ଜ ରାଜବଂଶ ପକ୍ଷରୁ ପ୍ରତିଷ୍ଠିତ ଶ୍ରୀଜଗନ୍ନାଥ ମନ୍ଦିର ଏକ ଇତିହାସ ପ୍ରସିଦ୍ଧ ଧାର୍ମିକ ପୀଠ। ଶନିବାର ଅବସରରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିଲା। ଏଥିସହ ସନ୍ଧ୍ୟାରେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ ସାଂସ୍କୃତିକ ସନ୍ଧ୍ୟାର ଆୟୋଜନ କରାଯାଇଥିଲା।

ଏହି ସାଂସ୍କୃତିକ କାର୍ଯ୍ୟକ୍ରମରେ ଖୋର୍ଦ୍ଧାର ରାମେଶ୍ୱର ଭଜନ ସନ୍ଧ୍ୟା ସମେତ ବିଭିନ୍ନ କଳା ଅନୁଷ୍ଠାନ ପକ୍ଷରୁ ଭକ୍ତିମୂଳକ ସଙ୍ଗୀତ, ନୃତ୍ୟ ଓ ସାଂସ୍କୃତିକ ପରିବେଷଣ କରାଯାଇଥିଲା। କାର୍ଯ୍ୟକ୍ରମକୁ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଉଦ୍ଘାଟନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଭଞ୍ଜନଗର ପୌରାଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ବିଡିଓ ଭାରତୀ ଦେବୀ, ତହସିଲଦାର ଅଭିପ୍ସା ପଟ୍ଟନାୟକ, ଅତିରିକ୍ତ ତହସିଲଦାର ଅବିନାଶ ମହାର, ଏବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ, ଭଞ୍ଜନଗର ବ୍ଲକ କଳାକାର ସଂଘର ଉପସଭାପତି ଜଗଦୀଶ ପାଣିଗ୍ରାହୀ, ସରପଞ୍ଚ ସଂଯୁକ୍ତା ରାଜୁ ଏବଂ ମନ୍ଦିର କମିଟିର କର୍ମକର୍ତ୍ତା ବ୍ରହ୍ମାନନ୍ଦ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ସମଗ୍ର କାର୍ଯ୍ୟକ୍ରମକୁ ସ୍ୱସ୍ତି ସୁନ୍ଦର ସିଅ ସଂଯୋଜନା କରିଥିଲେ।

ସୂଚନାଯୋଗ୍ୟ ଯେ, ଭଞ୍ଜ ରାଜବଂଶ ପକ୍ଷରୁ ୧୭୬୦ ମସିହାରେ କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିର ନିର୍ମାଣ କରାଯାଇଥିଲା। ତତ୍କାଳୀନ ଏବଂ ପରବର୍ତ୍ତୀ ଭଞ୍ଜ ରାଜାମାନେ ମନ୍ଦିରର ପରିଚାଳନା ପାଇଁ ହଜାର ହଜାର ଏକର ଜମି ଦାନ କରିବା ସହ ବହୁ ମୂଲ୍ୟବାନ ସୁନା ଅଳଙ୍କାର ମଧ୍ୟ ଦାନ କରିଥିଲେ।

କିନ୍ତୁ ୧୯୯୩ ମସିହାରେ ମନ୍ଦିରର ସମସ୍ତ ସୁନା ଅଳଙ୍କାର ଚୋରି ହୋଇଯାଇଥିଲା। ଆଜି ପର୍ଯ୍ୟନ୍ତ ସେହି ଅଳଙ୍କାରଗୁଡ଼ିକୁ  ପୋଲିସ ଉଦ୍ଧାର କରିପାରିନାହିଁ। ଏହାପରେ ପ୍ରତିବର୍ଷ ଭକ୍ତମାନଙ୍କ ଦ୍ୱାରା ଦାନ କରାଯାଇଥିବା ଅଳଙ୍କାରରେ ମହାପ୍ରଭୁଙ୍କ ସୁନାବେଶ କରାଯାଉଥିଲା ଏବଂ କାର୍ଯ୍ୟକ୍ରମ ଶେଷରେ ସେଗୁଡ଼ିକୁ ମାଲିକମାନଙ୍କୁ ଫେରାଇ ଦିଆଯାଉଥିଲା।

ଚଳିତ ବର୍ଷ ଉପଖଣ୍ଡ ପ୍ରଶାସନ, ତହସିଲ ପ୍ରଶାସନ ଏବଂ ନବଗଠିତ ମନ୍ଦିର ପରିଚାଳନା କମିଟିର ମିଳିତ ଉଦ୍ୟମରେ ସୁନା ଅଳଙ୍କାର ସଂଗ୍ରହ କରାଯାଇ ତିନି ଠାକୁରଙ୍କ ସୁନାବେଶ ସମ୍ପନ୍ନ କରାଯାଇଥିଲା। ସେହିପରି ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କ ସହଯୋଗରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହେବା ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ବେଶ ଉତ୍ସାହ ଦେଖାଦେଇଥିଲା।

ଚଳିତ ବର୍ଷ ଉପଖଣ୍ଡ ପ୍ରଶାସନ, ତହସିଲ ପ୍ରଶାସନ ଓ ମନ୍ଦିର ପରିଚାଳନା କମିଟିର ସମନ୍ୱିତ ପ୍ରୟାସରେ ରଥଯାତ୍ରା ଏବଂ ସୁନାବେଶ ଶୃଙ୍ଖଳିତ ଓ ଆକର୍ଷଣୀୟ ଭାବେ ସମ୍ପନ୍ନ ହୋଇଥିବା ସହ ମନ୍ଦିରର ସାମଗ୍ରିକ ବିକାଶ ଦିଗରେ ସକାରାତ୍ମକ ପଦକ୍ଷେପ ନିଆଯାଉଥିବା ସ୍ଥାନୀୟ ବୁଦ୍ଧିଜୀବୀମାନେ ମତ ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍‌କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri