କୁଲାଡ ବାହୁଡା଼ ଯାତ୍ରା:ଡାହୁକଙ୍କ ଅଶ୍ଳୀଳ ଡାକକୁ ନ଼େଇ ଅସନ୍ତୋଷ 

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ପ୍ରସିଦ୍ଧ କୁଲାଡ ବାହୁଡା଼ ଯାତ୍ରା ଶନିବାର ସାରେ ଶାନ୍ତିଶୃଙ୍ଖଳାର ସହ ସରିଛି। କିନ୍ତୁ ବାହୁଡା଼ ଯାତ୍ରା ଚାଲିଥିବା ସମୟରେ କିଛି ସମୟ ପାଇଁ ରଥ ଚକ ଆଉ ବଡ ଦାଣ୍ଡରେ  ଗଡ଼ି ନ ଥିଲା। ଫଳରେ ଅନ୍ୟ ଜଣେ ଅସ୍ଥାୟୀ ଡାହୁକ ରଥ ଉପରୁ ନିମନ୍ତ୍ରଣ ପାଇ ରଥକୁ ଚଢ଼ି ଅଶ୍ଳୀଳ ଡାକ ପକାଇଥିଲେ। ଏହାକୁ ନେଇ ସେଠାରେ ଉପସ୍ଥିତ ଥିବା ବିଶ୍ବହିନ୍ଦୁ ପରିଷଦ ନେତା ମୁରଲୀ ପଣ୍ଡା ସମେତ ଆଉ କିଛି ଲୋକ ତୁରନ୍ତ ଆପତ୍ତି ଉଠାଇଥିଲେ। ପରେ  ପୋଲିସ ଓ ପ୍ରଶାସନିକ ଅଧିକାରୀ ମାନେ ମଧ୍ୟଏଭଳି ଡାକ ନ ଡ଼ାକିବା ପାଇଁ କହିଥିଲେ। ଦୁଇ ଥର ଅଶ୍ଳୀଳ ଡାକ ପରେ ତାହା ବନ୍ଦ ହୋଇଯାଇଥିଲା । ପରେ ରଥ ଟଣା ସ୍ବଭାବିକ ହୋଇଥିଲା। ଜଗନ୍ନାଥ ମନ୍ଦିର ସମ୍ମୁଖରେ ରଥ ଲାଗିବା ପରେ ସେଠାରେ ପ୍ରଶାସନ ପକ୍ଷରୁ ରଥଯାତ୍ରା ପାଳନରେ ସହଯୋଗ କରୁଥିବା ଅଧିକାରୀ, ସେବକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।
ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଭିନ୍ନ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏଥିସହ ଭାରପ୍ରାପ୍ତ ତହସିଲଦାର ଅବିନାଶ ମହାର ମଧ୍ୟ ଆଉ କିଛି ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ ପରିଚାଳନା କରିବାରେ ଡିଏଫଓ ହିମାଂଶୁ ଶେଖର ମହାନ୍ତି, ଏଏସପି ରଞ୍ଜନ କୁମାର ଦେ, ଏସଡିପିଓ ଡ ଦୀପକ ମିଶ୍ର, ଥାନା ଅଧିକାରୀ ଜିବନାନନ୍ଦ ଜେନା, ବିଡ଼ିଓ ଭାରତୀ ଦେବୀ, ଏ ବି ଡି ଓ ପୂର୍ଣ୍ଣ ଚନ୍ଦ୍ର ପାଢ଼ୀ, ଗ୍ରାମବାସୀ, ଦମକଳ ବାହିନୀ ସମେତ ପ୍ରମୁଖ ସହଯୋଗ କରିଥିଲେ। ଏଥିସହ ଭଞ୍ଜନଗର, ଭେଜିପୁଟ, ବଦକୋଦଣ୍ଡା  ପ୍ରମୁଖ ସ୍ଥାନରେ ୍ଯଯଯ ଆଜି ବାହୁଡ଼ା ଯାତ୍ରା ପାଳିତ ହୋଇଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri