Posted inଖେଳ

ଜନ୍ମଦିନରେ ବଡ଼ ରେକର୍ଡ ହାସଲ କଲେ କୁଲଦୀପ

ନୂଆଦିଲ୍ଲୀ,୧୫।୧୨:ଦକ୍ଷିଣ ଆଫ୍ରିକା ଗସ୍ତରେ ଥିବା ଟିମ ଇଣ୍ଡିଆ ଶେଷ ଟି-୨୦ ମ୍ୟାଚରେ ଏକ ଚମତ୍କାର ବିଜୟ ହାସଲ କରି ସିରିଜକୁ ୧-୧ରେ ଡ୍ର କରିଥିଲା। ଏହି ମ୍ୟାଚ୍‌ର ହିରୋ ସୁର୍ଯ୍ୟକୁମାର ଯାଦବ ଥିଲେ। ସେ ଜବରଦସ୍ତ ଶତକ ମାରିଥିଲେ। ତେବେ ବୋଲିଂରେ ମଧ୍ୟ କୁଲଦୀପ ଯାଦବ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ ନିଜ ଜନ୍ମଦିନରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଥିଲେ।
ପୁରୁଷ ଟି-୨୦ କ୍ରିକେଟ ଇତିହାସରେ ଜନ୍ମଦିନରେ ସର୍ବଶ୍ରେଷ୍ଠ ବୋଲିଂ କରିଥିବା ବୋଲର ହୋଇଛନ୍ତି କୁଲଦୀପ ଯାଦବ। ଏହି ମ୍ୟାଚ୍‌ରେ ଭାରତର ଏହି ବାମହାତୀ ସ୍ପିନ ବୋଲର ମାତ୍ର ୨.୫ ଓଭର ବୋଲିଂ କରି ମୋଟ ୧୭ ରନ ଦେଇ ଆୟୋଜକ ଦଳର ୫ ବ୍ୟାଟ୍ସମ୍ୟାନଙ୍କୁ ପାଭିଲିୟନକୁ ପଠାଇଥିଲେ।
କୁଲଦୀପ ଯାଦବଙ୍କ ପରେ ଶ୍ରୀଲଙ୍କାର ୱାନିନ୍ଦୁ ହାସରାଙ୍ଗାଙ୍କ ନାମ ଏହି ତାଲିକାରେ ଆସିଛି, ଯିଏ କି ୨୦୨୧ରେ ଜନ୍ମଦିନରେ କଲମ୍ବୋ ପଡ଼ିଆରେ ଭାରତ ବିପକ୍ଷ ଟି-୨୦ ମ୍ୟାଚରେ ମାତ୍ର ୯ ରନ ଦେଇ ୪ ଉଇକେଟ ନେଇଥିଲେ।
ଦକ୍ଷିଣ ଆଫ୍ରିକାର ପୂର୍ବତନ ସ୍ପିନ ବୋଲର ଇମ୍ରାନ ତାହିରଙ୍କ ନାମ ଏହି ତାଲିକାରେ ତିନି ନମ୍ବରରେ ଅଛନ୍ତି। ସେ ନେଦରଲାଣ୍ଡ ବିପକ୍ଷ ଟି-୨୦ ମ୍ୟାଚରେ ୨୦୧୪ ରେ ଇମ୍ରାନ ତାହିର ତାଙ୍କ ଜନ୍ମଦିନରେ ୨୧ ରନ ପାଇଁ ୪ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri