ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ ହୋଇଥିବା ଜଣାପଡ଼ିଛି। ଦାନବାକ୍ସ ଖୋଲିବା ସମୟରେ ଭଞ୍ଜନଗର ତହସିଲଦାର ଅଭିପ୍ସା ପଟ୍ଟନାୟକ, ଅତିରିକ୍ତ ତହସିଲଦାର ଅବିନାଶ ମହାର, ରାଜସ୍ୱ ନିରୀକ୍ଷକ ଭଗବାନ ବେହେରାଙ୍କ ସମେତ ରଥଯାତ୍ରା କମିଟିର କର୍ମକର୍ତ୍ତା ଓ ସଦସ୍ୟମାନେ ଉପସ୍ଥିତ ଥିଲେ।

ଅନ୍ୟପକ୍ଷରେ, କୁଲାଡର ପ୍ରସିଦ୍ଧ ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ବଡ଼ଦାଣ୍ଡକୁ ବିଭିନ୍ନ ରଙ୍ଗର ଆଲୋକ ଓ ସାଜସଜ୍ଜାରେ ସଜାଯାଇଥିବା ବେଳେ ରଥର ମରାମତି କାର୍ଯ୍ୟ ମଧ୍ୟ ସମ୍ପୂର୍ଣ୍ଣ ହୋଇଛି। ରଥଯାତ୍ରାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ପ୍ରଶାସନ ଓ ଯାତ୍ରା କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି।

ସୂଚନାଯୋଗ୍ୟ ଯେ, କୁଲାଡରେ ଶତାଧିକ ବର୍ଷ ଧରି ରଥଯାତ୍ରା ପାଳିତ ହୋଇଆସୁଛି। କୁଲାଡ ଭଞ୍ଜ ରାଜବଂଶଙ୍କ ପକ୍ଷରୁ ଏହି ଶ୍ରୀଜଗନ୍ନାଥ ମନ୍ଦିର ନିର୍ମାଣ କରାଯାଇଥିଲା। ସେହି ପରମ୍ପରାକୁ ବଜାୟ ରଖି ଆଜି ମଧ୍ୟ ଭଞ୍ଜ ରାଜବଂଶର ବଂଶଧରମାନେ ଗୁଣ୍ଡିଚା ଯାତ୍ରା ଅବସରରେ ରଥରେ ଛେରା ପହଁରା ନୀତି ସମ୍ପନ୍ନ କରିଥାନ୍ତି।

ଚଳିତ ବର୍ଷ ରଥଯାତ୍ରାକୁ ଅଧିକ ଆକର୍ଷଣୀୟ ଓ ସୁବ୍ୟବସ୍ଥିତ କରିବା ପାଇଁ ସ୍ଥାନୀୟ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଓ ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର ବେହେରାଙ୍କ ତତ୍ତ୍ୱାବଧାନରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଥିବା ଜଣାପଡ଼ିଛି। ଏଥିପାଇଁ ସ୍ଥାନୀୟ ଅଞ୍ଚଳରେ ରଥଯାତ୍ରାକୁ ନେଇ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri