କୁଲାଡ ହାଇସ୍କୁଲ ପାଳିବ ସୁବର୍ଣ୍ଣ ଜୟନ୍ତୀ: ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ବିଶ୍ବ ପ୍ରସିଦ୍ଧ କବି କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମପୀଠ ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ କବିସମ୍ରାଟ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (କବିସମ୍ରାଟ ବିଦ୍ୟାପୀଠ) ଅକ୍ଟୋବର ମାସରେ ତାର ସୁବର୍ଣ୍ଣ ଜୟନ୍ତୀ ପାଳିବ। ତେଣୁ ଏ ନେଇ ଶନିବାର ଏକ ପ୍ରସ୍ତୁତି ବୈଠକ ହୋଇଥିଲା। ଏଥିସହ ସୁବର୍ଣ୍ଣ ଜୟନ୍ତୀ କାର୍ଯ୍ୟାଳୟ ଉଦ୍‌ଘାଟିତ ହୋଇଥିଲା। ଆଜିର ପ୍ରସ୍ତୁତି ବୈଠକରେ ୧୯୬୨ ମସିହାରୁ ୨୦୨୪ ମସିହା ମଧ୍ୟରେ ପଢୁଥିବା ଛାତ୍ରୀଛାତ୍ର ମାନଙ୍କୁ ଆଜିର ପ୍ରସ୍ତୁତି ବୈଠକକୁ ନିମନ୍ତ୍ରଣ କରାଯାଇଥିଲା । ଏଥିରେ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ କିଭଳି ଭଲ ଭାବେ ହେବ ସେ ନେଇ କହିଥିଲେ। ସଭା ପୂର୍ବରୁ ପ୍ରଥମେ ଭଞ୍ଜ ରାଜବଂଶର ଅଧିଷ୍ଠାତ୍ରୀ ଦେବି ମା’ ବ୍ୟାଘ୍ରଦେବୀଙ୍କ ପାଖରୁ ବିଧାୟକ ଆଜ୍ଞାମାଳ ଗ୍ରହଣ କରି ଶୋଭାଯାତ୍ରାରେ ଆସି କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ ବିଦ୍ୟାଳୟରେ ସୁବର୍ଣ୍ଣ ଜୟନ୍ତୀ କାର୍ଯ୍ୟାଳୟ ବିଧାୟକଙ୍କ ଦ୍ୱାରା ଉଦ୍‌ଘାଟନ କରାଯାଇଥିଲା। ପରେ ସମସ୍ଥ ପୂର୍ବତନ ଛାତ୍ର ମାନଙ୍କ ଉପସ୍ଥିତିରେ ସୁବର୍ଣ୍ଣ ଜୟନ୍ତୀ ନିମନ୍ତେ ବିସ୍ତୃତ ଆଲୋଚନା କରାଯାଇଥିଲା। କାର୍ଯ୍ୟକ୍ରମରେ ରାଜ୍ୟପାଳ ଏବଂ
ମୁଖ୍ୟମନ୍ତ୍ରୀଙ୍କୁ ଯୋଗଦେବା ପାଇଁ ନିମନ୍ତ୍ରଣ କରାଯିବ। ଆସନ୍ତା ଅକ୍ଟୋବର ମାସ ୨୫, ୨୬ ଓ ୨୭ ତାରିଖ ତିନି ଦିନ ଧରି ଉତ୍ସବ ପାଳନ ହେବ। ଏଥିରେ ଅଞ୍ଚଳର କଳାକାର ମାନଙ୍କୁ ନିଜ ପ୍ରତିଭା ପ୍ରଦର୍ଶନ କରିବା ପାଇଁ ସୁଯୋଗ ଦେବାସହ ସେମାନଙ୍କୁ ସମ୍ମାନିତ କରାଯିବ । ଏଥିସହ ଅନେକ ବ୍ୟକ୍ତିଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରିବା ପାଇଁ ବୈଠକରେ ନିଷ୍ପତି ହୋଇଛି। ବୈଠକରେ ସଭାପତି ଭାବେ ପୂର୍ବତନ ଛାତ୍ର ତଥା ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ସର୍ବସମ୍ମତି କ୍ରମେଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ରାଜନୀତି ଠାରୁ ଊର୍ଦ୍ଧ୍ୱରେ ରହି ସମସ୍ତେ ବିଦ୍ୟାଳୟର ପୂର୍ବତନ ଛାତ୍ର ଭାବେ କାର୍ଯ୍ୟକ୍ରମ କରିବା। ଏହି ଅବସରରେ ଏକ ସ୍ମରଣିକା ଉନ୍ମୋଚିତ କରାଯିବ। ବିଦ୍ୟାଳୟ ଅଧ୍ୟକ୍ଷ ଗୌରନନ୍ଦନ ହୋତା ଧନ୍ୟବାଦ ପ୍ରଦାନ କରିଥିବା ବେଳେ ଅରକ୍ଷିତ ପରିଛା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଭିନ୍ନ ଦେଶ

ଚାଇନା ଓ ଭାରତକୁ ବହୁ ସମୟରେ ରାଜନୈତିକ ରୂପେ ସ୍ୱତନ୍ତ୍ର ତଥା ବିକାଶଶୀଳ ଦେଶ ଭାବେ ତୁଳନା କରାଯାଏ। ତାହା ଭ୍ରମାତ୍ମକ। ଚାଇନା ହେଉଛି ସର୍ୱପ୍ରଥମ ଓ…

ଯୁଦ୍ଧ ଭିତରେ ଭାରତକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ, ଚମକି ପଡିଲା ଚାଇନା

ନୂଆଦିଲ୍‌ଲୀ,୧୨।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ତାର ଶକ୍ତି ଯୋଗାଣକୁ ସୁରକ୍ଷିତ ରଖିବା ପାଇଁ ରୁଷିଆରୁ ତୈଳ କ୍ରୟ ପୁନଃ ଆରମ୍ଭ କରିବାକୁ ନିଷ୍ପତ୍ତି…

ଅଧରାତିରେ ପରିବାରର ୩ ଜଣଙ୍କୁ ହତ୍ୟା କରି ଫେରାର ବୃଦ୍ଧ: ଥାନାରେ ପହଞ୍ଚିଲେ ପୁଅ

ଦେବଗଡ଼,୧୨।୩(ଶଶାଙ୍କ ଶେଖର ଝାଙ୍କର) ଗୋଟିଏ ପରିବାରର ୩ ଜଣଙ୍କୁ ନିର୍ମମ ହତ୍ୟା। ଏଥିରେ କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଘଟିଛି ଏହି ଲୋମଟାଙ୍କୁରା ହତ୍ୟାକାଣ୍ଡ। ସ୍ତ୍ରୀ, ବୋହୂ…

ଫିଫା ବିଶ୍ୱକପ୍‌ରୁ ଓହରିଲା ଇରାନ

ତେହରାନ୍‌ ,୧୧ା୩: ଇରାନ କ୍ରୀଡ଼ା ମନ୍ତ୍ରୀ ଅହମ୍ମଦ ଡୋନିଆମାଲି ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଇରାନ ଫୁଟବଲ ଦଳ 2026 ଫିଫା ବିଶ୍ୱକପ ଖେଳିବ ନାହିଁ…

ପାଣ୍ଡ୍ୟା ବ୍ରଦର୍ସଙ୍କ ମଧ୍ୟରେ ଜୋରଦାର ଝଗଡ଼ା? ଭାଉଜଙ୍କ ସହ କଥାବାର୍ତ୍ତା ବନ୍ଦ…ବିଶ୍ୱକପ୍‌ ଜିତିବା ସତ୍ତ୍ୱେ ଚୁପ୍‌ ରହିଲେ…

ମୁମ୍ବାଇ, ୧୧।୩: କ୍ରିକେଟ ଜଗତର ସବୁଠାରୁ ଚର୍ଚ୍ଚିତ ଭ୍ରାତୃ ଯୋଡ଼ି ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କୃନାଲ ପାଣ୍ଡ୍ୟାଙ୍କ ମଧ୍ୟରେ ସବୁକିଛି ଠିକ ଚାଲିଛି ତ? ଦୁଇ ଭାଇଙ୍କ…

୧୨ ଦିନରେ ଯୁଦ୍ଧ: ଟାର୍ଗେଟ୍‌ରେ ଆର୍ଥିକ ଅନୁଷ୍ଠାନ, ବ୍ୟାଙ୍କ

ତେହରାନ୍‌ ,୧୧ା୩: ଇରାନ୍‌-ଆମେରିକା ଯୁଦ୍ଧ ୧୨ ଦିନରେ ପହଞ୍ଚି ଥିଲାବେଳେ ଉଭୟ ପକ୍ଷଙ୍କ ଆକ୍ରମଣ ଲକ୍ଷ୍ୟ ଦିନକୁ ଦିନ ବଦଳିବାରେ ଲାଗିଛି। ପ୍ରଥମେ ତୈଳ ରିଫାଇନେରିଗୁଡିକୁ ଉଭୟ…

ଅମ୍ବାଭୋନାରେ ଚାଲିଥିଲା କଫ୍‌ସିରଫ କାରବାର, ମାଡ଼ି ବସିଲା ଅବକାରୀ ଟିମ୍‌

ବରଗଡ଼,୧୧।୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲ୍ଲା ଅମ୍ବାଭୋନା ଅଞ୍ଚଳରେ ଚାଲିଥିବା ବେଆଇନ କଫସିରପ କାରବାର ଉପରେ ଅବକାରୀ ବିଭାଗ ଶକ୍ତ ପ୍ରହାର କରିଛି। ବୁଧବାର ଅବକାରୀ ବିଭାଗର…

ଭଡ଼ା ଘରୁ ଦିଗପହଣ୍ଡି ଷ୍ଟେଟ୍‌ବ୍ୟାଙ୍କ କର୍ମଚାରୀଙ୍କ ମୃତଦେହ ଜବତ, ଏକମାତ୍ର ପୁଅଙ୍କୁ ହରାଇ…

ଦିଗପହଣ୍ଡି, ୧୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI)ର ଜଣେ ବରିଷ୍ଠ କିରାଣିଙ୍କ ମୃତଦେହ ବୁଧବାର ଅପରାହ୍ନରେ ତାଙ୍କ ଭଡ଼ାଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri