Posted inଖେଳ

ଚହଲଙ୍କ ରେକର୍ଡ ଭାଙ୍ଗିଲେ କୂଲଦୀପ

ନୂଆଦିଲ୍ଲୀ,୯।୮: ଭାରତୀୟ ଦଳର ବାମହାତୀ ସ୍ପିନ ବୋଲର କୂଲଦୀପ ଯାଦବଙ୍କ ପାଇଁ ୱେଷ୍ଟଇଣ୍ଡିଜ ଗସ୍ତ ଶୁଭଙ୍କର ସାବ୍ୟସ୍ତ ହୋଇଛି। ଦିନିକିଆ ସିରିଜରେ ଚମତ୍କାର ପ୍ରଦର୍ଶନ କରିବା ପରେ କୂଲଦୀପ ଟି-୨୦ ସିରିଜରେ ଚମତ୍କାର ବୋଲିଂ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତୀୟ ଦଳ ୭ ଉଇକେଟରେ ଜିତିଛି। ଭାରତ ପକ୍ଷରୁ କୂଲଦୀପ ବୋଲିଂରେ ନିଜର ୪ ଓଭରରେ ୩ ଉଇକେଟ ନେଇଥିଲେ। ଏହା ସହ ସେ ଅନ୍ତର୍ଜାତୀୟ ଟି-୨୦ରେ ୫୦ ଉଇକେଟ ପୂରଣ କରିବାରେ ସଫଳ ହୋଇଥିଲେ। ଆହତ କାରଣରୁ ଏହି ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍‌ରେ କୂଲଦୀପ ଯାଦବ ଖେଳିପାରି ନ ଥିଲେ। ତୃତୀୟ ମ୍ୟାଚରେ ସମ୍ପୂର୍ଣ୍ଣ ଫିଟ ଫେରିବା ସହ ଦଳକୁ ଜିତାଇଥିଲେ।
ଭାରତୀୟ ଦଳ ପାଇଁ ଏପର୍ଯ୍ୟନ୍ତ ୩୦ ଟି-୨୦ ମ୍ୟାଚ ଖେଳିଥିବା କୂଲଦୀପ ହାରାହାରି ୧୪.୨୮ରେ ୫୦ ଉଇକେଟ ନେଇଛନ୍ତି। ଏହା ସହ ସେ ବର୍ତ୍ତମାନ ଭାରତ ପାଇଁ ଏହି ଫର୍ମାଟରେ ୫୦ ଉଇକେଟ ନେବାରେ ଦ୍ରୁତତମ ବୋଲର ହୋଇଛନ୍ତି। ଏହାପୂର୍ବରୁ ଏହି ରେକର୍ଡ ୟୁଜଭେନ୍ଦ୍ର ଚହଲଙ୍କ ନାମରେ ଥିଲା, ଯିଏକି ୨୦୧୯ରେ ୩୪ତମ ଅନ୍ତର୍ଜାତୀୟ ଟି-୨୦ରେ ୫୦ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri