Posted inଖେଳ

କୁଲଦୀପ ଯାଦବଙ୍କୁ ଅଷ୍ଟ୍ରେଲିଆ T20 ସ୍କ୍ୱାଡ୍‌ରୁ ରିଲିଜ, ଏହି କାରଣରୁ ଫେରିଲେ ଭାରତ

ମୁମ୍ବାଇ,୨ା୧୧: ଭାରତୀୟ କ୍ରିକେଟ୍ ଦଳର ଚାଇନାମ୍ୟାନ୍ ସ୍ପିନର କୁଲଦୀପ ଯାଦବଙ୍କୁ ଅଷ୍ଟ୍ରେଲିଆ ବିପକ୍ଷ ଚାଲିଥିବା T20 ସିରିଜ୍‌ର ବାକି ଦୁଇଟି ମ୍ୟାଚ୍ ପାଇଁ ଦଳରୁ ମୁକ୍ତ କରାଯାଇଛି। ଆଗାମୀ ଦକ୍ଷିଣ ଆଫ୍ରିକା ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ଟେଷ୍ଟ ସିରିଜ୍ ପାଇଁ ପ୍ରସ୍ତୁତି ନିମନ୍ତେ ତାଙ୍କୁ ଏହି ନିଷ୍ପତ୍ତି କ୍ରମେ ଛଡ଼ାଯାଇଛି।

ବିସିସିଆଇ (BCCI) ପକ୍ଷରୁ ଜାରି କରାଯାଇଥିବା ଏକ ବିବୃତ୍ତିରେ କୁହାଯାଇଛି ଯେ, ଡିସେମ୍ବର ୧୪ରୁ ଆରମ୍ଭ ହେବାକୁ ଥିବା ଦକ୍ଷିଣ ଆଫ୍ରିକା ଟେଷ୍ଟ ସିରିଜ୍ ପାଇଁ କୁଲଦୀପଙ୍କୁ ‘ରେଡ୍-ବଲ୍’ ଫର୍ମାଟ୍‌ରେ ଅଭ୍ୟାସ କରାଇବାକୁ ଦଳ ପରିଚାଳନା କମିଟି ଅନୁରୋଧ କରିଥିଲେ।

ଏହି କାରଣରୁ କୁଲଦୀପ ଯାଦବଙ୍କୁ ବେଙ୍ଗାଲୁରୁସ୍ଥିତ ବିସିସିଆଇ ସେଣ୍ଟର ଅଫ୍ ଏକ୍ସଲେନ୍ସରେ (BCCI Centre of Excellence) ଦକ୍ଷିଣ ଆଫ୍ରିକା ‘ଏ’ ବିପକ୍ଷରେ ଭାରତ ‘ଏ’ ଦଳର ଦ୍ୱିତୀୟ ଚାରି-ଦିବସୀୟ (ଅନଅଫିସିଆଲ୍ ଟେଷ୍ଟ) ମ୍ୟାଚ୍ ପାଇଁ ସାମିଲ କରାଯାଇଛି। ଏହି ମ୍ୟାଚ୍ ନଭେମ୍ବର ୬ ତାରିଖରୁ ଆରମ୍ଭ ହେବ।

ଭାରତର ସଂଶୋଧିତ T20I ସ୍କ୍ୱାଡ୍ (୪ର୍ଥ ଓ ୫ମ T20I): ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ଅଭିଷେକ ଶର୍ମା, ଶୁବମନ ଗିଲ (ଉପ-ଅଧିନାୟକ), ତିଳକ ବର୍ମା, ନୀତୀଶ କୁମାର ରେଡ୍ଡୀ, ଶିବମ ଦୁବେ, ଅକ୍ଷର ପଟେଲ, ଜିତେଶ ଶର୍ମା (ୱିକେଟ୍ କିପର), ବରୁଣ ଚକ୍ରବର୍ତ୍ତୀ, ଯଶପ୍ରୀତ ବୁମରା, ଅର୍ଶଦୀପ ସିଂହ, ହର୍ଷିତ ରାଣା, ସଞ୍ଜୁ ସାମସନ (ୱିକେଟ୍ କିପର), ରିଙ୍କୁ ସିଂହ, ୱାଶିଂଟନ୍ ସୁନ୍ଦର।

ଭାରତ ‘ଏ’ ସ୍କ୍ୱାଡ୍ (୨ୟ ୪-ଦିବସୀୟ): ଋଷଭ ପନ୍ତ (ଅଧିନାୟକ) (ୱିକେଟ୍ କିପର), କେ.ଏଲ୍. ରାହୁଲ, ଧ୍ରୁବ ଜୁରେଲ (ୱିକେଟ୍ କିପର), ସାଇ ସୁଦର୍ଶନ (ଉପ-ଅଧିନାୟକ), ଦେବଦତ୍ତ ପାଡ଼ିକ୍କଲ, ଋତୁରାଜ ଗାୟକ୍ୱାଡ୍, ହର୍ଷ ଦୁବେ, ତନୁଶ କୋଟିଆନ୍, ମାନବ ସୁଥାର, ଖଲିଲ ଅହମ୍ମଦ, ଗୁରନୁର ବ୍ରାର, ଅଭିମନ୍ୟୁ ଈଶ୍ୱରନ୍, ପ୍ରସିଦ୍ଧ କୃଷ୍ଣ, ମହମ୍ମଦ ସିରାଜ, ଆକାଶ ଦୀପ, କୁଲଦୀପ ଯାଦବ।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri